ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, CMOରୁ ୨୨ ଅଧିକାରୀ ବିଦା

ଭୁବନେଶ୍ୱର,୧୯।୬: ଓଡ଼ିଶାରେ ଭାଜପା ପ୍ରଥମ ଥର ଲାଗି ସରକାର ଗଢ଼ିଛି। ନୂଆ ସରକାର ଆସିବା ପରେ ପ୍ରଶାସନିକ ସ୍ଥରରେ ବ୍ୟାପକ ପରିବର୍ତ୍ତନ ଦେଖିବାକୁ ମିଳୁଛି । ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେବା ପରଠାରୁ ଆକ୍ସନ ମୁଡ୍‌ରେ ଅଛନ୍ତି । ଏସବୁ ମଧ୍ୟରେ ବୁଧବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ହଟିଛନ୍ତି ୨୨ଜଣ ଅଧିକାରୀ । ଉପସଚିବଙ୍କ ସମେତ ୭ ସେକ୍ସନ ଅଫିସରଙ୍କୁ ବିଦା କରାଯାଇଛି। ସେହିପରି ୧୫ଜଣ ଏଏସ୍‌ଓଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ହଟାଯାଇଥିବା ସୂଚନା ମିଳିଛି।

ପ୍ରକାଶ ଯେ, ଦାୟିତ୍ୱ ନେବାର ପ୍ରଥମ ଦିନରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ମାଝି। ସେଠାରେ ସେ କାର୍ଯ୍ୟାଳୟର ପ୍ରଶାସନିକ ବ୍ୟବସ୍ଥା ଦେଖି ତାଜୁବ ହୋଇଯାଇଥିଲେ। ି କିଛି ଅଫିସର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଦୀର୍ଘ ବର୍ଷ ଧରି କବ୍‌ଜା କରି ରହିଥିବା ଦେଖିବାକୁ ପାଇଥିଲେ । ତେଣୁ ଏକ ବଡ଼ ପଦକ୍ଷେପ ନେଇ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ବିଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?