ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ୧୪ଟି ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲରେ ପରିଣତ କରାଯିବ

ଭୁବନେଶ୍ୱର,୧୬।୭(ଅସମାପିକା ସାହୁ): ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଦ୍ବାରା ପରିଚାଳିତ ହେଉଥିବା ହଷ୍ଟେଲ ଗୁଡ଼ିକରେ ପିଲା ମାନଙ୍କ ଖାଦ୍ୟର ମାନ ବୃଦ୍ଧି କରାଯିବ । ଏହାସହିତ ସାସ୍ଥ୍ୟ, ସୁରକ୍ଷା ଓ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ୱ ପ୍ରଦାନ କରାଯିବ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ମନ୍ତ୍ରୀ ଓ ସଚିବ ମାନେ ନିୟମିତ ଭାବେ ବିଦ୍ୟାଳୟ ଓ ହଷ୍ଟେଲ ଗୁଡିକ ପରିଦର୍ଶନ କରି ଏହାର ପରିଚାଳନା ପଦ୍ଧତି ଯାଞ୍ଚ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ରାଜ୍ୟରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧିନରେ ଥିବା ୧୪ଟି ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲରେ ପରିଣତ କରିବା ପାଇଁ ଅନୁମତି ମିଳିଛି । ଚଳିତ ବର୍ଷ ଅତି କମ୍‌ରେ ୧୦ଟି ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିଣତ କରାଯିବ । ସେହିପରି ରାଜ୍ୟର ବିଭିନ୍ନ ପ୍ରାଥମିକ ସ୍କୁଲର ହଷ୍ଟେଲ ଗୁଡିକର ଅବସ୍ଥା ଭଲ ନ ଥିବାରୁ ଏଗୁଡିକର ଉନ୍ନତିକରଣ କରାଯାଇ ନୂଆ ହଷ୍ଟେଲ ନିର୍ମାଣ କରାଯାଉଛି। ଅଭିଭକ୍ତ କୋରାପୁଟ ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟରେ ୩୦୧ଟି ହଷ୍ଟେଲର ଉନ୍ନତିକରଣ ପାଇଁ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଆବଶ୍ୟକତା ଅନୁଯାୟୀ କେତେକ ହଷ୍ଟେଲକୁ ୧୦୦ ଆସନ ବିଶିଷ୍ଟ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri