ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ହେବେ ୪୫ ହଜାର ଶିକ୍ଷକ

ଭୁବନେଶ୍ୱର,୨୧।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟରେ ୪୫ ହଜାର ଶିକ୍ଷକ ନିଯୁକ୍ତି ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତନ୍ମଧ୍ୟରୁ ୪୦ ହଜାର ନୂତନ ଶିକ୍ଷକ ପଦବୀ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

ଏପରିକି ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପିଲାଙ୍କୁ ମାଗଣାରେ ପାଠ୍ୟ ପୁସ୍ତକ ଦିଆଯିବ। ସ୍କିମାଟିକ ପ୍ରାଥମିକ ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏପରିକି BSE ଏବଂ CHSEକୁ ମିଶାଇ ଗୋଟିଏ ବୋର୍ଡ କରାଯିବ। ଫଳରେ ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ମିଶିଯିବା ଏକ ପ୍ରକାଶ ସ୍ପଷ୍ଟ ହୋଇଯାଇଛି।

ଜାତୀୟ ଶିକ୍ଷାନୀତି ଅନୁଯାୟୀ ପ୍ରାଥମିକ ଶିକ୍ଷାରେ ବ୍ୟାପକ ପରିବର୍ତ୍ତନ କରିବାକୁ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ଏପରିକି NCERT ଢ଼ାଞ୍ଚାରେ SCERTକୁ ବିକଶିତ କରିବାକୁ ପଦକ୍ଷେପ ନିଆଯିବ। ଟେଷ୍ଟ ବୁକ ପ୍ରକାଶନ ଏବଂ ମାର୍କେଟିଂ ସଂସ୍ଥାର ସୁଦୃଢ଼ୀକରଣ ପାଇଁ ସରକାର ନିଷ୍ପତ୍ତି ନେଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri