ଦଳୀୟ ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୩୦ା୮(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ସାଙ୍ଗକୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି ପରିସ୍ଥିତିରେ ଲୋକମାନଙ୍କ ସହ ରହିବାକୁ ଦଳୀୟ ବିଧାୟକମାନଙ୍କୁ ରବିବାର ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ସବୁ ପିଲା ଆମ ପରିବାରର। ଏ କଷ୍ଟ ସମୟରେ ଆପଣ ସେମାନଙ୍କ ସାଥୀରେ ରୁହନ୍ତୁ
ପିଲାମାନେ ଯେପରି ଭଲରେ ପରୀକ୍ଷା ଦେବେ ସେଥିପାଇଁ ସହଯୋଗ କରନ୍ତୁ।
କରୋନା ସଂକ୍ରମଣରେ ଭାରତ ଆଜି ସାରା ବିଶ୍ବରେ ଊର୍ଦ୍ଧ୍ୱରେ ଅଛି। ଆମ ଦେଶରେ ପ୍ରତି ଦୁଇ ଦିନରେ ୧ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହେଉଛନ୍ତି । ଆମ ରାଜ୍ୟ ଓଡ଼ିଶା ମଧ୍ୟ କରୋନାର କଡ଼ା ମୁକାବିଲା କରୁଛି। ଆମର କୋଭିଡ୍‌ ଯୋଦ୍ଧାମାନଙ୍କର ତ୍ୟାଗ ଓ ପରିଶ୍ରମ ଏବଂ ଆପଣମାନଙ୍କ ସହଯୋଗ ଯୋଗୁ ରାଜ୍ୟରେ ଆରୋଗ୍ୟ ହାର ବଢ଼ୁଛି ଓ ମୃତ୍ୟୁହାର ସବୁଠାରୁ କମ୍‌ ଅଛି।
ମୋର ଅନୁରୋଧ, ଏହି ସଙ୍କଟ ସମୟରେ ଆପଣମାନେ ଲୋକଙ୍କ ସହିତ ରୁହନ୍ତୁ। ସେମାନଙ୍କ ସୁଖ ଦୁଃଖରେ ସାମିଲ ହୁଅନ୍ତୁ । ମୃତ କୋଭିଡ୍‌ ରୋଗୀଙ୍କ ମୃତଦେହ ସଂସ୍କାର କ୍ଷେତ୍ରରେ କେତେକ ଅସୁବିଧା ହେଉଛି । ଏଥିପାଇଁ ଆପଣ ଲୋକଙ୍କୁ ବୁଝାନ୍ତୁ ଏବଂ ମୃତଦେହ ସଂସ୍କାରରେ ସହଯୋଗ କରନ୍ତୁ ।

ଆପଣମାନେ ଜାଣି ଖୁସି ହେବେ ଯେ, ଆଜିଠାରୁ ଗଞ୍ଜାମରେ ୫ଟି କୋଭିଡ୍‌ ସେଣ୍ଟରକୁ ବନ୍ଦ କରି ଦିଆଯାଇଛି। ସେଠାରେ ପରିସ୍ଥିତିରେ ଉନ୍ନତି ଆସିଛି। କିନ୍ତୁ ଖୋର୍ଦ୍ଧା ଓ କଟକରେ ପରିଚାଳନା କରିବା ପାଇଁ ଆମକୁ ଅଧିକ ପରିଶ୍ରମ କରିବାକୁ ହେବ। ମୋର ଅନୁରୋଧ ଆପଣମାନେ ନିଜେ ଯତ୍ନବାନ ରୁହନ୍ତୁ ଏବଂ ଲୋକଙ୍କୁ ସଚେତନ କରାନ୍ତୁ। କୋଭିଡ୍‌ ଯୋଗୁ ଅନ୍ୟ ରାଜ୍ୟରେ ଥିବା ଆମର ୧୦ ଲକ୍ଷ ଭାଇଭଉଣୀ ଓଡ଼ିଶା ଫେରିଛନ୍ତି । ସେମାନଙ୍କ ମଧ୍ୟରୁ କେହି ବି ଯୋଗ୍ୟ ଲୋକ ଯେପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହେବ ନାହିଁ, ସେଥିପ୍ରତି ଆପଣ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସେହିପରି ଅନ୍ୟ ରାଜ୍ୟରୁ ଆସୁଥିବା ଭାଇଭଉଣୀମାନେ ଯେପରି ନିର୍ମାଣ ଶ୍ରମିକ ଯୋଜନା ପାଇଁ ସୁବିଧାରେ ପଞ୍ଜୀକରଣ କରିପାରିବେ, ସେଥିରେ ଆପଣ ସହଯୋଗ କରନ୍ତୁ। ଲଘୁଚାପ ବର୍ଷାରେ ରାଜ୍ୟରେ ବନ୍ୟା ଆସିଛି। ଲୋକଙ୍କ ଏ ଅସୁବିଧା ସମୟରେ ଆପଣ ଲୋକଙ୍କ ସାଥୀରେ ରୁହନ୍ତୁ। ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ରାଜ୍ୟ ସରକାର ସବୁ ସହଯୋଗ ଯୋଗାଇ ଦେବେ।
କୋଭିଡ୍‌ ଏବଂ ବନ୍ୟା ପରିସ୍ଥିତିରେ ପିଲାଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି NEET ଓ JEE ପରୀକ୍ଷା ଘୁଞ୍ଚାଇବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। କିନ୍ତୁ ହେଲା ନାହିଁ। ବର୍ତ୍ତମାନ ଆମ ପାଖରେ ୪୮ ଘଣ୍ଟାରୁ କମ୍‌ ସମୟ ରହିଛି। ପିଲାମାନେ ଆମ ଦେଶର ଭବିଷ୍ୟତ। ଓଡ଼ିଶାର ଭବିଷ୍ୟତ। ସେମାନେ ଆମ ପରିବାରର ଓ ସେମାନଙ୍କ ସୁରକ୍ଷା ଆମ ଦାୟିତ୍ୱ। ତେଣୁ ପିଲାମାନେ ଯେପରି ଭଲରେ ଭଲରେ ପରୀକ୍ଷା ଦେବେ, ସେଥିପାଇଁ ରାଜ୍ୟ ସରକାର ମାଗଣାରେ ପରିବହନ ଓ ରହିବାର ବ୍ୟବସ୍ଥା କରିଛନ୍ତି। ଆପଣଙ୍କ ଅଞ୍ଚଳର ପିଲାମାନେ ଯେପରି ସୁବିଧାରେ ପରୀକ୍ଷା ଦେବେ, ସେଥିରେ ଆପଣ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ବିଧାୟକମାନଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri