ଆଜି ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ହରିୟାଣା, ମୁମ୍ବାଇ ଗସ୍ତ

ଭୁବନେଶ୍ୱର,୧୬ା୧୦(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ୪ ଦିନିଆ ହରିୟାଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ୧୬ ତାରିଖ ଅପରାହ୍ନରେ ସେ ହରିୟାଣା ଅଭିମୁଖେ ଗସ୍ତକରି ୧୭ ତାରିଖ ଦିନ ଚଣ୍ଡିଗଡ଼ଠାରେ ନବଗଠିତ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ। ସେଦିନ ଅପରାହ୍ନରେ ଚଣ୍ଡିଗଡ଼ଠାରେ ଏନ୍‌ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଯୋଗଦେବେ।

ଚଣ୍ଡିଗଡ଼ ପରେ ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତରେ ଯାଇ ୧୮ ତାରିଖରେ ଇଣ୍ଡିଆନ୍‌ କେମିକାଲ୍‌ସ ଆଣ୍ଡ ପେଟ୍ରୋ କେମିକାଲ୍‌ସ ସମ୍ମିଳନୀରେ ଯୋଗଦେବେ। ୧୮ ଓ ୧୯ ତାରିଖରେ ସେ ମୁମ୍ବାଇସ୍ଥିତ ହୋଟେଲ ଓବରଏରେ ୨୦୨୫ ଫେବୃୟାରୀ ୨୮ ଓ ୨୯ରେ ହେବାକୁ ଥିବା ‘ମେକ୍‌ ଇନ୍‌ ଓଡ଼ିଶା’ ପାଇଁ ଅନୁଷ୍ଠିତ ‘ନିବେଶକ ସମ୍ମିଳନୀ’ରେ ଯୋଗଦେବେ। ୧୯ ତାରିଖ ସାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିଆସିବା କାର୍ଯ୍ୟକ୍ରମ ରହିଛି। ମୁମ୍ବାଇଠାରେ ଅନୁଷ୍ଠିତ ଦୁଇଦିନିଆ ନିବେଶକ ସମ୍ମିଳନୀ ଓ ରୋଡ୍‌ ଶୋ’ରେ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁଙ୍କ ସହ ରାଜ୍ୟର ବରିଷ୍ଠ ଅଧିକାରୀମାନେ ମଧ୍ୟ ସାମିଲ ହେବେ। ଶିଳ୍ପାୟନ କ୍ଷେତ୍ରରେ ରାଜ୍ୟକୁ ଅଧିକ ପୁଞ୍ଜି ଆଣିବା ଲକ୍ଷ୍ୟରେ ଦିଲ୍ଲୀ ପରେ ମୁମ୍ବାଇରେ ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଓଡ଼ିଶାରେ ପୁଞ୍ଜି ବିନିଯୋଗ ପାଇଁ ନିବେଶକଙ୍କ ସହ ରାଜ୍ୟ ସରକାର ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ…

ପୁରୁଷଙ୍କୁ ହାର୍ଟ ଆଟାକ୍‌ ଆସିଲେ ଛାତିରେ ହୋଇଥାଏ ଯନ୍ତ୍ରଣା, ମାତ୍ର ମହିଳାଙ୍କଠାରେ ଦେଖାଦିଏ ଏସବୁ ଲକ୍ଷଣ…

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ମିଳିବ ପଞ୍ଚମ କିସ୍ତି ଟଙ୍କା

ଭୁବନେଶ୍ବର,୧୭ା୮: ସୁଭଦ୍ରା ପଞ୍ଚମ କିସ୍ତି ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି । ରକ୍ଷା ବନ୍ଧନ ଦିନ ହିଁ ମିଳିବ ସୁଭଦ୍ରା ପଞ୍ଚମ…

ବ୍ୟବସାୟୀ ଅପହରଣ ମାମଲା: ମହିଳା ପୋଲିସ ସବ୍‌ଇନ୍ସପେକ୍ଟରଙ୍କ ସହ ଜଣେ ସାମ୍ବାଦିକ ଗିରଫ, ୪କୁ ବୃଦ୍ଧି ପାଇଲା ସଂଖ୍ୟା

ବଲାଙ୍ଗୀର,୧୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ମାମଲାରେ ବଲାଙ୍ଗୀର ପୋଲିସ ଭୁବନେଶ୍ବରରୁ ଜଣେ ମହିଳା ସବ୍‌ଇନ୍ସପେକ୍ଟର ଓ ଜଣେ ଖବରଦାତାଙ୍କୁ…

ଗୁଲିଗପ ଇତିହାସକୁ ବଦଳାଇପାରେ ନାହିଁ

କୋଣାର୍କଠାରେ ସୂର୍ଯ୍ୟଙ୍କ ଉପାସନାର ସବିଶେଷ ଆଲୋଚନା ଅନେକଙ୍କ ମନରେ ପ୍ରଶ୍ନ ଉଠାଇପାରେ। ଇତିହାସ ବା ଐତିହ୍ୟ ପ୍ରସଙ୍ଗରେ ଉପାସନା ଧାରାକୁ ଏତେ ଗୁରୁତ୍ୱ ଦେବାର କାରଣ କ’ଣ!…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri