Posted inରାଜ୍ୟ

ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଘର ଭାଙ୍ଗିଥିଲେ ମିଳିବ ୧.୨୦ ଲକ୍ଷ ଟଙ୍କା

ଭୁବନେଶ୍ୱର,୨୪।୯: ଚଳିତ ସେପ୍ଟେମ୍ବରରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଜିଲାରେ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତମାସ ୧୮ ତାରିଖରେ ବାଲେଶ୍ୱର ଗସ୍ତକରି କ୍ଷତିଗ୍ରସ୍ତମାନଙ୍କୁ ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ମଙ୍ଗଳବାର ବାଲେଶ୍ବର ଜିଲାର ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ଘୋଷଣା କରାଯାଇଛି ।

ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ବାସଗୃହ ନିମନ୍ତେ ୧,୨୦,୦୦୦ ଟଙ୍କା, ଆଂଶିକ ଭାବେ କ୍ଷତିଗ୍ରସ୍ତ ପକ୍କା ଗୃହ ପାଇଁ ୬,୫୦୦ ଟଙ୍କା, ଆଂଶିକ କ୍ଷତିଗ୍ରସ୍ତ କଚ୍ଚା ଘର ପାଇଁ ୪୦୦୦ ଟଙ୍କା, ଭାଙ୍ଗିଯାଇଥିବା କୁଡ଼ିଆ ଘର ପିଛା ୮୦୦୦ ଟଙ୍କା ଓ ଭାଙ୍ଗିଯାଇଥିବା ଗୁହାଳ ଘର ପାଇଁ ୩୦୦୦ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ ।
ସେହିପରି ବାସଗୃହ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଥିଲେ କିମ୍ବା ୨ ଦିନ ଧରି ବନ୍ୟାଜଳରେ ବୁଡ଼ି ରହିଥିଲେ ଲୁଗାପଟା ପାଇଁ ୨୫୦୦ ଟଙ୍କା ଓ ବାସନ କୁସନ ପାଇଁ ୨୫୦୦ ଟଙ୍କା ଆର୍ଥିକ ସହାୟତା ରାଶି ଯୋଗାଇ ଦିଆଯିବ ।

କ୍ଷୁଦ୍ର ଏବଂ ନାମମାତ୍ର ଚାଷୀଙ୍କୁ ଫସଲ/ଉଦ୍ୟାନ କୃଷି କ୍ଷୟକ୍ଷତିର ଭରଣା ନିମନ୍ତେ ଅଣଜଳସେଚିତ ଅଞ୍ଚଳ ପାଇଁ ହେକ୍ଟର ପିଛା ୮,୫୦୦ ଟଙ୍କା, ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୧୭,୦୦୦ ଓ ସମସ୍ତ ପ୍ରକାର ବାରମାସୀ ଫସଲ ପାଇଁ ହେକ୍ଟର ପିଛା ୨୨,୫୦୦ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ । ଏହି ସହାୟତା ସର୍ବାଧିକ ୨ ହେକ୍ଟର ପାଇଁ ଯୋଗାଇ ଦିଆଯିବ। ସେହିଭଳି କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ବାଲିଚର ସହାୟତା (ଯଦି ୩ ଇଞ୍ଚରୁ ଊର୍ଦ୍ଧ୍ୱ ବାଲିଚର ହୋଇଥାଏ) ହେକ୍ଟର ପିଛା ୧୮,୦୦୦ ଟଙ୍କା, ସର୍ବନିମ୍ନ ୨୨୦୦ ଟଙ୍କା, ମାଛଚାଷ ପୋଖରୀର ମରାମତି ଓ ପଙ୍କ ଉଦ୍ଧାର ପାଇଁ ହେକ୍ଟର ପିଛା ୧୮,୦୦୦ ଟଙ୍କା, ସର୍ବନିମ୍ନ ୨୨୦୦ ଟଙ୍କା, ଯଦି ଚାଷ ଜମିର ଅନେକାଂଶ ଭୂସ୍ଖଳନ ଯୋଗୁ, ନଦୀର ଗତିପଥ ପରିବର୍ତ୍ତନ ଯୋଗୁ କ୍ଷୟ ହୋଇଥାଏ ତେବେ ହେକ୍ଟର ପିଛା ୪୭,୦୦୦ ଟଙ୍କା । ଏଥିପାଇଁ ଚାଷୀ ପିଛା ସର୍ବନିମ୍ନ ୫୦୦୦ ଟଙ୍କା ଆର୍ଥିକ ସହାୟତା ଦିଆଯିବ ।

ସେହିପରି ମତ୍ସ୍ୟଜୀବୀମାନଙ୍କ ଆଂଶିକ କ୍ଷତିଗ୍ରସ୍ତ ଡଙ୍ଗା ପାଇଁ ୬,୦୦୦ ଟଙ୍କା, ଆଂଶିକ କ୍ଷତିଗ୍ରସ୍ତ ଜାଲ ପାଇଁ ୩୦୦୦ ଟଙ୍କା, ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିବା ଡଙ୍ଗା ପାଇଁ ୧୫,୦୦୦ ଟଙ୍କା, ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ଜାଲ ପାଇଁ ୪,୦୦୦ ଟଙ୍କା ଓ ମତ୍ସ୍ୟ ଯାଆଁଳ ଚାଷର କ୍ଷତି ପାଇଁ ହେକ୍ଟର ପିଛା ୧୦,୦୦୦ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ।
ମୃତ ଗୃହପାଳିତ ପ୍ରାଣୀମାନଙ୍କ ପାଇଁ ଦୁଧିଆଳୀ ପ୍ରାଣୀ ଯଥା ମଇଁଷି, ଗାଈ ପିଛା ୩୭,୫୦୦ ଟଙ୍କା, ଛେଳି ବା ମେଣ୍ଢା ପିଛା ୪୦୦୦ ଟଙ୍କା, ଭାରବାହୀ ପ୍ରାଣୀ ଯଥା ବଳଦ, ମଇଁଷି, ଘୋଡ଼ା ପିଛା ୩୨,୦୦୦ ଟଙ୍କା, ବାଛୁରି, ଗଧ ଏବଂ ଖଚର ପିଛା ୨୦,୦୦୦ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ । ଏହି ସହାୟତା ରାଶି ଗୋଟିଏ ପରିବାରର ୩ଟି ବଡ଼ ଦୁଗ୍ଧ ପ୍ରଦାନକାରୀ ପ୍ରାଣୀ ବା ୩୦ଟି ଛୋଟ ଦୁଗ୍ଧ ପ୍ରଦାନକାରୀ ପ୍ରାଣୀ କିମ୍ବା ୩ଟି ବୃହତ ଭାରବାହୀ ପ୍ରାଣୀ ବା ୬ଟି ଛୋଟ ଭାରବାହୀ ପ୍ରାଣୀଙ୍କ ପର୍ଯ୍ୟନ୍ତ ସୀମିତ ରହିବ ।

ହସ୍ତଶିଳ୍ପ, ହସ୍ତତନ୍ତ କାରିଗରମାନଙ୍କୁ ଯନ୍ତ୍ରାଂଶ ନଷ୍ଟ ବା ପ୍ରତିସ୍ଥାପନ ପାଇଁ ଗ୍ରାମୀଣ କାରିଗର ପିଛା ୫୦୦୦ ଟଙ୍କା ଓ ବିଭିନ୍ନ ଆନୁଷଙ୍ଗିକ ଦ୍ରବ୍ୟ ପାଇଁ ଗ୍ରାମୀଣ କାରିଗର ପିଛା ୫୦୦୦ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯିବ । ସର୍ବସାଧାରଣ ସମ୍ପତ୍ତି ଯଥା- ରାସ୍ତାଘାଟ, ପୋଲ, ବିଦ୍ୟାଳୟ, ପ୍ରାଥମିକ/ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ୧୧ କେଭି ଏଲ୍‌ଟି ଲାଇନ, ପାନୀୟଜଳ ଯୋଗାଣ ବ୍ୟବସ୍ଥା, କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ମହିଳା ମଣ୍ଡଳ, ଯୁବ କେନ୍ଦ୍ର, ପଞ୍ଚାୟତ ଘର ଓ ଅଙ୍ଗନଓ୍ବାଡି ଗୃହ ଆଦିର ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ନିମନ୍ତେ ସମ୍ପୃକ୍ତ ବିଭାଗଗୁଡ଼ିକଠାରୁ ସବିଶେଷ କ୍ଷୟକ୍ଷତିର ତଥ୍ୟ ହସ୍ତଗତ ହେଲାପରେ ଆର୍ଥିକ ସହାୟତା ଉକ୍ତ ବିଭାଗଗୁଡ଼ିକୁ ପ୍ରଦାନ କରାଯିବ ।

ସର୍ବସାଧାରଣ ସମ୍ପତ୍ତି ଯଥା-ରାସ୍ତାଘାଟ, ପୋଲ, ବିଦ୍ୟାଳୟ, ପ୍ରାଥମିକ/ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ୧୧ କେଭି ଏଲଟି ଲାଇନ୍‌, ପାନୀୟଜଳ ଯୋଗାଣ ବ୍ୟବସ୍ଥା, କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ମହିଳା ମଣ୍ଡଳ, ଯୁବ କେନ୍ଦ୍ର, ପଞ୍ଚାୟତ ଘର ଓ ଅଙ୍ଗନବାଡି ଗୃହ ଆଦିର ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ନିମନ୍ତେ ସଂପୃକ୍ତ ବିଭାଗମାନଙ୍କଠାରୁ ସବିଶେଷ କ୍ଷୟକ୍ଷତିର ତଥ୍ୟ ହସ୍ତଗତ ହେଲାପରେ ଆର୍ଥିକ ସହାୟତା ଉକ୍ତ ବିଭାଗମାନଙ୍କୁ ପ୍ରଦାନ କରାଯିବ।

Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?