ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇଟି ପ୍ରକଳ୍ପ ଜରିଆରେ ରାଜ୍ୟରେ ସୃଷ୍ଟି ହେବ ୮୪୫୦ ନିଯୁକ୍ତି

ଭୁବନେଶ୍ୱର,୨୬ା୬: ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡ଼ିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି  ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ କ୍ୟାପ୍ଟିଭ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା (Concession Agreement) ସ୍ବାକ୍ଷର ଅବସରରେ କହିଛନ୍ତି।
ସୂଚନାଯୋଗ୍ୟ, ଜଗତସିଂହପୁର ଜିଲା ଏରସମା ତହସିଲ ଅନ୍ତର୍ଗତ ଜଟାଧାର ମୁହାଣଠାରେ ଏକ କ୍ୟାପ୍ଟିଭ ଜେଟି ନିର୍ମାଣ ପାଇଁ ଜେ.ଏସ୍‌.ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍‌ ଲିମିଟେଡ୍‌ ସହିତ ରାଜ୍ୟ ସରକାରଙ୍କ ରିହାତି ଚୁକ୍ତିନାମା ସ୍ବାକ୍ଷର ହୋଇଛି। ୫୨ ମିଲିଅନ ମେଟ୍ରିକ ଟନ୍‌ ପଣ୍ୟ ପରିବହନ କ୍ଷମତା ବିଶିଷ୍ଟ ଏହି ଜେଟି ସ୍ଥାପନ ନିମନ୍ତେ ପ୍ରାରମ୍ଭିକ ସ୍ତରରେ ୨,୧୦୦ କୋଟି ଟଙ୍କା ନିବେଶ କରାଯିବ ଏବଂ ଏହା ମାଧ୍ୟମରେ ୩,୪୫୦ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୃଷ୍ଟି ହେବ।
ସେହିପରି ୧୬,୫୫୪ କୋଟି ଟଙ୍କା ନିବେଶରେ ଗୋପାଳପୁର ବନ୍ଦରର ସଂପ୍ରସାରଣ ଓ ଉନ୍ନତିକରଣ କାର୍ଯ୍ୟ ପାଇଁ ଗୋପାଳପୁର ପୋଟର୍‌ସ ଲିମିଟେଡ୍‌ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ରିହାତି ଚୁକ୍ତିନାମା ସ୍ବାକ୍ଷର ହୋଇଛି। ଏହି ଉନ୍ନତିକରଣ କାର୍ଯ୍ୟ ପରେ ବନ୍ଦରର ପଣ୍ୟ ପରିବହନ କ୍ଷମତା ୫୦ ମିଲିଅନ ମେଟ୍ରିକ୍‌ ଟନ୍‌ ହେବ। ଏହା ମାଧ୍ୟମରେ ପ୍ରାୟ ୫ ହଜାର ଯୁବତୀଯୁବକଙ୍କ ପାଇଁ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ନିଯୁକ୍ତି ସୃଷ୍ଟି ହେବ।
ଜେ.ଏସ୍‌.ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍‌ ଲିମିଟେଡ୍‌ର ପ୍ରେସିଡେଣ୍ଟ ଅନିଲ କୁମାର ସିଂ ଏବଂ ଗୋପାଳପୁର ପୋଟର୍‌ସ ଲିମିଟେଡର ବିଜିନେସ ହେଡ୍‌ ସନ୍ଦିପ ଜୟସ୍ବାଲ ଏବଂ ଓଡ଼ିଶା ସରକାରଙ୍କ ପକ୍ଷରୁ ବନ୍ଦର ନିର୍ଦ୍ଦେଶକ ପଦ୍ମଲୋଚନ ରାଉଳଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ରିହାତି ଚୁକ୍ତିନାମା ସ୍ବାକ୍ଷର ହୋଇଥିଲା।
ଲୋକସେବା ଭବନଠାରେ ଆୟୋଜିତ ଏହି ଚୁକ୍ତିନାମା ସ୍ବାକ୍ଷର କାର୍ଯ୍ୟକ୍ରମରେ, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ସାମୁଦ୍ରିକ ବାଣିଜ୍ୟର ବିକାଶ ପାଇଁ ବିଭିନ୍ନ ଘରୋଇ କମ୍ପାନୀ ସହିତ ସହଭାଗୀତା ଭିତ୍ତିରେ କାର୍ଯ୍ୟ କରାଯିବାର ଲକ୍ଷ୍ୟ ରଖାଯାଇଛି। ଆଗାମୀ ଦିନରେ ଇଞ୍ଚୁଡି ଓ ବାହୁଡାଠାରେ ଦୁଇଟି ନୂଆ ବନ୍ଦର ପ୍ରତିଷ୍ଠାର ଲକ୍ଷ୍ୟ ରଖାଯାଇଥିବା ବେଳେ ସୁବର୍ଣ୍ଣରେଖା ଓ ଅସ୍ତରଙ୍ଗ ବନ୍ଦରର ବିକାଶ ପାଇଁ ମଧ୍ୟ ଯୋଜନା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?