ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସମ୍ବଲପୁରକୁ ଗଡ଼ିବ ୫୦ ଇ-ବସ୍‌

ଭୁବନେଶ୍ୱର/ସମ୍ବଲପୁର,୧୦ା୧: ସମ୍ବଲପୁରରେ ଶନିବାର ୨୫ଟି ଇ-ବସ୍‌ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତେବେ ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି ଇ-ବସ୍‌ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ଅତ୍ୟାଧୁନିକ ବସ୍‌ ଟର୍ମିନାଲ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବସ୍‌ ଟର୍ମିନାଲ ଓ ବସ୍‌ର ରକ୍ଷଣାବେକ୍ଷଣ ପାଇଁ ୨୩୮.୧୪ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି।

Dharitri – Odisha’s No.1 Odia Daily

Share