ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କୁଚିଣ୍ଡା-ବଲାଙ୍ଗୀରରେ ଖୋଲିବ ୨ ନୂଆ ଆଇଟିଆଇ

ଭୁବନେଶ୍ବର, ୩ା୮(ବ୍ୟୁରୋ): ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ଼ଠାରେ ୨ଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ଆଇଟିଆଇ) ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ଏହାଦ୍ବାରା ଏହି ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ ଉପକୃତ ହେବେ। କୁଚିଣ୍ଡାରେ ନୂଆ ସରକାରୀ ଆଇଟିଆଇ ପ୍ରତିଷ୍ଠା ଦ୍ବାରା କୁଚିଣ୍ଡା ବାମରା ଓ ଜମନକିରା ବ୍ଲକର ଯୁବସମାଜ ଉପକୃତ ହେବେ। ନିଯୁକ୍ତି ତଥା ଆତ୍ମନିଯୁକ୍ତିର ସୁଯୋଗ ଥିବା ୪ ଗୋଟି ଟ୍ରେଡ୍‌ରେ ଏଠାରେ ୨୪୦ ପ୍ରଶିକ୍ଷାର୍ଥୀଙ୍କୁ ତାଲିମ ମିଳିବ। ସମ୍ବଲପୁର ଆଖପାଖରେ ଅନେକ ଶିଳ୍ପାନୁଷ୍ଠାନ ଗଢି ଉଠୁଥିବାରୁ ଏହା ଛାତ୍ରୀଛାତ୍ରମାନଙ୍କ ପାଇଁ ବିପୁଳ ଓ ଆତ୍ମନିଯୁକ୍ତିର ସୁଯୋଗ ମଧ୍ୟ ସୃଷ୍ଟି ହେବ। ସେହିପରି ବଲାଙ୍ଗୀରର ପାଟଣାଗଡ଼ଠାରେ ପ୍ରତିଷ୍ଠିତ ଆଇଟିଆଇରେ ମଧ୍ୟ ୪ଟି ଟ୍ରେଡ୍‌ରେ ୨୪୦ ପିଲା ଶିଳ୍ପ ତାଲିମ ପାଇପାରିବେ। ବୃତ୍ତିଗତ ତାଲିମ ବ୍ୟବସ୍ଥା ଦ୍ବାରା ବ୍ଲକ୍‌ର ଯୁବତୀଯୁବକମାନଙ୍କ ଦକ୍ଷତା ବୃଦ୍ଧି ହେବା ସହିତ ନିଯୁକ୍ତି/ଆତ୍ମନିଯୁକ୍ତିର ସୁଯୋଗ ସୃଷ୍ଟିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri