Posted inରାଜ୍ୟ

ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଘର ଭାଙ୍ଗିଥିଲେ ମିଳିବ ୧.୨୦ ଲକ୍ଷ ଟଙ୍କା

ଭୁବନେଶ୍ୱର,୨୪।୯: ଚଳିତ ସେପ୍ଟେମ୍ବରରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଜିଲାରେ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତମାସ ୧୮ ତାରିଖରେ ବାଲେଶ୍ୱର ଗସ୍ତକରି କ୍ଷତିଗ୍ରସ୍ତମାନଙ୍କୁ ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ମଙ୍ଗଳବାର ବାଲେଶ୍ବର ଜିଲାର ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ଘୋଷଣା କରାଯାଇଛି ।

ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ବାସଗୃହ ନିମନ୍ତେ ୧,୨୦,୦୦୦ ଟଙ୍କା, ଆଂଶିକ ଭାବେ କ୍ଷତିଗ୍ରସ୍ତ ପକ୍କା ଗୃହ ପାଇଁ ୬,୫୦୦ ଟଙ୍କା, ଆଂଶିକ କ୍ଷତିଗ୍ରସ୍ତ କଚ୍ଚା ଘର ପାଇଁ ୪୦୦୦ ଟଙ୍କା, ଭାଙ୍ଗିଯାଇଥିବା କୁଡ଼ିଆ ଘର ପିଛା ୮୦୦୦ ଟଙ୍କା ଓ ଭାଙ୍ଗିଯାଇଥିବା ଗୁହାଳ ଘର ପାଇଁ ୩୦୦୦ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ ।
ସେହିପରି ବାସଗୃହ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଥିଲେ କିମ୍ବା ୨ ଦିନ ଧରି ବନ୍ୟାଜଳରେ ବୁଡ଼ି ରହିଥିଲେ ଲୁଗାପଟା ପାଇଁ ୨୫୦୦ ଟଙ୍କା ଓ ବାସନ କୁସନ ପାଇଁ ୨୫୦୦ ଟଙ୍କା ଆର୍ଥିକ ସହାୟତା ରାଶି ଯୋଗାଇ ଦିଆଯିବ ।

କ୍ଷୁଦ୍ର ଏବଂ ନାମମାତ୍ର ଚାଷୀଙ୍କୁ ଫସଲ/ଉଦ୍ୟାନ କୃଷି କ୍ଷୟକ୍ଷତିର ଭରଣା ନିମନ୍ତେ ଅଣଜଳସେଚିତ ଅଞ୍ଚଳ ପାଇଁ ହେକ୍ଟର ପିଛା ୮,୫୦୦ ଟଙ୍କା, ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୧୭,୦୦୦ ଓ ସମସ୍ତ ପ୍ରକାର ବାରମାସୀ ଫସଲ ପାଇଁ ହେକ୍ଟର ପିଛା ୨୨,୫୦୦ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ । ଏହି ସହାୟତା ସର୍ବାଧିକ ୨ ହେକ୍ଟର ପାଇଁ ଯୋଗାଇ ଦିଆଯିବ। ସେହିଭଳି କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ବାଲିଚର ସହାୟତା (ଯଦି ୩ ଇଞ୍ଚରୁ ଊର୍ଦ୍ଧ୍ୱ ବାଲିଚର ହୋଇଥାଏ) ହେକ୍ଟର ପିଛା ୧୮,୦୦୦ ଟଙ୍କା, ସର୍ବନିମ୍ନ ୨୨୦୦ ଟଙ୍କା, ମାଛଚାଷ ପୋଖରୀର ମରାମତି ଓ ପଙ୍କ ଉଦ୍ଧାର ପାଇଁ ହେକ୍ଟର ପିଛା ୧୮,୦୦୦ ଟଙ୍କା, ସର୍ବନିମ୍ନ ୨୨୦୦ ଟଙ୍କା, ଯଦି ଚାଷ ଜମିର ଅନେକାଂଶ ଭୂସ୍ଖଳନ ଯୋଗୁ, ନଦୀର ଗତିପଥ ପରିବର୍ତ୍ତନ ଯୋଗୁ କ୍ଷୟ ହୋଇଥାଏ ତେବେ ହେକ୍ଟର ପିଛା ୪୭,୦୦୦ ଟଙ୍କା । ଏଥିପାଇଁ ଚାଷୀ ପିଛା ସର୍ବନିମ୍ନ ୫୦୦୦ ଟଙ୍କା ଆର୍ଥିକ ସହାୟତା ଦିଆଯିବ ।

ସେହିପରି ମତ୍ସ୍ୟଜୀବୀମାନଙ୍କ ଆଂଶିକ କ୍ଷତିଗ୍ରସ୍ତ ଡଙ୍ଗା ପାଇଁ ୬,୦୦୦ ଟଙ୍କା, ଆଂଶିକ କ୍ଷତିଗ୍ରସ୍ତ ଜାଲ ପାଇଁ ୩୦୦୦ ଟଙ୍କା, ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିବା ଡଙ୍ଗା ପାଇଁ ୧୫,୦୦୦ ଟଙ୍କା, ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ଜାଲ ପାଇଁ ୪,୦୦୦ ଟଙ୍କା ଓ ମତ୍ସ୍ୟ ଯାଆଁଳ ଚାଷର କ୍ଷତି ପାଇଁ ହେକ୍ଟର ପିଛା ୧୦,୦୦୦ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ।
ମୃତ ଗୃହପାଳିତ ପ୍ରାଣୀମାନଙ୍କ ପାଇଁ ଦୁଧିଆଳୀ ପ୍ରାଣୀ ଯଥା ମଇଁଷି, ଗାଈ ପିଛା ୩୭,୫୦୦ ଟଙ୍କା, ଛେଳି ବା ମେଣ୍ଢା ପିଛା ୪୦୦୦ ଟଙ୍କା, ଭାରବାହୀ ପ୍ରାଣୀ ଯଥା ବଳଦ, ମଇଁଷି, ଘୋଡ଼ା ପିଛା ୩୨,୦୦୦ ଟଙ୍କା, ବାଛୁରି, ଗଧ ଏବଂ ଖଚର ପିଛା ୨୦,୦୦୦ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ । ଏହି ସହାୟତା ରାଶି ଗୋଟିଏ ପରିବାରର ୩ଟି ବଡ଼ ଦୁଗ୍ଧ ପ୍ରଦାନକାରୀ ପ୍ରାଣୀ ବା ୩୦ଟି ଛୋଟ ଦୁଗ୍ଧ ପ୍ରଦାନକାରୀ ପ୍ରାଣୀ କିମ୍ବା ୩ଟି ବୃହତ ଭାରବାହୀ ପ୍ରାଣୀ ବା ୬ଟି ଛୋଟ ଭାରବାହୀ ପ୍ରାଣୀଙ୍କ ପର୍ଯ୍ୟନ୍ତ ସୀମିତ ରହିବ ।

ହସ୍ତଶିଳ୍ପ, ହସ୍ତତନ୍ତ କାରିଗରମାନଙ୍କୁ ଯନ୍ତ୍ରାଂଶ ନଷ୍ଟ ବା ପ୍ରତିସ୍ଥାପନ ପାଇଁ ଗ୍ରାମୀଣ କାରିଗର ପିଛା ୫୦୦୦ ଟଙ୍କା ଓ ବିଭିନ୍ନ ଆନୁଷଙ୍ଗିକ ଦ୍ରବ୍ୟ ପାଇଁ ଗ୍ରାମୀଣ କାରିଗର ପିଛା ୫୦୦୦ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯିବ । ସର୍ବସାଧାରଣ ସମ୍ପତ୍ତି ଯଥା- ରାସ୍ତାଘାଟ, ପୋଲ, ବିଦ୍ୟାଳୟ, ପ୍ରାଥମିକ/ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ୧୧ କେଭି ଏଲ୍‌ଟି ଲାଇନ, ପାନୀୟଜଳ ଯୋଗାଣ ବ୍ୟବସ୍ଥା, କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ମହିଳା ମଣ୍ଡଳ, ଯୁବ କେନ୍ଦ୍ର, ପଞ୍ଚାୟତ ଘର ଓ ଅଙ୍ଗନଓ୍ବାଡି ଗୃହ ଆଦିର ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ନିମନ୍ତେ ସମ୍ପୃକ୍ତ ବିଭାଗଗୁଡ଼ିକଠାରୁ ସବିଶେଷ କ୍ଷୟକ୍ଷତିର ତଥ୍ୟ ହସ୍ତଗତ ହେଲାପରେ ଆର୍ଥିକ ସହାୟତା ଉକ୍ତ ବିଭାଗଗୁଡ଼ିକୁ ପ୍ରଦାନ କରାଯିବ ।

ସର୍ବସାଧାରଣ ସମ୍ପତ୍ତି ଯଥା-ରାସ୍ତାଘାଟ, ପୋଲ, ବିଦ୍ୟାଳୟ, ପ୍ରାଥମିକ/ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ୧୧ କେଭି ଏଲଟି ଲାଇନ୍‌, ପାନୀୟଜଳ ଯୋଗାଣ ବ୍ୟବସ୍ଥା, କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ମହିଳା ମଣ୍ଡଳ, ଯୁବ କେନ୍ଦ୍ର, ପଞ୍ଚାୟତ ଘର ଓ ଅଙ୍ଗନବାଡି ଗୃହ ଆଦିର ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ନିମନ୍ତେ ସଂପୃକ୍ତ ବିଭାଗମାନଙ୍କଠାରୁ ସବିଶେଷ କ୍ଷୟକ୍ଷତିର ତଥ୍ୟ ହସ୍ତଗତ ହେଲାପରେ ଆର୍ଥିକ ସହାୟତା ଉକ୍ତ ବିଭାଗମାନଙ୍କୁ ପ୍ରଦାନ କରାଯିବ।

Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri