ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ

ଭୁବନେଶ୍ୱର ,୧୯।୧୨: ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ ପରିମାଣର ୩୧ ହଜାର କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ଏଣିକି ଆଉ ଠିକାରେ ଶିକ୍ଷକ ନିଯୁକ୍ତ ହେବେନାହିଁ। ରାଜ୍ୟରେ ଶିକ୍ଷକ ଅଭାବ ଦୂର କରିବା ପାଇଁ ୩ ବର୍ଷ ମଧ୍ୟରେ ୪୫ ହଜାର ଶିକ୍ଷକ ପଦବୀ ସୃଷ୍ଟି କରିବା ପାଇଁ ପଦକ୍ଷେପ ନିଆଯାଇଛି। ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ପାଠ୍ୟ ପୁସ୍ତକ ପ୍ରଦାନ କରିବା ପାଇଁ ସ୍ଥିର ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବ୍ରହ୍ମପୁରଠାରେ କହିଛନ୍ତି। ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର ନୀଳକଣ୍ଠନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସେଠାରେ ସେ ଆହୁରି କହିଥିଲେ, ଛାତ୍ରୀଛାତ୍ରଙ୍କ ମଧ୍ୟରେ ସୃଜନଶୀଳତା ଓ ସ୍ବାବଲମ୍ବୀ ଭାବ ବୃଦ୍ଧି ଉଦ୍ଦେଶ୍ୟରେ ଜାତୀୟ ପାଠ୍ୟକ୍ରମ ଢାଞ୍ଚା ଆଧାରରେ ରାଜ୍ୟରେ ପାଠ୍ୟକ୍ରମ ଆରମ୍ଭ ହେବ। ପ୍ରାଥମିକ ସ୍ତରରେ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ ହୋଇଛି। ଏହି ଯୋଜନାରେ ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ବିଦ୍ୟାଳୟ ସ୍ଥାପନ ହେବ। ପ୍ରଥମ ପର୍ଯ୍ୟାୟରେ ୨୨୦୦ ସ୍କୁଲ ପାଇଁ ଅନୁମୋଦନ ଦିଆଯାଇଛି । ସିବିଏସ୍‌ଇ ଏବଂ ଆଇସିଏସ୍‌ଇ ଢାଞ୍ଚାରେ ମାଧ୍ୟମିକ ଶିକ୍ଷା ବୋର୍ଡ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ବୋର୍ଡକୁ ମିଶାଇ ଗୋଟିଏ ବୋର୍ଡ ଗଠନ କରାଯିବ ବୋଲି ସେ କହିଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri