ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ୧୪ଟି ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲରେ ପରିଣତ କରାଯିବ

ଭୁବନେଶ୍ୱର,୧୬।୭(ଅସମାପିକା ସାହୁ): ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଦ୍ବାରା ପରିଚାଳିତ ହେଉଥିବା ହଷ୍ଟେଲ ଗୁଡ଼ିକରେ ପିଲା ମାନଙ୍କ ଖାଦ୍ୟର ମାନ ବୃଦ୍ଧି କରାଯିବ । ଏହାସହିତ ସାସ୍ଥ୍ୟ, ସୁରକ୍ଷା ଓ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ୱ ପ୍ରଦାନ କରାଯିବ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ମନ୍ତ୍ରୀ ଓ ସଚିବ ମାନେ ନିୟମିତ ଭାବେ ବିଦ୍ୟାଳୟ ଓ ହଷ୍ଟେଲ ଗୁଡିକ ପରିଦର୍ଶନ କରି ଏହାର ପରିଚାଳନା ପଦ୍ଧତି ଯାଞ୍ଚ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ରାଜ୍ୟରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧିନରେ ଥିବା ୧୪ଟି ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲରେ ପରିଣତ କରିବା ପାଇଁ ଅନୁମତି ମିଳିଛି । ଚଳିତ ବର୍ଷ ଅତି କମ୍‌ରେ ୧୦ଟି ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିଣତ କରାଯିବ । ସେହିପରି ରାଜ୍ୟର ବିଭିନ୍ନ ପ୍ରାଥମିକ ସ୍କୁଲର ହଷ୍ଟେଲ ଗୁଡିକର ଅବସ୍ଥା ଭଲ ନ ଥିବାରୁ ଏଗୁଡିକର ଉନ୍ନତିକରଣ କରାଯାଇ ନୂଆ ହଷ୍ଟେଲ ନିର୍ମାଣ କରାଯାଉଛି। ଅଭିଭକ୍ତ କୋରାପୁଟ ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟରେ ୩୦୧ଟି ହଷ୍ଟେଲର ଉନ୍ନତିକରଣ ପାଇଁ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଆବଶ୍ୟକତା ଅନୁଯାୟୀ କେତେକ ହଷ୍ଟେଲକୁ ୧୦୦ ଆସନ ବିଶିଷ୍ଟ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।


Enter your email to get our daily news in your inbox.

All Right Reserved By Dharitri.Com

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri