ଦାରିଙ୍ଗବାଡ଼ିରେ ପର୍ଯ୍ୟଟନର ବିକାଶ ପାଇଁ ୧୭ କୋଟି ୧୦ ଲକ୍ଷ ଟଙ୍କା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଦାରିଙ୍ଗବାଡ଼ି,୬ା୧୧(ଅରୁଣ ସାହୁ): କନ୍ଧମାଳ ଜିଲାର ସମସ୍ତ ୧୨ଟି ବ୍ଲକରେ ସୋମବାର ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଦାରିଙ୍ଗବାଡ଼ି ବ୍ଲକର ମିନି ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ବିଡିଓ ଗଦାଧର ପାତ୍ର ପରିଚାଳନା କରିଥିବା ବେଳେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଉପସ୍ଥିତ ରହି ସିଧା ଭିଡିଓ ମାଧ୍ୟମରେ ନିଜ ବକ୍ତବ୍ୟ ଉପସ୍ଥାପନା କରିଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ୫-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଦାରିଙ୍ଗବାଡ଼ି ପର୍ଯ୍ୟଟନର ବିକାଶ ପାଇଁ ରାଜ୍ୟ ସରକାର ଋଷିମାଳ ପାହାଡ଼ର ବିକାଶ ସହ ଡୁଲୁରୀ ପାଇନବଣ, ଲଭର୍ସ ପଏଣ୍ଟ ଆଦିର ଉନ୍ନତି ପାଇଁ ୧୭ କୋଟି ୧୦ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର କରାଯାଉଥିବା ଘୋଷଣା କରିଥିଲେ। ସେ କହିଥିଲେ ମୁଖ୍ୟମନ୍ତ୍ରୀ ଦାରିଙ୍ଗବାଡ଼ିର ବିକାଶ ପାଇଁ ଆହୁରି ଅନେକ ଯୋଜନା କରିଛନ୍ତି। ବ୍ଲକ ଅଧ୍ୟକ୍ଷ ସୁଶାନ୍ତ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଭିକେ ପାଣ୍ଡିଆନ ପୂର୍ବରୁ ଯେଉଁ ୭ ଦିନ ମଧ୍ୟରେ ଖୁସି ଖବର ଶୁଣିବେ ବୋଲି କହିଥିଲେ। ସେହି ଲୋକଙ୍କ ସ୍ବପ୍ନକୁ ସରକାର ପୂରଣ କରିଥିବା ନେଇ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷଙ୍କ ସମେତ ଜିଲା ପରିଷଦ ସଦସ୍ୟ ରଞ୍ଜନ ପ୍ରଧାନ, ପ୍ଲିହେରି ସରପଞ୍ଚ ପାଉଲ ପ୍ରଧାନ, ତହସିଲଦାର ଶରତ ଶବର, ଆଇଆଇସି ଆନନ୍ଦ ଚନ୍ଦ୍ର ପାତ୍ର, ସିଡିପିଓ ଅଞ୍ଜଳି ମହାପାତ୍ର,ଏମ୍‌ପି ପ୍ରତିନିଧି ଅକ୍ଷୟ ନାୟକ, ବିଧାୟକ ପ୍ରତିନିଧି ଦୀପକ ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଏଥିସହ ୨୫ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?