ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି।

କେନ୍ଦୁଝର ଜିଲାରେ ଶିଳ୍ପ ବିବିଧତା ଏବଂ ଡିଜିଟାଲ ଭିତ୍ତିଭୂମି ବିକାଶ ପାଇଁ ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ୧୦୦ କୋଟି ଟଙ୍କାର ଟେକ୍ସଟାଇଲ ପାର୍କ ଏବଂ ୧୮୭ କୋଟି ଟଙ୍କାର ବିପର୍ଯ୍ୟୟ ପୁନରୁଦ୍ଧାର ଏବଂ ଡାଟା ସେଣ୍ଟରର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଅନୁଷ୍ଠିତ ଏକ ସାଧାରଣ ସମାବେଶକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କେନ୍ଦୁଝରକୁ ଏକ ବିବିଧ ଶିଳ୍ପ ହବ୍‌ରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାକୁ ଉପସ୍ଥାପନା କରିଛନ୍ତି। କେନ୍ଦୁଝର କେବଳ ଖଣି ଏବଂ ଇସ୍ପାତ ପାଇଁ ଜଣାଯିବ ନାହିଁ। ଆମେ ଏହାକୁ ବହୁବିଧ କ୍ଷେତ୍ର ଶିଳ୍ପ ଅଭିବୃଦ୍ଧିର କେନ୍ଦ୍ର କରି ଏକ ସୁନାର କେନ୍ଦୁଝର ନିର୍ମାଣ କରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନା ଥାଉ ଯେ, ୧୦୦ କୋଟି ଟଙ୍କା ନିବେଶରେ ବିକଶିତ ହେବାକୁଥିବା ଟେକ୍ସଟାଇଲ ପାର୍କରେ ୧,୨୦୦ ଯୁବକ ଯୁବତୀ ନିଯୁକ୍ତି ସୁଯୋଗ ପାଇବେ। ଆଧୁନିକ ଭିତ୍ତିଭୂମି ଏବଂ ଲଜିଷ୍ଟିକ ସହାୟତା ସହିତ ହିଣ୍ଡାଲ୍‌କୋ କମ୍ପାନୀ ୭ ଏକର ଜମିରେ ଏକ ପୋଷାକ ଉତ୍ପାଦନ ୟୁନିଟ ସ୍ଥାପନ କରିବ। ଏହି ୟୁନିଟ୍‌ ବାର୍ଷିକ ୨୪ ଲକ୍ଷ ପୋଷାକ ଉତ୍ପାଦନ କରିବ। ଶିଳ୍ପଗୁଡ଼ିକ ସମୃଦ୍ଧିର ସ୍ତମ୍ଭ। ବିଶେଷ କରି ମହିଳା ଓ ଯୁବକମାନେ ଅଧିକ ନିଯୁକ୍ତି ସୁଯୋଗ ପାଇବେ ବୋଲି କହିଛନ୍ତି।
ଗତ ବର୍ଷ ଜୁଲାଇରେ ଭୁବନେଶ୍ୱରରେ ଅନୁଷ୍ଠିତ ଓଡ଼ିଶା ଟେକ୍ସଟାଇଲ କନ୍‌କ୍ଲେଭ (ଓ-ଟେକ୍ସ)ରେ, ୭,୮୦୦ କୋଟି ଟଙ୍କାର ୩୩ଟି ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଥିଲା, ଯାହା ରାଜ୍ୟ ସାରା ୫୩,୦୦୦ରୁ ଅଧିକ ଲୋକଙ୍କ ପାଇଁ ନିଯୁକ୍ତି ସମ୍ଭାବନା ସୃଷ୍ଟି କରିଛି। ଭଦ୍ରକରେ ଏକ ଟେକ୍ନିକାଲ ଟେକ୍ସଟାଇଲ ପାର୍କ ସହିତ, କେନ୍ଦୁଝର, ସମ୍ବଲପୁର, ବଲାଙ୍ଗୀର, ଗଞ୍ଜାମ, କଟକ ଏବଂ ଜଗତସିଂହପୁର ଠାରେ ମଧ୍ୟ ସମର୍ପିତ ବୟନଶିଳ୍ପ ଏବଂ ପୋଷାକ ପାର୍କ ପ୍ରତିଷ୍ଠା କରାଯାଉଛି। ଆମର ଯୁବପିଢ଼ି ଅନ୍ୟ ରାଜ୍ୟରେ ବୟନ ଶିଳ୍ପକୁ ମଜଭୁତ କରିବ ଏବଂ ଲୋକମାନେ ନିଜ ଘର ପାଖରେ କାମ କରିପାରିବେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ଦ୍ୱାରା OCAC ମାଧ୍ୟମରେ ୧୮୭ କୋଟି ବିନିଯୋଗରେ ଏକ ବିପର୍ଯ୍ୟୟ ପୁନରୁଦ୍ଧାର ଏବଂ ଡାଟା ସେଣ୍ଟର ପାଇଁ ମଧ୍ୟ ଶିଳାନ୍ୟାସ କରିଛନ୍ତି। ଏହି ସୁବିଧା ଭୁବନେଶ୍ୱରରେ ଥିବା ରାଜ୍ୟ ଡାଟା ସେଣ୍ଟରର ଏକ ବ୍ୟାକଅପ ଭାବରେ କାର୍ଯ୍ୟ କରିବ ଏବଂ ପ୍ରାକୃତିକ ବିପର୍ଯ୍ୟୟ କିମ୍ବା ସାଇବର ବିପଦ କ୍ଷେତ୍ରରେ ଡିଜିଟାଲ ଜରିଆରେ ପ୍ରଦାନ କରାଯାଉଥିବା ସରକାରୀ ସେବାର ନିରବଚ୍ଛିନ୍ନ ବିତରଣ ଜାରି ରହିବ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?