ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ୫ଲକ୍ଷ ଲୋକଙ୍କୁ ମିଳିବ ମାଗଣା ଘର, ଏମାନଙ୍କୁ ମିଳିବ…

ଭୁବନେଶ୍ୱର,୨୩।୬: ସରକାର ଆସୁ ଆସୁ ଆକ୍ସନ ମୋଡରେ ମୋହନ ସରକାର। ଓଡ଼ିଶାରେ କ୍ଷମତାକୁ ଆସୁଆସୁ ୧୦୦ଦିନ ଭିତରେ ସୁଭଦ୍ରା ଯୋଜନା ଲାଗୁ କରିବାକୁ ନିର୍ଦ୍ଦେଶ ଦେବା ସହିତ ପିଏମ କିଷାନ ନିଧିରେ କୃଷକଙ୍କୁ କିସ୍ତିରେ ଟଙ୍କା ପଠାଇଛନ୍ତି। ଏହି ୧୦୦ ଦିନ ଭିତରେ ରାଜ୍ୟର ହଜାର ହଜାର ମହିଳା ୫୦ହଜାର ଟଙ୍କା ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାରି ଭିତରେ ପୁଣି ଏକ ବଡ଼ ନ୍ୟୁଜ ଆସିଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମ୍ପର୍କରେ ନୂଆ ଅପଡେଟ ଆସିଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଏବେ ରାଜ୍ୟରେ ୫ ଲକ୍ଷ ନୂଆ ଘର ନିର୍ମାଣ କରିବାକୁ ଯୋଜନା କରିଛନ୍ତି ସରକାର। ଏ ଯୋଜନା କେଉଁମାନେ ଲାଭବାନ ହେବେ ଆସନ୍ତୁ ଜାଣିବା।

ରାଜ୍ୟରେ ଭାଜପା ସରକାର ଗଠନ ପରେ ଦିଲ୍ଲୀରେ ଗୁରୁତ୍ୱପୂର୍ଣ୍ଣ ପ୍ରାକ ବଜେଟ ଅନୁଷ୍ଠିତ ହୋଇଛି। ଏହି କ୍ରମରେ ରାଜ୍ୟର ବିକାଶ ପାଇଁ ଅନେକ ଦାବି ରଖିଛନ୍ତି ସରକାର । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦାବି ଭାବେ PMAY ଯୋଜନାରେ ୫ ଲକ୍ଷ ଘର ମାଗିଛନ୍ତି ଉପ ମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ । ୫ ଲକ୍ଷ ଘର ପାଇଁ କେନ୍ଦ୍ର ବଜେଟରେ ଆବଣ୍ଟନ କରାଯାଉ ବୋଲି କନକବର୍ଦ୍ଧନ କହିଛନ୍ତି । କେନ୍ଦ୍ର ସରକାର ଅନୁମୋଦନ କଲେ ରାଜ୍ୟରେ ୫ ଲକ୍ଷ ହିତାଧିକାରୀଙ୍କୁ ମାଗଣାରେ ଘର ଯୋଗାଇ ଦିଆଯାଇ ପାରିବ ।

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ମାଧ୍ୟମରେ ଏଭଳି ଲୋକଙ୍କୁ ସହାୟତା ପ୍ରଦାନ କରାଯାଉଛି, ଯେଉଁମାନେ ଘରଟିଏ ତିଆରି କରିବାକୁ ଆର୍ଥିକ ଭାବରେ ସକ୍ଷମ ନୁହଁନ୍ତି । ଏଭଳି ଲୋକଙ୍କ ପାଇଁ ଆବାସ ଯୋଜନା ମାଧ୍ୟମରେ ଧନରାଶି ପ୍ରଦାନ କରାଯାଉଛି । ହିତାଧିକାରୀ ଏହି ଯୋଜନାର ଲାଭ ଉଠାଇବା ପାଇଁ ଆବେଦନ କରିଥିଲେ ।

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଲକ୍ଷ୍ୟ ହେଉଛି ଗରିବ ଜନ ସାଧାରଣଙ୍କୁ ପକ୍କା ଘର ଯୋଗାଇ ଦେବା । ଚାଳ ଛପର ଘରେ ରହୁଥିବା ଗରିବ ଜନସାଧାରଣଙ୍କୁ ପକ୍କା ଘରଟିଏ ତିଆରି କରିବାକୁ ଯେଭଳି କିଛି ସମସ୍ୟା ନ ହେବ ସେଥିପ୍ରତି ଦୃଷ୍ଟି ଦେଉଛନ୍ତି ସରକାର । ଯଦି ଆପଣ ବି ଯୋଗ୍ୟ ପ୍ରାର୍ଥୀ ଭାବେ ଆବେଦନ କରିଥିଲେ । ଜାରି ହୋଇଥିବା ନୂଆ ଲିଷ୍ଟରେ ଆପଣଙ୍କ ନାଁ ଚେକ କରି ପାରିବେ ।
ଏହି ଯୋଜନାର ଲାଭ ପାଇବାକୁ ହେଲେ ଏକ ନିର୍ଦ୍ଦିଷ୍ଟ ମାନଦଣ୍ଡ ରହିଛି । ଏହି ଯୋଜନାରେ ସାମିଲ ହେବାକୁ ହେଲେ ପରିବାର ଆୟ ୩ ଲକ୍ଷ ଟଙ୍କାରୁ କମ୍‌ ହୋଇଥିବା ଆବଶ୍ୟକ । ସେହିଭଳି ପରିବାରର ମୁଖ୍ୟଙ୍କ ନାମରେ ପକ୍କାଘର ରହିଥିଲେ ଏହି ଯୋଜନାର ଲାଭ ଉଠାଇ ପାରିବେ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri