ଲୋକାଭିମୁଖୀ ବଜେଟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୨୬ା୬(ଅନିଲ ଦାସ): ଗୁରୁତର ରୋଗୀମାନଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ରାଜ୍ୟର ଖଣିଜ ସମ୍ପଦ ଜିଲାରେ ଟ୍ରମା କେୟାର ସେଣ୍ଟର ନିର୍ମାଣ ହେବ। ଜିଲା ଖଣିଜ ପାଣ୍ଠି(ଡିଏମ୍‌ଏଫ୍‌) ଅର୍ଥରେ ଏହି ସେଣ୍ଟର ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରିଛନ୍ତି। ସେ ଖଣିଜ ପାଣ୍ଠିର ସୁବିନିଯୋଗ ଉପରେ ଗୁରୁତ୍ୱ ଦେଇଛନ୍ତି। ଖଣିଜ ସମ୍ପଦ ଥିବା ଜିଲା ମେଡିକାଲ କଲେଜଗୁଡ଼ିକରେ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏକ ଲୋକାଭିମୁଖୀ ବଜେଟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ନୂଆ ସରକାରଙ୍କ ଉପରେ ଜନସାଧାରଣଙ୍କ ବହୁ ଆଶାଆକାଂକ୍ଷା ରହିଛି। ରାଜ୍ୟ ଯୋଜନା ବଜେଟରେ ଏହା ପ୍ରତିଫଳିତ ହେବା ଆବଶ୍ୟକ ବୋଲି ସେ ବିଭାଗୀୟ ଅଧିକାରୀଙ୍କୁ କହିଛନ୍ତି । ଯୋଜନାଗୁଡ଼ିକ ଯେପରି ତୃଣମୂଳ ସ୍ତରରେ ଠିକ୍‌ ଭାବରେ ପହଞ୍ଚିବ ଓ ଲୋକମାନେ ଏହାର ସୁଫଳ ପାଇବେ ସେ ଉପରେ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବୈଠକରେ ଦଳର ସଂକଳ୍ପ ଅନୁଯାୟୀ ଉତ୍ତର ଓଡ଼ିଶା ଉନ୍ନୟନ ପରିଷଦ ଏବଂ ଦକ୍ଷିଣ ଓଡ଼ିଶା ଉନ୍ନୟନ ପରିଷଦ ଗଠନ ପାଇଁ ଟାସ୍କଫୋର୍ସ ଗଠନ କରିବା ସହ ଅନୁଧ୍ୟାନ କରି ପ୍ରସ୍ତାବ ଦେବାକୁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ସଂକଳ୍ପପତ୍ରର ସମସ୍ତ ପ୍ରମୁଖ ପ୍ରତିଶ୍ରୁତିଗୁଡ଼ିକୁ ଅନୁଧ୍ୟାନ କରି ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଯୋଜନା ଓ ସଂଯୋଜନ ବିଭାଗର ବରିଷ୍ଠ ଅଧିକାରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ବିଭାଗର କାର୍ଯ୍ୟାବଳୀ ସମ୍ବନ୍ଧରେ ବିଶଦ ଭାବରେ ଅବଗତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri