ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି) କିଣିବେ; ଯାହାଦ୍ୱାରା ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଦେଶରେ ଉପୁଜିଥିବା ତୈଳ ସଙ୍କଟକୁ ଏଡ଼ାଯାଇ ପାରିବ ବୋଲି ରାଜ୍ୟ ସରକାର ଲକ୍ଷ୍ୟ ରହିଛନ୍ତି। ଏହାକୁ ନେଇ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ପ୍ରଶାସନକୁ ୮ସୂତ୍ରୀ ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି।
ଲୋକସେବା ଭବନରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାଝୀ ସରକାରୀ ବିଭାଗଗୁଡ଼ିକରେ ପେଟ୍ରୋଲ ଓ ଡିଜେଲ ବ୍ୟବହାର ହ୍ରାସ କରିବା ପାଇଁ ବିହିତ ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ସରକାରୀସ୍ତରର ବିଭିନ୍ନ ବୈଠକ, ସମୀକ୍ଷା, ପ୍ରଶିକ୍ଷଣ, କର୍ମଶାଳା ଆଦି ଅତି ଆବଶ୍ୟକ ନ ହେଲେ ଭର୍ଚୁଆଲ ମୋଡ୍‌ରେ କରାଯିବ। ଯେଉଁ ଅଧିକାରୀ ଓ କର୍ମଚାରୀମାନଙ୍କ ପ୍ରତ୍ୟକ୍ଷ ଉପସ୍ଥିତି ଆବଶ୍ୟକ ଥିବ, ସେମାନେ ବୈଠକରେ ଯୋଗଦେଇପାରିବେ ଏବଂ ଅନ୍ୟମାନେ ଭର୍ଚୁଆଲ ମୋଡ୍‌ରେ ଯୋଗଦେବେ।
ସେହିଭଳି ଜୁନ୍‌ ପହିଲାରୁ ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ଯେତେ ନୂଆ ଦୁଇ ଚକିଆ ଓ ଚାରି ଚକିଆ ଯାନ କିଣାଯିବ, ସେଗୁଡ଼ିକ ବୈଦ୍ୟୁତିକ ଯାନ (ଇଭି) ହୋଇଥିବା ବାଧ୍ୟତାମୂଳକ। ବିଶେଷ ଆବଶ୍ୟକତା ଭିତ୍ତିରେ ପେଟ୍ରୋଲ କିମ୍ବା ଡିଜେଲ ଯାନ କିଣିବାକୁ ଅନୁମତି ଦିଆଯିବ। ସରକାରୀ କାର୍ଯ୍ୟାଳୟରେ ଭଡ଼ା ସୂତ୍ରରେ ନିଆଯାଉଥିବା ୪ ଚକିଆ ଯାନ ଇଭି ହେବା ବାଧ୍ୟତାମୂଳକ କରାଯିବ। ବ୍ୟକ୍ତିଗତ ସରକାରୀ ବ୍ୟବହାର ପାଇଁ ସରକାରୀ ଯାନ ପାଇଥିବା ବରିଷ୍ଠ ଅଧିକାରୀମାନେ ନିଜ ନିଜ ମଧ୍ୟରେ କାରପୁଲିଂ କରିବେ, ଅର୍ଥାତ୍‌ ଯିବା ଆସିବା ପାଇଁ କେବଳ ଗୋଟିଏ ଗାଡ଼ି ବ୍ୟବହାର କରିବେ। ସରକାରୀ ଯାନ ବ୍ୟବହାର ପାଇଁ ରାଶିର ପରିମାଣ ମଧ୍ୟ ତଦନୁଯାୟୀ ଅଧା କରାଯିବ। କେଉଁ ପାହ୍ୟାର ବରିଷ୍ଠ ଅଧିକାରୀମାନେ ବ୍ୟକ୍ତିଗତ ଭାବେ ସରକାରୀ ଗାଡ଼ି ବ୍ୟବହାର କରିପାରିବେ, ସେଥିପାଇଁ ଅର୍ଥବିଭାଗ ୧୫ ଦିନ ମଧ୍ୟରେ ଏକ ମାର୍ଗଦର୍ଶିକା ଜାରି କରିବ। ଦୂରସ୍ଥାନକୁ ପରିଦର୍ଶନରେ ଗଲାବେଳେ ଅଧିକାରୀ ଓ କର୍ମଚାରୀମାନେ ବସ୍‌ କିମ୍ବା ରେଳଯାତ୍ରା କରିବେ। ଯେଉଁ ଅଧିକାରୀମାନଙ୍କ ନିଜସ୍ବ ବୈଦ୍ୟୁତିକ ଗାଡ଼ି ରହିଛି, ସେମାନେ ସରକାରୀ କାର୍ଯ୍ୟରେ କିଭଳି ଏହାକୁ ବ୍ୟବହାର କରିପାରିବେ, ସେ ସମ୍ପର୍କରେ ଅର୍ଥବିଭାଗ ପକ୍ଷରୁ ମାର୍ଗଦର୍ଶିକା ପ୍ରସ୍ତୁତ କରିବା ପାଇଁ କୁହାଯାଇଛି। ବହୁଳମାତ୍ରାରେ ସରକାରୀ କର୍ମଚାରୀ ରହୁଥିବା ସ୍ଥାନରୁ କର୍ମଚାରୀମାନଙ୍କ ଯିବା ଆସିବା ପାଇଁ ବୈଦ୍ୟୁତିକ ବସ୍‌ କିମ୍ବା ମିନିବସ୍‌ ସେବା ଯୋଗାଇ ଦିଆଯିବ। ସରକାରୀ ଯାନର ଚଳପ୍ରଚଳ ବାବଦକୁ ମାସିକ ପେଟ୍ରୋଲ ଓ ଡିଜେଲ ବ୍ୟବହାର ପରିମାଣ ଯେପରି ଅତିକମ୍‌ରେ ୧୦ ପ୍ରତିଶତ କମିବ, ସେ ଦିଗରେ ସମସ୍ତ କାର୍ଯ୍ୟାଳୟ ସୁଚିନ୍ତିତ ପଦକ୍ଷେପ ନେବେ।
ଏହି ନିର୍ଦ୍ଦେଶାବଳୀ ରାଜ୍ୟ ସଚିବାଳୟଠାରୁ ଆରମ୍ଭ କରି ସମସ୍ତ ସରକାରୀ ବିଭାଗର ଉପଖଣ୍ଡ, ତହସିଲ, ବ୍ଲକ ସହିତ ରାଜ୍ୟର ସରକାରୀ ଓ ସରକାରୀ ଉଦ୍ୟୋଗ, ସଂସ୍ଥା, ବିଶ୍ୱବିଦ୍ୟାଳୟ, ସମିତିମାନଙ୍କରେ କଡ଼ାକଡ଼ି ଅନୁପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ମଧ୍ୟପ୍ରାଚ୍ୟ ଯୁଦ୍ଧ ପରିସ୍ଥିତିକୁ ନେଇ ଦେଶରେ ସୃଷ୍ଟି ହୋଇଥିବା ତୈଳ ସଙ୍କଟ ଏବଂ ପେଟ୍ରୋଲ ଡିଜେଲ ଖର୍ଚ୍ଚକାଟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀଙ୍କ ନିବେଦନ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍‌କେଡ୍‌୍‌ର ଗାଡ଼ିସଂଖ୍ୟା ଅଧା କମାଯାଇଥିବା ବେଳେ ଗୁରୁବାର ୮ସୂତ୍ରୀ ନିର୍ଦ୍ଦେଶନାମା ଜାରି କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?