ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତ ହେବେ ୫ ହଜାର ଡାକ୍ତର

ଭୁବନେଶ୍ୱର,୨୨ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିଥିଲା। ଏଥିରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏହି ପ୍ରସ୍ତାବ ମଧ୍ୟରେ ରାଜ୍ୟରେ ନୂଆ ଡାକ୍ତର ନିଯୁକ୍ତ ହେବେ ବୋଲି ମଧ୍ୟ ମଞ୍ଜୁରୀ ମିଳିଛି। ଓଡ଼ିଶା ଡାକ୍ତରୀ ସ୍ବାସ୍ଥ୍ୟସେବା ନିୟମାବଳୀ-୨୦୧୭ ସଂଶୋଧିତ ହୋଇଛି। ପୂର୍ବରୁ ଥିବା ଲେବଲ-୭କୁ ୬କୁ ହ୍ରାସ ପାଇଁ ନିଷ୍ପତ୍ତି ନିଆଯାଇଛି। ଏହାଦ୍ବାରା ଡାକ୍ତର ନିଯୁକ୍ତି ପ୍ରକ୍ରିୟା ସହଜ ହୋଇପାରିବ। ଅଧିକ ମେଡିକାଲ କଲେଜ କରି ଅଧିକ ଡାକ୍ତର ସୃଷ୍ଟି କରିବୁ ବୋଲି କ୍ୟାବିନେଟ୍‌ ବୈଠକରେ ନିଷ୍ପତ୍ତି ହୋଇଛି। ଖୁବ୍‌ଶୀଘ୍ର ୫ ହଜାର ଡାକ୍ତର ପଦ ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହିତ ୧୨୪ ଡେଣ୍ଟାଲ ଡାକ୍ତରଙ୍କୁ ମଧ୍ୟ ନିଯୁକ୍ତି ପାଇଁ ନିଷ୍ପତ୍ତି ହୋଇଛି।

ଏଥିସହିତ କ୍ୟାବିନେଟ୍‌ରେ ବିକଶିତ ଗାଁ, ବିକଶିତ ଓଡ଼ିଶାକୁ ମଞ୍ଜୁରୀ ମିଳିଛି। ଗାଁର ବିକାଶ ହେଲେ ଦେଶର ବିକାଶ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରଥମ ବର୍ଷ ବଜେଟ୍‌ରେ ୧ ହଜାର କୋଟି ଟଙ୍କା ଥିଲା। ପରବର୍ତ୍ତୀ ବର୍ଷଗୁଡ଼ିକରେ ଆବଶ୍ୟକତା ଦେଖି ବ୍ୟୟ ବରାଦ ବଢ଼ିବ। ‘ଓଡ଼ିଶା ନବୀନ ଓଡ଼ିଶା’ ପୂରା ଫେଲ ମାରିଥିଲା। ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଠିକାଦାରୀ ସନ୍ତୁଷ୍ଟୀକରଣ ପାଇଁ ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

୬୭୯୪ ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ ହେବ ବୋଲି କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଯେଉଁଥିରେ ପ୍ରଥମରୁ ଅଷ୍ଟମ ଶ୍ରେଣୀର ପିଲା ପାଠ ପଢି ପାରିବେ । ଆସନ୍ତା ୪ ବର୍ଷ ମଧ୍ୟରେ ଆଦର୍ଶ ବିଦ୍ୟାଳୟ କାମ ସରିବ । ହାଇସ୍କୁଲର ଫିଡର ସ୍କୁଲ ଭାବରେ ଏହା କାର୍ଯ୍ୟ କରିବ । ପ୍ରତି ବିଦ୍ୟାଳୟ ପିଛା ମୋଟ ୪-୫ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ୫-ଟି ନାଁରେ ରୂପାନ୍ତରୀକରଣ କରି ସ୍ମାର୍ଟ ସ୍କୁଲ ଯୋଜନା ଠିକ ନ ଥିଲା। ଡିପିଆର ପ୍ରସ୍ତୁତ ହୋଇ ନ ଥିଲା କି ଏଷ୍ଟିମେଟ ହୋଇ ନ ଥିଲା। ପିଲାମାନଙ୍କ ଭବିଷ୍ୟତ ପ୍ରତି ଏହା ଧୋକ୍କା ହୋଇଥିଲା। ତେଣୁ ଆଜି ପ୍ରତି ପଞ୍ଚାୟତରେ ଏକ ଆଦର୍ଶ ବିଦ୍ୟାଳୟ ପାଇଁ ନିଷ୍ପତ୍ତି ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀ ୧୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୮।୨: ଫେବୃଆରୀ ୧୦ ତାରିଖରେ ଭୁବନେଶ୍ୱର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏହି ସମ୍ପର୍କରେ...

ମେଳା ଦେଖି ଫେରିବାବେଳେ ବାଇକ୍‌କୁ ପିଟିଲା ଅଜଣାଗାଡ଼ି, ଚାଲିଗଲା ୩ ଜୀବନ

ମୋରଡ଼ା,୮ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣାରେ ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ଉକ୍ତ ଥାନା ଅଧୀନ...

ମଦ୍ୟପଙ୍କୁ ମାରି ପୋତିଦେଲେ ସ୍ତ୍ରୀ-ପୁଅ-ଜ୍ୱାଇଁ, ମାଟିତଳୁ ବାହାରିଲା…

କୋକସରା,୮ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ଡୁଡୁକାଠେଙ୍ଗା ପଞ୍ଚାୟତ ମୁନୁଗା ପଦର ଗ୍ରାମରେ ଏକ ଚାଞ୍ଚଲ୍ୟକର ଘଟଣା ଦେଖିବାକୁ...

ପାହାଡ଼ ଉପରୁ ମିଳିଲା ହାତ, ଗୋଡ଼ ନ ଥିବା ଦହିବରା ବିକାଳିଙ୍କ ମୃତଦେହ

ବାଲିଗୁଡ଼ା,୮।୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଫୁଲବାଣୀ ଟାଉନସ୍ଥିତ ଦଧିବାମନ ସାହିର ଦହିବରା ବିକାଳୀ ଦାଶରଥି ସାହୁଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ସହଜରେ ଗ୍ରହଣ...

Uttam Mohanty Hospitalized: ଏହି ରୋଗରେ ପୀଡ଼ିତ ଅଛନ୍ତି ଉତ୍ତମ ମହାନ୍ତି, ଖୁବ୍‌ଶୀଘ୍ର ଦିଲ୍ଲୀକୁ ହେବେ ଏୟାରଲିଫ୍ଟ

ଭୁବନେଶ୍ୱର,୮।୨: ଭେଟେରାନ ଓଲିଉଡ୍‌ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର। ସେ ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ଅଛନ୍ତି। ଏବେ ରାଜଧାନରର ଏକ ଘରୋଇ ହସ୍ପିଟାଲର...

ଗ୍ରାମସଭାର ବିନା ଅନୁମୋଦନରେ ଖଣି ସର୍ଭେ, ବନ୍ଦ ପାଇଁ ଅଡ଼ିବସିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବିଜାଲି ଗ୍ରାମରେ ଖଣି ସର୍ଭେକୁ ନେଇ ଅନେକ ଆଶଙ୍କା ସୃଷ୍ଟି ହୋଇଛି। ଗ୍ରାମବାସୀଙ୍କୁ କୌଣସି...

Unified Pension Scheme: ପେନସନକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୨: ଏକୀକୃତ ପେନସନ ଯୋଜନା ଉପରେ କ୍ୟାବିନେଟ ମୋହର ଲଗାଇଛନ୍ତି ମୋହନ ସରକାର ଗତ ୨୦୨୪ ଅଗଷ୍ଟ ୨୪ରେ ଏକୀକୃତ ପେନସନ ଯୋଜନାକୁ ମଞ୍ଜୁରି ପ୍ରଦାନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ମୋ ବସ୍‌ ଡ୍ରାଇଭରଙ୍କ ଆଖି ଲାଗିଗଲେ , ବାଜିବ

ଭୁବନେଶ୍ୱର,୮।୨: ମୋ ବସର ନାଁ ପରିବର୍ତ୍ତନ ହୋଇ ଆମ ବସ ହେବ। ଏ ନେଇ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri