ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ କେନ୍ଦୁଝର ଗସ୍ତ

କେନ୍ଦୁଝର,୧୨ା୧୦(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାରଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଆସିବେ। ଗସ୍ତ ଅବସରରେ ସେ ନବମୀ ଓ ଦଶମୀରେ ବିଭିନ୍ନ ପୂଜାମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି। ଏଥିସହ ଦଶହରା ଅବସରରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ମୁଖ୍ୟମନ୍ତ୍ରୀ ଅକ୍ଟୋବର ୧୨ ଶନିବାର ଅପରାହ୍ନ ୩ଟା୫୦ରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଚାଟାର ପ୍ଲେନ୍‌ ଯୋଗେ କେନ୍ଦୁଝର ଅଭିମୁଖେ ବାହାରିବେ। ଅପରାହ୍ନ ୪ଟା୩୫ରେ କେନ୍ଦୁଝର ରାଇସୁଆଁ ଏୟାରଷ୍ଟ୍ରିପ୍‌ରେ ପହଞ୍ଚତ୍ବେ। ସେଠାରୁ ସଡ଼କ ପଥରେ କେନ୍ଦୁଝର ସର୍କିଟ ହାଉସ୍‌ରେ ପହଞ୍ଚତ୍ବେ। ସା ୬ଟାରେ ବଁାପାରସ୍ଥିତ ସାଇ ମନ୍ଦିର ଯିବେ। ପରେ ନିଉ କଲୋନିସ୍ଥିତ ଦୁର୍ଗାମଣ୍ଡପରେ ଅନୁଷ୍ଠିତ ଦୁର୍ଗାପୂଜା, ଟେଲିଫୋନ ଏକ୍ସଚେଞ୍ଜ ଛକ ଦୁର୍ଗାପୂଜା ମଣ୍ଡପ, ଗୁଜରାଟୀ ସମାଜ ପକ୍ଷରୁ ନବରାତ୍ରି ଉତ୍ସବ-୨୦୨୪ରେ ସାମିଲ ହେବେ। ସେଠାରୁ ଫେରି ସର୍କିଟ ହାଉସ୍‌ରେ ରାତ୍ରିଯାପନ କରିବେ। ୧୩ ତାରିଖ ରବିବାର ରାଇକଳାସ୍ଥିତ ନିଜ ଘରକୁ ଯିବେ। ସେଠାରୁ ମଧ୍ୟାହ୍ନରେ ଝୁମ୍ପୁରା ଦୁର୍ଗାପୂଜା ମଣ୍ଡପ, ଅପରାହ୍ନରେ ସୁନାରିପଶି ଦୁର୍ଗାପୂଜା ମଣ୍ଡପ, ଉଖୁଣ୍ଡା ଦୁର୍ଗାପୂଜା ମଣ୍ଡପ ବୁଲି ମା’ଙ୍କ ଦର୍ଶନ କରିବେ। କେନ୍ଦୁଝର ସର୍କିଟ୍‌ ହାଉସ୍‌ରେ ରାତ୍ରି ରହଣି କରି ସୋମବାର ଚାଟାର ପ୍ଲେନ୍‌ ଯୋଗେ ଭୁବନେଶ୍ୱର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବେ। ସୂଚନା ଥାଉକି, ନବମୀ, ଦଶମୀରେ ଦୁର୍ଗାପୂଜା ମଣ୍ଡପ ବୁଲିବା ପାଇଁ କେନ୍ଦୁଝରର ବିଭିନ୍ନ ପୂଜା କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଥିଲା। ନିମନ୍ତ୍ରଣ ରକ୍ଷାକରି ମୁଖ୍ୟମନ୍ତ୍ରୀ ବିଭିନ୍ନ ପୂଜା ମଣ୍ଡପ ବୁଲି ମା’ଙ୍କ ଆଶିଷ ନେବା ସହ ଲୋକଙ୍କ ସହ ମିଶିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ୍ତ ଗ୍ରହର ଜୀବନ ରହସ୍ୟ

ପୃଥିବୀକୁ ମିଶେଇ ଆଠଟା ଗ୍ରହ, ପ୍ଲୁଟୋକୁ ମିଶେଇ ୫ଟା ବାମନଗ୍ରହ, ଚନ୍ଦ୍ରକୁ ମିଶେଇ ଶହ ଶହ ଉପଗ୍ରହ, ଗ୍ରହାଣୁପୁଞ୍ଜ, ଅଗଣିତ ଛୋଟବଡ଼ ପିଣ୍ଡ ଏବଂ ବିଶାଳକାୟ...

ଶିଶୁ ଅନୁକୂଳ ପାଠାଗାର

ଜାତୀୟ ଶିକ୍ଷାନୀତିି ୨୦୨୦ରେ ଏବଂ ଜାତୀୟ ପାଠ୍ୟ ଖସଡ଼ା ୨୦୨୨ରେ ପ୍ରାକ୍‌-ପ୍ରାଥମିକ ଶିକ୍ଷାରେ ଇମରଜେଣ୍ଟ ଲିଟେରାସି ବା ଅଙ୍କୁରିତ ସାକ୍ଷରତା, ଇମରଜେଣ୍ଟ ରିଡିଂ ବା ଅଙ୍କୁରିତ...

ଶୁଭାଙ୍ଗୀ ଦତ୍ତଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ଅଭିନେତ୍ରୀ ଶୁଭାଙ୍ଗୀ ଦତ୍ତଙ୍କୁ ସର୍ବଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଛି। ସେ ଅନୁପମ ଖେର୍‌ଙ୍କ ନିର୍ଦ୍ଦେଶିତ ‘ତନଭି ଦି ଗ୍ରେଟ୍‌’...

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ

ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri