ଖଡ଼ଗ ନଦୀଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଖର୍ଚ୍ଚ ହେବ ୧୨୬ କୋଟି ଟଙ୍କା

ଭୁବନେଶ୍ୱର,୨୦ା୭(ଅସମାପିକା ସାହୁ): ଖଡ଼ଗ ନଦୀରେ ନିର୍ମାଣ ହେବ ଜଳାଶୟ। ୧୨୬ କୋଟି ଟଙ୍କାର ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ଏହି ପ୍ରକଳ୍ପକୁ ବୈଷୟିକ ପରାମର୍ଶଦାତା କମିଟି ମଧ୍ୟ ସ୍ବୀକୃତି ପ୍ରଦାନ କରିଥିଲେ। ଏହି ପ୍ରକଳ୍ପ ଦ୍ବାରା ତିନୋଟି ଜିଲା ବୌଦ୍ଧ ଜିଲାର କଣ୍ଟାମାଳ ବ୍ଲକ, କନ୍ଧମାଳ ଜିଲାର ବାଲିଗୁଡ଼ା ବ୍ଲକ ଓ ବଲାଙ୍ଗୀର ଜିଲାର ଗୁଡ଼ଭେଲା ବ୍ଲକର ପ୍ରାୟ ୨୦ ହଜାରରୁ ଅଧିକ ଲୋକ ଉପକୃତ ହେବେ।

ଏହି ଯୋଜନାରେ ବାଲିଗୁଡା ବ୍ଲକର ଲଡଗାଁ ଗ୍ରାମ ନିକଟରେ ପ୍ରାୟ ୧୨୬ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ କାର୍ଯ୍ୟ କରାଯିବ। କୌଣସି ବିସ୍ଥାପନ ବିନା ଏହି ପ୍ରକଳ୍ପ ନିର୍ମାଣ କରାଯିବ ଓ ଏହା ନଦୀଗର୍ଭ ଜଳ ସଂରକ୍ଷଣ କରିବା ସହିତ ଖରାଦିନେ ଏହି ଅଞ୍ଚଳର ପାନୀୟ ଜଳର ଆବଶ୍ୟକତା ପୂରଣ, ମାଛ ଚାଷ ଓ ଭୂତଳ ଜଳସ୍ତର ବୃଦ୍ଧିରେ ମଧ୍ୟ ବିଶେଷ ସହାୟକ ହେବ।

ସୂଚନାଯୋଗ୍ୟ, ଚଳିତ ମାସ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ବୌଦ୍ଧ ଜିଲା ଗସ୍ତ ସମୟରେ ସ୍ଥାନୀୟ ଜନସାଧାରଣ ଖଡ଼ଗ ନଦୀରେ ଏକ ବ୍ୟାରେଜ ନର୍ମାଣ ପାଇଁ ଦାବିପତ୍ର ଦେଇଥିଲେ। ଏ ସମ୍ପର୍କରେ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ଜନସାଧାରଣଙ୍କ ଦାବି ସମ୍ପର୍କରେ ଅବଗତ କରାଇଥିଲେ ଏବଂ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ଅନୁରୋଧକୁ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri