ଦଳୀୟ ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୩୦ା୮(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ସାଙ୍ଗକୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି ପରିସ୍ଥିତିରେ ଲୋକମାନଙ୍କ ସହ ରହିବାକୁ ଦଳୀୟ ବିଧାୟକମାନଙ୍କୁ ରବିବାର ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ସବୁ ପିଲା ଆମ ପରିବାରର। ଏ କଷ୍ଟ ସମୟରେ ଆପଣ ସେମାନଙ୍କ ସାଥୀରେ ରୁହନ୍ତୁ
ପିଲାମାନେ ଯେପରି ଭଲରେ ପରୀକ୍ଷା ଦେବେ ସେଥିପାଇଁ ସହଯୋଗ କରନ୍ତୁ।
କରୋନା ସଂକ୍ରମଣରେ ଭାରତ ଆଜି ସାରା ବିଶ୍ବରେ ଊର୍ଦ୍ଧ୍ୱରେ ଅଛି। ଆମ ଦେଶରେ ପ୍ରତି ଦୁଇ ଦିନରେ ୧ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହେଉଛନ୍ତି । ଆମ ରାଜ୍ୟ ଓଡ଼ିଶା ମଧ୍ୟ କରୋନାର କଡ଼ା ମୁକାବିଲା କରୁଛି। ଆମର କୋଭିଡ୍‌ ଯୋଦ୍ଧାମାନଙ୍କର ତ୍ୟାଗ ଓ ପରିଶ୍ରମ ଏବଂ ଆପଣମାନଙ୍କ ସହଯୋଗ ଯୋଗୁ ରାଜ୍ୟରେ ଆରୋଗ୍ୟ ହାର ବଢ଼ୁଛି ଓ ମୃତ୍ୟୁହାର ସବୁଠାରୁ କମ୍‌ ଅଛି।
ମୋର ଅନୁରୋଧ, ଏହି ସଙ୍କଟ ସମୟରେ ଆପଣମାନେ ଲୋକଙ୍କ ସହିତ ରୁହନ୍ତୁ। ସେମାନଙ୍କ ସୁଖ ଦୁଃଖରେ ସାମିଲ ହୁଅନ୍ତୁ । ମୃତ କୋଭିଡ୍‌ ରୋଗୀଙ୍କ ମୃତଦେହ ସଂସ୍କାର କ୍ଷେତ୍ରରେ କେତେକ ଅସୁବିଧା ହେଉଛି । ଏଥିପାଇଁ ଆପଣ ଲୋକଙ୍କୁ ବୁଝାନ୍ତୁ ଏବଂ ମୃତଦେହ ସଂସ୍କାରରେ ସହଯୋଗ କରନ୍ତୁ ।

ଆପଣମାନେ ଜାଣି ଖୁସି ହେବେ ଯେ, ଆଜିଠାରୁ ଗଞ୍ଜାମରେ ୫ଟି କୋଭିଡ୍‌ ସେଣ୍ଟରକୁ ବନ୍ଦ କରି ଦିଆଯାଇଛି। ସେଠାରେ ପରିସ୍ଥିତିରେ ଉନ୍ନତି ଆସିଛି। କିନ୍ତୁ ଖୋର୍ଦ୍ଧା ଓ କଟକରେ ପରିଚାଳନା କରିବା ପାଇଁ ଆମକୁ ଅଧିକ ପରିଶ୍ରମ କରିବାକୁ ହେବ। ମୋର ଅନୁରୋଧ ଆପଣମାନେ ନିଜେ ଯତ୍ନବାନ ରୁହନ୍ତୁ ଏବଂ ଲୋକଙ୍କୁ ସଚେତନ କରାନ୍ତୁ। କୋଭିଡ୍‌ ଯୋଗୁ ଅନ୍ୟ ରାଜ୍ୟରେ ଥିବା ଆମର ୧୦ ଲକ୍ଷ ଭାଇଭଉଣୀ ଓଡ଼ିଶା ଫେରିଛନ୍ତି । ସେମାନଙ୍କ ମଧ୍ୟରୁ କେହି ବି ଯୋଗ୍ୟ ଲୋକ ଯେପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହେବ ନାହିଁ, ସେଥିପ୍ରତି ଆପଣ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସେହିପରି ଅନ୍ୟ ରାଜ୍ୟରୁ ଆସୁଥିବା ଭାଇଭଉଣୀମାନେ ଯେପରି ନିର୍ମାଣ ଶ୍ରମିକ ଯୋଜନା ପାଇଁ ସୁବିଧାରେ ପଞ୍ଜୀକରଣ କରିପାରିବେ, ସେଥିରେ ଆପଣ ସହଯୋଗ କରନ୍ତୁ। ଲଘୁଚାପ ବର୍ଷାରେ ରାଜ୍ୟରେ ବନ୍ୟା ଆସିଛି। ଲୋକଙ୍କ ଏ ଅସୁବିଧା ସମୟରେ ଆପଣ ଲୋକଙ୍କ ସାଥୀରେ ରୁହନ୍ତୁ। ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ରାଜ୍ୟ ସରକାର ସବୁ ସହଯୋଗ ଯୋଗାଇ ଦେବେ।
କୋଭିଡ୍‌ ଏବଂ ବନ୍ୟା ପରିସ୍ଥିତିରେ ପିଲାଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି NEET ଓ JEE ପରୀକ୍ଷା ଘୁଞ୍ଚାଇବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। କିନ୍ତୁ ହେଲା ନାହିଁ। ବର୍ତ୍ତମାନ ଆମ ପାଖରେ ୪୮ ଘଣ୍ଟାରୁ କମ୍‌ ସମୟ ରହିଛି। ପିଲାମାନେ ଆମ ଦେଶର ଭବିଷ୍ୟତ। ଓଡ଼ିଶାର ଭବିଷ୍ୟତ। ସେମାନେ ଆମ ପରିବାରର ଓ ସେମାନଙ୍କ ସୁରକ୍ଷା ଆମ ଦାୟିତ୍ୱ। ତେଣୁ ପିଲାମାନେ ଯେପରି ଭଲରେ ଭଲରେ ପରୀକ୍ଷା ଦେବେ, ସେଥିପାଇଁ ରାଜ୍ୟ ସରକାର ମାଗଣାରେ ପରିବହନ ଓ ରହିବାର ବ୍ୟବସ୍ଥା କରିଛନ୍ତି। ଆପଣଙ୍କ ଅଞ୍ଚଳର ପିଲାମାନେ ଯେପରି ସୁବିଧାରେ ପରୀକ୍ଷା ଦେବେ, ସେଥିରେ ଆପଣ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ବିଧାୟକମାନଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri