ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେବେ। ଆସନ୍ତା ୭ ଏବଂ ୮ ତାରିଖରେ ବିଭିନ୍ନ ସଂସ୍ଥା ସହ ଏକାଧିକ ବୈଠକ ଅନୁଷ୍ଠିତ ହେବ। ଆଲୁମିନିୟମରୁ କିପରି ବିଭିନ୍ନ ଉତ୍ପାଦ ପ୍ରସ୍ତୁତ ହେବ। ସେହିପରି ବିଭିନ୍ନ ଡାଉନ ଷ୍ଟ୍ରିମ୍‌ କମ୍ପାନୀ ସହ ଏହି ରୋଡ୍‌ ଶୋ’ରେ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ କିପରି ଅଧିକରୁ ଅଧିକ ଡାଉନ ଷ୍ଟ୍ରିମ୍‌ କମ୍ପାନୀ ନିବେଶ କରିବେ ସେଦିଗରେ ସରକାର ଅଧିକ ଗୁରୁତ୍ୱ ଦେବା ଆରମ୍ଭ କରିଛନ୍ତି। ବିଭିନ୍ନ ଫୁଡ୍‌ ପ୍ରୋସେସିଂ କମ୍ପାନୀ ସହ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଶିଳ୍ପ ସଚିବ ହେମନ୍ତ ଶର୍ମା ଏବଂ ଅନ୍ୟ କେତେଜଣ ବରିଷ୍ଠ ଅଧିକାରୀଙ୍କ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ୮ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବା କାର୍ଯ୍ୟକ୍ରମ ରହିଛି। କୌଣସି କାରଣ ବଶତଃ ଯଦି ବିଳମ୍ବ ହୁଏ ତେବେ ମୁଖ୍ୟମନ୍ତ୍ରୀ ଏହାର ପରଦିନ ଅର୍ଥାତ୍‌ ୯ ତାରିଖ ସକାଳୁ ଫେରିପାରନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?