ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ କେନ୍ଦୁଝର ଗସ୍ତ

କେନ୍ଦୁଝର,୧୨ା୧୦(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାରଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଆସିବେ। ଗସ୍ତ ଅବସରରେ ସେ ନବମୀ ଓ ଦଶମୀରେ ବିଭିନ୍ନ ପୂଜାମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି। ଏଥିସହ ଦଶହରା ଅବସରରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ମୁଖ୍ୟମନ୍ତ୍ରୀ ଅକ୍ଟୋବର ୧୨ ଶନିବାର ଅପରାହ୍ନ ୩ଟା୫୦ରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଚାଟାର ପ୍ଲେନ୍‌ ଯୋଗେ କେନ୍ଦୁଝର ଅଭିମୁଖେ ବାହାରିବେ। ଅପରାହ୍ନ ୪ଟା୩୫ରେ କେନ୍ଦୁଝର ରାଇସୁଆଁ ଏୟାରଷ୍ଟ୍ରିପ୍‌ରେ ପହଞ୍ଚତ୍ବେ। ସେଠାରୁ ସଡ଼କ ପଥରେ କେନ୍ଦୁଝର ସର୍କିଟ ହାଉସ୍‌ରେ ପହଞ୍ଚତ୍ବେ। ସା ୬ଟାରେ ବଁାପାରସ୍ଥିତ ସାଇ ମନ୍ଦିର ଯିବେ। ପରେ ନିଉ କଲୋନିସ୍ଥିତ ଦୁର୍ଗାମଣ୍ଡପରେ ଅନୁଷ୍ଠିତ ଦୁର୍ଗାପୂଜା, ଟେଲିଫୋନ ଏକ୍ସଚେଞ୍ଜ ଛକ ଦୁର୍ଗାପୂଜା ମଣ୍ଡପ, ଗୁଜରାଟୀ ସମାଜ ପକ୍ଷରୁ ନବରାତ୍ରି ଉତ୍ସବ-୨୦୨୪ରେ ସାମିଲ ହେବେ। ସେଠାରୁ ଫେରି ସର୍କିଟ ହାଉସ୍‌ରେ ରାତ୍ରିଯାପନ କରିବେ। ୧୩ ତାରିଖ ରବିବାର ରାଇକଳାସ୍ଥିତ ନିଜ ଘରକୁ ଯିବେ। ସେଠାରୁ ମଧ୍ୟାହ୍ନରେ ଝୁମ୍ପୁରା ଦୁର୍ଗାପୂଜା ମଣ୍ଡପ, ଅପରାହ୍ନରେ ସୁନାରିପଶି ଦୁର୍ଗାପୂଜା ମଣ୍ଡପ, ଉଖୁଣ୍ଡା ଦୁର୍ଗାପୂଜା ମଣ୍ଡପ ବୁଲି ମା’ଙ୍କ ଦର୍ଶନ କରିବେ। କେନ୍ଦୁଝର ସର୍କିଟ୍‌ ହାଉସ୍‌ରେ ରାତ୍ରି ରହଣି କରି ସୋମବାର ଚାଟାର ପ୍ଲେନ୍‌ ଯୋଗେ ଭୁବନେଶ୍ୱର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବେ। ସୂଚନା ଥାଉକି, ନବମୀ, ଦଶମୀରେ ଦୁର୍ଗାପୂଜା ମଣ୍ଡପ ବୁଲିବା ପାଇଁ କେନ୍ଦୁଝରର ବିଭିନ୍ନ ପୂଜା କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଥିଲା। ନିମନ୍ତ୍ରଣ ରକ୍ଷାକରି ମୁଖ୍ୟମନ୍ତ୍ରୀ ବିଭିନ୍ନ ପୂଜା ମଣ୍ଡପ ବୁଲି ମା’ଙ୍କ ଆଶିଷ ନେବା ସହ ଲୋକଙ୍କ ସହ ମିଶିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?