ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୫ ହଜାର ଗୃହରକ୍ଷୀ ପଦବୀ ପୂରଣ ହେବ

ଭୁବନେଶ୍ୱର,୧୩ା୧୨(ଅନିଲ ଦାସ):ଗୃହରକ୍ଷୀମାନେ ପୋଲିସର ଏକ ଅଭିନ୍ନ ଅଙ୍ଗ। ରାଜ୍ୟରେ ଗୃହରକ୍ଷୀମାନେ ବହୁତ ଭଲ କାମ କରୁଛନ୍ତି। ୨୦୨୦ରୁ ଗୃହରକ୍ଷୀ ନିଯୁକ୍ତି ଉପରେ ଯେଉଁ କଟକଣା ଲଗାଯାଇଥିଲା ତାହାକୁ ଉଠାଇ ଦିଆଯାଇଛି। ଖୁବ୍‌ଶୀଘ୍ର ଖାଲିଥିବା ୨୪୧୬ଟି ପଦବୀ ପୂରଣ କରାଯିବ। ଏଥିସହିତ ୨୫୮୪ଟି ନୂତନ ଗୃହରକ୍ଷୀ ପଦବୀ ମଧ୍ୟ ସୃଷ୍ଟି କରାଯିବ। ସମୁଦାୟ ୫ ହଜାର ଗୃହରକ୍ଷୀ ପଦବୀ ପୂରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏଥିସହିତ ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି ପାଇଁ ସରକାରୀ ସ୍ତରରେ ନିଷ୍ପତ୍ତି ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀ ଗୁରୁବାର କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପାଇଁ ଏମରଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ(ଇଆର୍‌ଏସ୍‌ଏସ୍‌) ଯୋଜନାରେ ୩୦ଟି ଜରୁରିକାଳୀନ ପ୍ରଶମନ ସହାୟତା ଯାନର ଲୋକାର୍ପଣ କରିଛନ୍ତି।
ପୋଲିସ କମିଶନରେଟ୍‌ କାର୍ଯ୍ୟାଳୟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ୩୦ଟି ନୂଆ ଯାନ ପୋଲିସଙ୍କ କାର୍ଯ୍ୟ ଦକ୍ଷତାକୁ ସୁଦୃଢ଼ କରିବ। ଏଗୁଡ଼ିକ ସାଧାରଣ ଗାଡ଼ି ନୁହେଁ। ଏଗୁଡ଼ିକ ହେଉଛି ଗୋଟିଏ ଗୋଟିଏ ସୁରକ୍ଷା ରଥ। ନ୍ୟାୟ, ଶୃଙ୍ଖଳା, ଭୟମୁକ୍ତ ବାତାବରଣ ଓ ଅପରାଧମୁକ୍ତ ସମାଜର ପ୍ରତୀକ। ଏହି ଗାଡ଼ିଗୁଡ଼ିକ ଯେତିକି ଗଡ଼ିବ ଲୋକମାନେ ସେତିକି ନ୍ୟାୟ ପାଇବେ ଓ ସେମାନଙ୍କ ଆତ୍ମବିଶ୍ୱାସ ବଢ଼ିବ। ପୋଲିସ ବାହିନୀକୁ ଆହୁରି ସଶକ୍ତ କରିବା ପାଇଁ ଗୃହ ବିଭାଗରେ ପ୍ରାୟ ୧୦ ହଜାର ପଦବୀ ଖୁବ୍‌ ଶୀଘ୍ର ପୂରଣ କରାଯିବ।
ଇଆର୍‌ଏସ୍‌ଏସ୍‌ ଯୋଜନାରେ ଲୋକାର୍ପିତ ହୋଇଥିବା ୩୦ଟି ଯାନ ମଧ୍ୟରୁ ଭୁବନେଶ୍ୱର ପାଇଁ ୨୨ଟି ଏବଂ କଟକରେ ୮ଟି ଗାଡ଼ି କାର୍ଯ୍ୟ କରିବ। ପୂର୍ବରୁ ଅଚଳ ହୋଇଥିବା ପିସିଆର୍‌ ଗାଡ଼ିଗୁଡ଼ିକ ବଦଳରେ ଏହି ନୂତନ ଯାନ ମଧ୍ୟ କାର୍ଯ୍ୟ କରିବ। ଏହି ଇଆର୍‌ଏସ୍‌ଏସ୍‌ ଯୋଜନା ଦ୍ୱାରା ପୋଲିସ ବ୍ୟବସ୍ଥାର ସୁଦୃଢ଼ୀକରଣ ହେବା ସହ ସୁରକ୍ଷା ବାତାବରଣ ସୃଷ୍ଟି ହେବ। ଏଥିସହିତ ଆଗାମୀ ଦିନରେ ପାଟ୍ରୋଲିଂ, ଅପରାଧୀ ଏବଂ ପୀଡ଼ିତଙ୍କ ପାଖରେ ତୁରନ୍ତ ପହଞ୍ଚିବା ପାଇଁ ପୋଲିସକୁ ହାଇସ୍ପିଡ ଗାଡ଼ି ଯୋଗାଇ ଦିଆଯିବ।
ରାଜ୍ୟ ସରକାର ପୋଲିସର ସାମର୍ଥ୍ୟ ଓ ଶକ୍ତି ବୃଦ୍ଧି ପାଇଁ ସମସ୍ତ ପ୍ରକାର ପ୍ରୟାସ ଜାରି ରଖିଛନ୍ତି। ସମାଜରେ ଲୋକମାନଙ୍କ ପାଇଁ ଜଣେ ଜଣେ ସାହାଯ୍ୟକାରୀ ବନ୍ଧୁ ଭାବେ କାମକରି ପୋଲିସର ଭାବମୂର୍ତ୍ତି ଆହୁରି ଉଚ୍ଚସ୍ତରକୁ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ସୂଚନାଯୋଗ୍ୟ, ଇଆର୍‌ଏସ୍‌ଏସ୍‌ ଯୋଜନା ହେଉଛି ଏକ କେନ୍ଦ୍ର ସରକାରଙ୍କ ଯୋଜନା। ଦିଲ୍ଲୀର ନିର୍ଭୟାକାଣ୍ଡ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ରେ ଜରୁରିକାଳୀନ ପରିସ୍ଥିତିରେ ପୋଲିସର ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଏହି ଯୋଜନା ଆରମ୍ଭ କରିଥିଲେ।
ଏହି କାର୍ଯ୍ୟକ୍ରମରେ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ ସ୍ବାଗତ ଭାଷଣ ଦେଇ କହିଥିଲେ, ବାତ୍ୟା ‘ଦାନା’ ସମୟରେ ଆମର ଏହି ଇଆର୍‌ଏସ୍‌ଏସ୍‌ ଯାନଗୁଡ଼ିକ ଲୋକମାନଙ୍କୁ ପ୍ରଶଂସନୀୟ ସେବା ଯୋଗାଇ ଦେଇଛି। ଏହି ନୂତନ ଯାନଗୁଡ଼ିକ ଭୁବନେଶ୍ୱର-କଟକ ଜନସାଧାରଣଙ୍କୁ ଉପଯୁକ୍ତ ଓ ତ୍ୱରିତ୍‌ ସେବା ଯୋଗାଇଦେବ ବୋଲି ସେ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଦୟାଲ ଗଙ୍ଗୱାର ଉପସ୍ଥିତ ଥିଲେ। ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?