ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଆଇନଶୃଙ୍ଖଳା, ଆଭ୍ୟନ୍ତରୀଣ ସୁରକ୍ଷା, ସାଇବର ସୁରକ୍ଷା ଏବଂ ଭବିଷ୍ୟତର ପୋଲିସିଂ ବ୍ୟବସ୍ଥାର ବ୍ୟାପକ ସମୀକ୍ଷା କରିଛନ୍ତି। ପୋଲିସ ସଂସ୍କାର ପାଇଁ ପ୍ରତ୍ୟେକ ପ୍ରସ୍ତାବ ଓ ଗୁରୁତ୍ୱପୂର୍ଣ୍ଣ ଦିଗକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱର ସହ ନେବା ସହିତ ଏଗୁଡ଼ିକର ସଫଳ କାର୍ଯ୍ୟକାରିତା ପାଇଁ ସରକାର ସମସ୍ତ ସାଧନ, ଅନୁଦାନ ଓ ପ୍ରଶାସନିକ ସହଯୋଗ ଯୋଗାଇଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ପରେନ୍ସିଂ ଜରିଆରେ ଏସ୍‌ପି ଏବଂ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ସେମାନଙ୍କ ଜିଲାରେ ଅପରାଧ ନିୟନ୍ତ୍ରଣ ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ୧୦ଟି ମୁଖ୍ୟ ପରାମର୍ଶ ଓ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ ନାଗରିକମାନଙ୍କ ପ୍ରତି ପୋଲିସର ନମ୍ର ଓ ସମ୍ବେଦନଶୀଳ ବ୍ୟବହାର ଉପରେ ସବୁଠାରୁ ଅଧିକ ଗୁରୁତ୍ୱ ଦେଇଛନ୍ତି। ଥାନାକୁ ଆସୁଥିବା ପ୍ରତ୍ୟେକ ଅଭିଯୋଗକାରୀ ଜଣେ ଜଣେ ପୀଡ଼ିତ, ତେଣୁ ସେମାନଙ୍କ ସହ ସହାନୁଭୂତିପୂର୍ଣ୍ଣ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମହିଳାଙ୍କ ପ୍ରତି ହେଉଥିବା ହିଂସା ଏବଂ ସଙ୍ଗଠିତ ଅପରାଧ ବିରୋଧରେ ସରକାର ଜିରୋ ଟଲେରାନ୍ସ ନୀତି ଆପଣାଇଛନ୍ତି। ରାଜ୍ୟରେ ମହିଳାବିରୋଧୀ ଦଣ୍ଡବିଧାନ ହାର ୭୫ ପ୍ରତିଶତକୁ ନେବା ପାଇଁ ତଦନ୍ତ ପ୍ରକ୍ରିୟାକୁ ଅଧିକ ବୃତ୍ତିଗତ ଓ ପ୍ରଯୁକ୍ତିବିଦ୍ୟାଭିତ୍ତିକ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଅନ୍ୟପଟେ ଏନ୍‌ସିଆର୍‌ବି ତଥ୍ୟ ଅନୁଯାୟୀ, ଅନ୍ୟାନ୍ୟ ଅପରାଧରେ ପୂର୍ବରୁ ଥିବା କମ୍‌ ଦଣ୍ଡବିଧାନ ହାରରେ ସୁଧାର ଆଣି ପ୍ରଥମ ପର୍ଯ୍ୟାୟରେ ୪୦ ପ୍ରତିଶତକୁ ନେବାକୁ ଲକ୍ଷ୍ୟ ରଖାଯାଇଛି। ପାର୍ବଣ ଋତୁ ଆଗତ ହେଉଥିବାରୁ ଦାଦାବଟି ଓ ବେଆଇନ ଜୋରଜବରଦସ୍ତ ଚାନ୍ଦା ଆଦାୟକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ୨୦୨୯ ସୁଦ୍ଧା ନିଶାମୁକ୍ତ ଓଡ଼ିଶା ଗଠନ କରିବାକୁ ସରକାର ସଂକଳ୍ପବଦ୍ଧ। କେବଳ ଜବତ ଓ ଗିରଫଦାରି ଭିତରେ ସୀମିତ ନ ରହି ନିଶାଦ୍ରବ୍ୟ ବେଆଇନ ଚାଲାଣର ମୂଳ ଯୋଗାଣ ଶୃଙ୍ଖଳା ଏବଂ ଆର୍ଥିକ ସିଣ୍ଡିକେଟ୍‌କୁ ସମ୍ପୂର୍ଣ୍ଣ ଧ୍ୱଂସ କରିବାକୁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି। ନିଶା କାରବାର ବନ୍ଦ ହେଲେ ରାଜ୍ୟରେ ଅପରାଧ ହାର ଯଥେଷ୍ଟ ହ୍ରାସ ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟର ସୀମାନ୍ତ ଦେଇ ଅନୁପ୍ରବେଶକୁ ରୋକିବା ଲାଗି ପୋଲିସର ପଦକ୍ଷେପ ବାବଦରେ ଆଲୋଚନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଭୁବନେଶ୍ୱରଠାରେ କମାଣ୍ଡ ଓ କଣ୍ଟ୍ରୋଲ ସେଣ୍ଟର, ୧୦ଟି ଡ୍ରୋନ, ୫ଟି ଟ୍ରଲର, ୧୦ଟି ଆଧୁନିକ ଇଣ୍ଟରସେପ୍ଟର ବୋଟ କ୍ରୟ ପ୍ରକ୍ରିୟା ଏବଂ ଅଲ୍‌ଟରେନ୍‌ ଭେହିକିଲ ମାଧ୍ୟମରେ ବେଳାଭୂମି ପାଟ୍ରୋଲିଂ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରାଯାଇଛି। ସାମୁଦ୍ରିକ ସୁରକ୍ଷା ପାଇଁ ଏସ୍‌ପିଓ ଏବଂ ପୂର୍ବତନ ସେନାକର୍ମୀଙ୍କୁ ମଧ୍ୟ ନିୟୋଜିତ କରାଯାଇଛି। ସାଇବର ଅପରାଧ ଓ ଆର୍ଥିକ ଠକେଇ ରୋକିବା ପାଇଁ ବ୍ୟାପକ ସଚେତନତା ସହ ନୂତନ ଟେକ୍ନୋଲୋଜି ଓ ଡାର୍କ ୱେବ୍‌ ଉପରେ ନଜର ରଖିବାକୁ ପୋଲିସକୁ ପରାମର୍ଶ ଦିଆଯାଇଛି।
ରାଜ୍ୟରେ ମାଓବାଦୀ ହିଂସା ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସିଥିବାରୁ ଏବଂ ଓଏସ୍‌ଏସ୍‌ଏଫ୍‌ ବାଟାଲିୟନ, ଆକର୍ଷଣୀୟ ଆତ୍ମସମର୍ପଣ ନୀତି ଯୋଗୁ ଓଡ଼ିଶାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସମ୍ମାନିତ କରିଛି। ୨ ବର୍ଷରେ ପୋଲିସ ବିଭାଗରେ ୧୭,୭୯୪ଟି ନୂତନ ପଦବୀ ସୃଷ୍ଟି ଏବଂ ୫,୮୧୭ଟି ପଦବୀ ପୂରଣ କରାଯାଇଥିବା ନେଇ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଯୋଗଦେଇ ଜନସାଧାରଣଙ୍କ ପ୍ରତି ପୋଲିସର ସେବା ବ୍ୟବସ୍ଥାକୁ ଆହୁରି ଗୁଣାତ୍ମକ ଓ ସୁଦୃଢ଼ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ବିନୟତୋଷ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ଗଠନମୂଳକ ପରାମର୍ଶ ଓ ଆହ୍ବାନ ପାଇଁ କୃତଜ୍ଞତା ପ୍ରକାଶ କରିବା ସହ ଆଗାମୀ ଦିନରେ ସାଇବର ସୁରକ୍ଷା କ୍ଷେତ୍ରରେ ଅଧିକ ବ୍ୟାପକ କାର୍ଯ୍ୟ କରାଯିବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ଜିଲାରେ ଆଇନଶୃଙ୍ଖଳାକୁ ସୁଦୃଢ଼ କରିବା ଲାଗି ପୋଲିସବାହିନୀ ସମ୍ପୂର୍ଣ୍ଣ ନିଷ୍ଠାର ସହ କାର୍ଯ୍ୟ କରିବ ବୋଲି ଡିଜିପି ସ୍ପଷ୍ଟ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ଗୋଇନ୍ଦା ନିର୍ଦ୍ଦେଶକ ଆର୍‌.ପି. କୋଚେ, ମାଓବାଦୀ ବିରୋଧୀ ଅଭିଯାନ ଡିଜି ଦାୟିତ୍ୱରେ ଥିବା ଆଇପିଏସ୍‌ ଅଫିସର ସଞ୍ଜୀବ ପଣ୍ଡାଙ୍କ ସମେତ ରାଜ୍ୟର ସମସ୍ତ ଡିଜିପି ଓ ଆଇଜିପିମାନେ ଉପସ୍ଥିତ ଥିଲେ।

୧୦ ପରାମର୍ଶ

୧. ଜିରୋ ଟଲେରାନ୍ସ ନୀତି
୨. ଦଣ୍ଡବିଧାନ ହାର ବୃଦ୍ଧି
୩. ନିଶାମୁକ୍ତ ଓଡ଼ିଶା
୪. ତଟରେଖା ଓ ସାମୁଦ୍ରିକ ସୁରକ୍ଷା
୫. ସାଇବର ସୁରକ୍ଷା ଓ ଡାର୍କ ୱେବ୍‌ ଉପରେ ନଜର
୬. ଗୋଇନ୍ଦା ବ୍ୟବସ୍ଥାର ସୁଦୃଢ଼ୀକରଣ
୭. ଥାନା ଆଧୁନିକୀକରଣ
୮. ଜନସାଧାରଣଙ୍କ ପ୍ରତି ନମ୍ର, ସମ୍ବେଦନଶୀଳ ଓ ଭରସାଯୋଗ୍ୟ ବ୍ୟବହାର
୯. ଦାଦାବଟି ଓ ଚାନ୍ଦା ଆଦାୟ ଉପରେ ରୋକ
୧୦. ଦୁର୍ନୀତିମୁକ୍ତ ଓ ସମର୍ପିତ ପୋଲିସିଂ


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଚାଞ୍ଚଲ୍ୟ: ଗୁଣି ସନ୍ଦେହରେ ତ୍ରିନାଥଙ୍କୁ ପଥର ଛେଚି ହତ୍ୟା

ଭଞ୍ଜନଗର, ୫।୧୧ (ବାବୁଲା ପ୍ରଧାନ): ଆଧୁନିକ ସମାଜରେ ବିଜ୍ଞାନ ଓ ଶିକ୍ଷାର ପ୍ରସାର ସତ୍ତ୍ୱେ ଗ୍ରାମାଞ୍ଚଳରୁ ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ। ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ…

ଅନାଥ ଝାନ୍‌ସୀଙ୍କୁ ପୋଷ୍ୟକନ୍ୟା ଭାବେ ଘୋଷଣା କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ, ଭୂସ୍ଖଳନରେ ମା’-ବାପାଙ୍କୁ ହରାଇ…

ରାଇକିଆ,୫ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ ଭୂସ୍ଖଳନରେ ମାଟି ତଳେ ପୋତି ହୋଇ ଅଚ୍ୟୁତ ପ୍ରଧାନ, ସ୍ତ୍ରୀ ମାନସୀ ଓ…

ଦେଶବ୍ୟାପୀ ୨୦୦ରୁ ଅଧିକ ଯୁବ କଂଗ୍ରେସ ନେତା ନିଲମ୍ବିତ, କାହିଁକି ନିଆଯାଇଛି ଏମିତି କାର୍ଯ୍ୟାନୁଷ୍ଠାନ ଜାଣନ୍ତୁ…

ନୂଆଦିଲ୍ଲୀ, ୫।୧୧: ଭାରତୀୟ ଯୁବ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନିଜର ୨୦୦ରୁ ଅଧିକ ସଦସ୍ୟଙ୍କୁ ନିଲମ୍ବିତ କରିଛି। ଦେଶର ରାଜଧାନୀରେ ବିରୋଧୀ ଦଳଗୁଡ଼ିକର ‘ଇଣ୍ଡିଆ’…

ଆଇପିଏଲ ୨୦୨୭ ପାଇଁ ସିଏସ୍‌କେର ମାଷ୍ଟରଷ୍ଟ୍ରୋକ, ୨ ଖେଳାଳିଙ୍କ ବଦଳରେ ଦଳରେ ସାମିଲ ହେଲେ ଆଉ ୨ ନୂଆ ଷ୍ଟାର ଖେଳାଳି

ନୂଆଦିଲ୍ଲୀ, ୫।୧୧: ଆଇପିଏଲ ୨୦୨୭ ପାଇଁ ସମସ୍ତ ଫ୍ରାଞ୍ଚାଇଜିଙ୍କୁ ନିଜ ନିଜର ରିଟେନ ଓ ରିଲିଜ ଖେଳାଳିଙ୍କ ତାଲିକା ନଭେମ୍ବର ୧୭ ତାରିଖ ସୁଦ୍ଧା ବିସିସିଆଇକୁ ଦାଖଲ…

ଫେଲ୍‌ ମାରିବ ଟେକ୍ନୋଲୋଜି, ୮୦ ବୟସରେ ଥକି ପଡ଼ିନାହାନ୍ତି ତ୍ରିନାଥ, ୩ ଦିନରେ ତିଆରି କରୁଛନ୍ତି…

ଜଗନ୍ନାଥପ୍ରସାଦ,୫ା୧୧(ବିଭୁ ପ୍ରସାଦ ପଟ୍ଟନାୟକ): ଆଜିର ବୈଷୟିକ ଜ୍ଞାନକୌଶଳ(ଟେକ୍ନୋଲୋଜି) ଯୁଗରେ ଯେଉଁଠି ପାରମ୍ପରିକ ହସ୍ତଶିଳ୍ପ ହଜିଯିବାକୁ ବସିଲାଣି, ସେଭଳି ସମୟରେ ଜଣେ ୮୦ ବର୍ଷର ବୃଦ୍ଧ ନିଜର କୌଳିକ…

‘ତାଙ୍କୁ ଜନସାଧାରଣଙ୍କ ସାମ୍ନାକୁ ଆଣି ଗୁଳି କରିଦେବା ଉଚିତ’, ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ କିଏ ଆଉ କାହିଁକି କହିଲେ ଏମିତି, ଜାଣନ୍ତୁ

ନୂଆଦିଲ୍ଲୀ,୫।୧୧: ବାଗେଶ୍ୱର ଧାମର ମୁଖ୍ୟ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ, ପ୍ରଭୁ ରାମ ଏବଂ ପ୍ରଭୁ କୃଷ୍ଣଙ୍କ ବିଷୟରେ ଦେଇଥିବା ମନ୍ତବ୍ୟ ପାଇଁ କ୍ଷମା ମାଗିସାରିଥିଲେ ମଧ୍ୟ, ରାଜନୈତିକ…

ଦୀପାବଳି ପୂର୍ବରୁ ସରକାରଙ୍କ ସ୍ବତନ୍ତ୍ର ପ୍ୟାକେଜ, ମାତ୍ର ୧୦୦ ଟଙ୍କାରେ ମିଳିବ ୧୦ ପ୍ରକାର ପରିବା!

ଚେନ୍ନାଇ,୫ା୧୧: ଦୀପାବଳି ପୂର୍ବରୁ ସାଧାରଣ ଲୋକଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ପରିବାରର ରୋଷେଇ ଖର୍ଚ୍ଚ କମାଇବା ପାଇଁ ତାଙ୍କ…

ଧନଶ୍ରୀ ଗର୍ଭବତୀ ଥିବାବେଳେ ଚହଲ ହେଇଥିଲେ ଧୋକା! ଭାଇରାଲ ହେଉଛି ଆରଜେ ମହବଶଙ୍କ ଭିଡିଓ

ନୂଆଦିଲ୍ଲୀ,୫।୧୧:ଭାରତୀୟ କ୍ରିକେଟର ଯୁଜବେନ୍ଦ୍ର ଚହଲ ଓ କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ପୁଣିଥରେ ଚର୍ଚ୍ଚା ଜୋର ଧରିଛି। ଏଥର ଚର୍ଚ୍ଚାର କାରଣ ହେଉଛି ଆରଜେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?