ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ ପରିମାଣର ୩୧ ହଜାର କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ଏଣିକି ଆଉ ଠିକାରେ ଶିକ୍ଷକ ନିଯୁକ୍ତ ହେବେନାହିଁ। ରାଜ୍ୟରେ ଶିକ୍ଷକ ଅଭାବ ଦୂର କରିବା ପାଇଁ ୩ ବର୍ଷ ମଧ୍ୟରେ ୪୫ ହଜାର ଶିକ୍ଷକ ପଦବୀ ସୃଷ୍ଟି କରିବା ପାଇଁ ପଦକ୍ଷେପ ନିଆଯାଇଛି। ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ପାଠ୍ୟ ପୁସ୍ତକ ପ୍ରଦାନ କରିବା ପାଇଁ ସ୍ଥିର ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବ୍ରହ୍ମପୁରଠାରେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର ନୀଳକଣ୍ଠନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସେଠାରେ ସେ ଆହୁରି କହିଥିଲେ, ଛାତ୍ରୀଛାତ୍ରଙ୍କ ମଧ୍ୟରେ ସୃଜନଶୀଳତା ଓ ସ୍ବାବଲମ୍ବୀ ଭାବ ବୃଦ୍ଧି ଉଦ୍ଦେଶ୍ୟରେ ଜାତୀୟ ପାଠ୍ୟକ୍ରମ ଢାଞ୍ଚା ଆଧାରରେ ରାଜ୍ୟରେ ପାଠ୍ୟକ୍ରମ ଆରମ୍ଭ ହେବ। ପ୍ରାଥମିକ ସ୍ତରରେ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ ହୋଇଛି। ଏହି ଯୋଜନାରେ ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ବିଦ୍ୟାଳୟ ସ୍ଥାପନ ହେବ। ପ୍ରଥମ ପର୍ଯ୍ୟାୟରେ ୨୨୦୦ ସ୍କୁଲ ପାଇଁ ଅନୁମୋଦନ ଦିଆଯାଇଛି । ସିବିଏସ୍‌ଇ ଏବଂ ଆଇସିଏସ୍‌ଇ ଢାଞ୍ଚାରେ ମାଧ୍ୟମିକ ଶିକ୍ଷା ବୋର୍ଡ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ବୋର୍ଡକୁ ମିଶାଇ ଗୋଟିଏ ବୋର୍ଡ ଗଠନ କରାଯିବ ବୋଲି ସେ କହିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ କହିଥିଲେ। ବ୍ରହ୍ମପୁର ସହର ଓ ନିକଟବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗର ବିକାଶ ପାଇଁ ୧୦ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା ନିର୍ମାଣ ହେବ। ଏଥିପାଇଁ ୫୨ କୋଟି ୧୭ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ଏଥିସହ ବ୍ରହ୍ମପୁର-ଜୟପୁର ୬ ଲେନ ବିଶିଷ୍ଟ ରାସ୍ତା ପାଇଁ ୬ ହଜାର କୋଟି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗ୍ରେଟର ବ୍ରହ୍ମପୁର ସିଟି ପାଇଁ ଡିପିଆର ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଯୋଜନାବଦ୍ଧ ଭାବେ ସମସ୍ତ ମୌଳିକ ସେବା ଯୋଗାଇ ଦେବାପାଇଁ ସହରରେ ଟାଉନ ପ୍ଲାନିଂ ଲାଗୁ କରାଯିବ। ବର୍ତ୍ତମାନ ଦୁଇଟି ଟାଉନ ପ୍ଲାନିଙ୍ଗ ସ୍କିମ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ଏହାଦ୍ବାରା ସହର ଉପକଣ୍ଠରେ ଉନ୍ନତ ସହରୀ ଭିତ୍ତିଭୂମି ବିକାଶ ହେବା ସହିତ ଜମି ମାଲିକମାନେ ମଧ୍ୟ ଉପକୃତ ହେବେ ବୋଲି ସେ କହିଛନ୍ତି। ବ୍ରହ୍ମପୁର ସହରର ଖାଦ୍ୟର ପ୍ରସିଦ୍ଧିକୁ ଦେଖି ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳର ବିଭିନ୍ନ ସ୍ଥାନରେ ଫୁଡ ଷ୍ଟ୍ରିଟ ନିର୍ମାଣ କରାଯିବ। ସହରର ବିକାଶ ପାଇଁ ଆଗାମୀ ଦିନରେ ଆହୁରି ଅନେକ ନୂଆ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ସମୃଦ୍ଧ ଓଡିଶା ଗଠନରେ ବ୍ରହ୍ମପୁର ସହର ଓ ଗଞ୍ଜାମ ଜିଲାର ଭୂମିକା ମହତ୍ତ୍ୱପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri