ପୋଲିସ ଆଉଟ ପୋଷ୍ଟ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ହିଞ୍ଜିଳିକାଟୁ,୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ଶେରଗଡ଼ ବ୍ଳକ ଅନ୍ତର୍ଗତ ପିତ୍ତଳ ଛକରେ ଏକ ପୋଲିସ ଆଉଟପୋଷ୍ଟ ସ୍ଥାପନ ନିମନ୍ତେ ରାଜ୍ୟ ଗୃହ ବିଭାଗ ପକ୍ଷରୁ ସ୍ବୀକୃତି ମିଳିଛି। ଏଥି ନେଇ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପତ୍ର ସଂଖ୍ୟା ୧୮୪୪୧ ତା. ୦୩.୦୬.୨୦୨୨ ରିଖରେ ପିତ୍ତଳ ଛକ ନିକଟରେ ଏକ ପୋଲିସ ଆଉଟ ପୋଷ୍ଟ ଖୋଲାଯିବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଥିବା ଦର୍ଶାଯାଇଛି। ଏହି ଆଉଟ ପୋଷ୍ଟରେ ଜଣେ ସବ ଇନ୍ସପେକ୍ଟରଙ୍କ ସହ ଜଣେ ହାବିଲଦାର ଓ ୬ ଜଣ କନଷ୍ଟେବଳ କାର୍ଯ୍ୟରତ ରହିବେ।
ପ୍ରକାଶ ଥାଉ କି, ହିଞ୍ଜିଳିକାଟୁ- ଆସିକା ମଧ୍ୟରେ ଜାତୀୟ ରାଜପଥ ନଂ ୫୯ ଉପରେ ଏହି ଗୁରୁତ୍ୱପୂର୍ଣ୍ଣ ଛକରେ ବିଭିନ୍ନ କାରଣ ପାଇଁ ଏଠାରେ ପୋଲିସ ଆଉଟପୋଷ୍ଟ ନିମନ୍ତେ ଦୀର୍ଘ ଦିନରୁ ଦାବି ହୋଇ ଆସୁଥିଲା। ଗତ ୨୨ ମାର୍ଚ୍ଚ ମାସରେ ଏହି ଛକରେ ସାମାନ୍ୟ କମେଣ୍ଟମରା ଘଟଣାକୁ କେନ୍ଦ୍ର କରି ୪ ଭାଇଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡ ପରେ ସ୍ଥାନୀୟ ଅଞ୍ଚଳରେ ଗଭୀର ଆଲୋଡ଼ନ ସୃଷ୍ଟି ହେବା ସହ ବିଗିଡ଼ି ଯାଇଥିବା ଆଇନ ଶୃଙ୍ଖଳା ସୁଧାରିବା ନିମନ୍ତେ ଆଉଟପୋଷ୍ଟ ସ୍ଥାପନ ନିମନ୍ତେ ଦାବି ଜୋରଦାର ହୋଇଥିଲା। ଗଞ୍ଜାମ ଜିଲାପାଳ ଓ ଏସପି ପିତ୍ତଳ ଛକରେ ପୋଲିସ ଆଉଟପୋଷ୍ଟ ସ୍ଥାପନ ନିମନ୍ତେ ଲୋକଙ୍କ ଦାବିକୁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପୋଲିସ ଆଉଟପୋଷ୍ଟ ସ୍ଥାପନ ନେଇ ବିଭାଗୀୟ ସ୍ବୀକୃତି ପରେ ଅଞ୍ଚଳବାସୀ ଉପକୃତ ହେବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା

ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri