ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇଟି ପ୍ରକଳ୍ପ ଜରିଆରେ ରାଜ୍ୟରେ ସୃଷ୍ଟି ହେବ ୮୪୫୦ ନିଯୁକ୍ତି

ଭୁବନେଶ୍ୱର,୨୬ା୬: ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡ଼ିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି  ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ କ୍ୟାପ୍ଟିଭ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା (Concession Agreement) ସ୍ବାକ୍ଷର ଅବସରରେ କହିଛନ୍ତି।
ସୂଚନାଯୋଗ୍ୟ, ଜଗତସିଂହପୁର ଜିଲା ଏରସମା ତହସିଲ ଅନ୍ତର୍ଗତ ଜଟାଧାର ମୁହାଣଠାରେ ଏକ କ୍ୟାପ୍ଟିଭ ଜେଟି ନିର୍ମାଣ ପାଇଁ ଜେ.ଏସ୍‌.ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍‌ ଲିମିଟେଡ୍‌ ସହିତ ରାଜ୍ୟ ସରକାରଙ୍କ ରିହାତି ଚୁକ୍ତିନାମା ସ୍ବାକ୍ଷର ହୋଇଛି। ୫୨ ମିଲିଅନ ମେଟ୍ରିକ ଟନ୍‌ ପଣ୍ୟ ପରିବହନ କ୍ଷମତା ବିଶିଷ୍ଟ ଏହି ଜେଟି ସ୍ଥାପନ ନିମନ୍ତେ ପ୍ରାରମ୍ଭିକ ସ୍ତରରେ ୨,୧୦୦ କୋଟି ଟଙ୍କା ନିବେଶ କରାଯିବ ଏବଂ ଏହା ମାଧ୍ୟମରେ ୩,୪୫୦ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୃଷ୍ଟି ହେବ।
ସେହିପରି ୧୬,୫୫୪ କୋଟି ଟଙ୍କା ନିବେଶରେ ଗୋପାଳପୁର ବନ୍ଦରର ସଂପ୍ରସାରଣ ଓ ଉନ୍ନତିକରଣ କାର୍ଯ୍ୟ ପାଇଁ ଗୋପାଳପୁର ପୋଟର୍‌ସ ଲିମିଟେଡ୍‌ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ରିହାତି ଚୁକ୍ତିନାମା ସ୍ବାକ୍ଷର ହୋଇଛି। ଏହି ଉନ୍ନତିକରଣ କାର୍ଯ୍ୟ ପରେ ବନ୍ଦରର ପଣ୍ୟ ପରିବହନ କ୍ଷମତା ୫୦ ମିଲିଅନ ମେଟ୍ରିକ୍‌ ଟନ୍‌ ହେବ। ଏହା ମାଧ୍ୟମରେ ପ୍ରାୟ ୫ ହଜାର ଯୁବତୀଯୁବକଙ୍କ ପାଇଁ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ନିଯୁକ୍ତି ସୃଷ୍ଟି ହେବ।
ଜେ.ଏସ୍‌.ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍‌ ଲିମିଟେଡ୍‌ର ପ୍ରେସିଡେଣ୍ଟ ଅନିଲ କୁମାର ସିଂ ଏବଂ ଗୋପାଳପୁର ପୋଟର୍‌ସ ଲିମିଟେଡର ବିଜିନେସ ହେଡ୍‌ ସନ୍ଦିପ ଜୟସ୍ବାଲ ଏବଂ ଓଡ଼ିଶା ସରକାରଙ୍କ ପକ୍ଷରୁ ବନ୍ଦର ନିର୍ଦ୍ଦେଶକ ପଦ୍ମଲୋଚନ ରାଉଳଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ରିହାତି ଚୁକ୍ତିନାମା ସ୍ବାକ୍ଷର ହୋଇଥିଲା।
ଲୋକସେବା ଭବନଠାରେ ଆୟୋଜିତ ଏହି ଚୁକ୍ତିନାମା ସ୍ବାକ୍ଷର କାର୍ଯ୍ୟକ୍ରମରେ, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ସାମୁଦ୍ରିକ ବାଣିଜ୍ୟର ବିକାଶ ପାଇଁ ବିଭିନ୍ନ ଘରୋଇ କମ୍ପାନୀ ସହିତ ସହଭାଗୀତା ଭିତ୍ତିରେ କାର୍ଯ୍ୟ କରାଯିବାର ଲକ୍ଷ୍ୟ ରଖାଯାଇଛି। ଆଗାମୀ ଦିନରେ ଇଞ୍ଚୁଡି ଓ ବାହୁଡାଠାରେ ଦୁଇଟି ନୂଆ ବନ୍ଦର ପ୍ରତିଷ୍ଠାର ଲକ୍ଷ୍ୟ ରଖାଯାଇଥିବା ବେଳେ ସୁବର୍ଣ୍ଣରେଖା ଓ ଅସ୍ତରଙ୍ଗ ବନ୍ଦରର ବିକାଶ ପାଇଁ ମଧ୍ୟ ଯୋଜନା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri