ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୫ ହଜାର ଗୃହରକ୍ଷୀ ପଦବୀ ପୂରଣ ହେବ

ଭୁବନେଶ୍ୱର,୧୩ା୧୨(ଅନିଲ ଦାସ):ଗୃହରକ୍ଷୀମାନେ ପୋଲିସର ଏକ ଅଭିନ୍ନ ଅଙ୍ଗ। ରାଜ୍ୟରେ ଗୃହରକ୍ଷୀମାନେ ବହୁତ ଭଲ କାମ କରୁଛନ୍ତି। ୨୦୨୦ରୁ ଗୃହରକ୍ଷୀ ନିଯୁକ୍ତି ଉପରେ ଯେଉଁ କଟକଣା ଲଗାଯାଇଥିଲା ତାହାକୁ ଉଠାଇ ଦିଆଯାଇଛି। ଖୁବ୍‌ଶୀଘ୍ର ଖାଲିଥିବା ୨୪୧୬ଟି ପଦବୀ ପୂରଣ କରାଯିବ। ଏଥିସହିତ ୨୫୮୪ଟି ନୂତନ ଗୃହରକ୍ଷୀ ପଦବୀ ମଧ୍ୟ ସୃଷ୍ଟି କରାଯିବ। ସମୁଦାୟ ୫ ହଜାର ଗୃହରକ୍ଷୀ ପଦବୀ ପୂରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏଥିସହିତ ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି ପାଇଁ ସରକାରୀ ସ୍ତରରେ ନିଷ୍ପତ୍ତି ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀ ଗୁରୁବାର କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପାଇଁ ଏମରଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ(ଇଆର୍‌ଏସ୍‌ଏସ୍‌) ଯୋଜନାରେ ୩୦ଟି ଜରୁରିକାଳୀନ ପ୍ରଶମନ ସହାୟତା ଯାନର ଲୋକାର୍ପଣ କରିଛନ୍ତି।
ପୋଲିସ କମିଶନରେଟ୍‌ କାର୍ଯ୍ୟାଳୟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ୩୦ଟି ନୂଆ ଯାନ ପୋଲିସଙ୍କ କାର୍ଯ୍ୟ ଦକ୍ଷତାକୁ ସୁଦୃଢ଼ କରିବ। ଏଗୁଡ଼ିକ ସାଧାରଣ ଗାଡ଼ି ନୁହେଁ। ଏଗୁଡ଼ିକ ହେଉଛି ଗୋଟିଏ ଗୋଟିଏ ସୁରକ୍ଷା ରଥ। ନ୍ୟାୟ, ଶୃଙ୍ଖଳା, ଭୟମୁକ୍ତ ବାତାବରଣ ଓ ଅପରାଧମୁକ୍ତ ସମାଜର ପ୍ରତୀକ। ଏହି ଗାଡ଼ିଗୁଡ଼ିକ ଯେତିକି ଗଡ଼ିବ ଲୋକମାନେ ସେତିକି ନ୍ୟାୟ ପାଇବେ ଓ ସେମାନଙ୍କ ଆତ୍ମବିଶ୍ୱାସ ବଢ଼ିବ। ପୋଲିସ ବାହିନୀକୁ ଆହୁରି ସଶକ୍ତ କରିବା ପାଇଁ ଗୃହ ବିଭାଗରେ ପ୍ରାୟ ୧୦ ହଜାର ପଦବୀ ଖୁବ୍‌ ଶୀଘ୍ର ପୂରଣ କରାଯିବ।
ଇଆର୍‌ଏସ୍‌ଏସ୍‌ ଯୋଜନାରେ ଲୋକାର୍ପିତ ହୋଇଥିବା ୩୦ଟି ଯାନ ମଧ୍ୟରୁ ଭୁବନେଶ୍ୱର ପାଇଁ ୨୨ଟି ଏବଂ କଟକରେ ୮ଟି ଗାଡ଼ି କାର୍ଯ୍ୟ କରିବ। ପୂର୍ବରୁ ଅଚଳ ହୋଇଥିବା ପିସିଆର୍‌ ଗାଡ଼ିଗୁଡ଼ିକ ବଦଳରେ ଏହି ନୂତନ ଯାନ ମଧ୍ୟ କାର୍ଯ୍ୟ କରିବ। ଏହି ଇଆର୍‌ଏସ୍‌ଏସ୍‌ ଯୋଜନା ଦ୍ୱାରା ପୋଲିସ ବ୍ୟବସ୍ଥାର ସୁଦୃଢ଼ୀକରଣ ହେବା ସହ ସୁରକ୍ଷା ବାତାବରଣ ସୃଷ୍ଟି ହେବ। ଏଥିସହିତ ଆଗାମୀ ଦିନରେ ପାଟ୍ରୋଲିଂ, ଅପରାଧୀ ଏବଂ ପୀଡ଼ିତଙ୍କ ପାଖରେ ତୁରନ୍ତ ପହଞ୍ଚିବା ପାଇଁ ପୋଲିସକୁ ହାଇସ୍ପିଡ ଗାଡ଼ି ଯୋଗାଇ ଦିଆଯିବ।
ରାଜ୍ୟ ସରକାର ପୋଲିସର ସାମର୍ଥ୍ୟ ଓ ଶକ୍ତି ବୃଦ୍ଧି ପାଇଁ ସମସ୍ତ ପ୍ରକାର ପ୍ରୟାସ ଜାରି ରଖିଛନ୍ତି। ସମାଜରେ ଲୋକମାନଙ୍କ ପାଇଁ ଜଣେ ଜଣେ ସାହାଯ୍ୟକାରୀ ବନ୍ଧୁ ଭାବେ କାମକରି ପୋଲିସର ଭାବମୂର୍ତ୍ତି ଆହୁରି ଉଚ୍ଚସ୍ତରକୁ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ସୂଚନାଯୋଗ୍ୟ, ଇଆର୍‌ଏସ୍‌ଏସ୍‌ ଯୋଜନା ହେଉଛି ଏକ କେନ୍ଦ୍ର ସରକାରଙ୍କ ଯୋଜନା। ଦିଲ୍ଲୀର ନିର୍ଭୟାକାଣ୍ଡ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ରେ ଜରୁରିକାଳୀନ ପରିସ୍ଥିତିରେ ପୋଲିସର ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଏହି ଯୋଜନା ଆରମ୍ଭ କରିଥିଲେ।
ଏହି କାର୍ଯ୍ୟକ୍ରମରେ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ ସ୍ବାଗତ ଭାଷଣ ଦେଇ କହିଥିଲେ, ବାତ୍ୟା ‘ଦାନା’ ସମୟରେ ଆମର ଏହି ଇଆର୍‌ଏସ୍‌ଏସ୍‌ ଯାନଗୁଡ଼ିକ ଲୋକମାନଙ୍କୁ ପ୍ରଶଂସନୀୟ ସେବା ଯୋଗାଇ ଦେଇଛି। ଏହି ନୂତନ ଯାନଗୁଡ଼ିକ ଭୁବନେଶ୍ୱର-କଟକ ଜନସାଧାରଣଙ୍କୁ ଉପଯୁକ୍ତ ଓ ତ୍ୱରିତ୍‌ ସେବା ଯୋଗାଇଦେବ ବୋଲି ସେ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଦୟାଲ ଗଙ୍ଗୱାର ଉପସ୍ଥିତ ଥିଲେ। ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri