ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପାରାଦୀପରେ ହେବ ବିମାନବନ୍ଦର

ପାରାଦୀପ,୫।୧୧(ଶରତ ରାଉତ):ଜଗତ୍‌ସିଂହପୁର ଜିଲା ତଥା ପାରାଦୀପରେ ଲକ୍ଷେ କୋଟି ଟଙ୍କାର ପୁଞ୍ଜି ନିବେଶ ହେବ ବୋଲି ଗତବର୍ଷ କଳିଙ୍ଗ ବାଲିଯାତ୍ରାରେ କୁହାଯାଇଥିଲା। ମାତ୍ର ବର୍ଷକ ମଧ୍ୟରେ ରାଜ୍ୟ ସରକାର ଲକ୍ଷେ ୪୫ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗ କେବଳ ପାରାଦୀପରେ କରିବାକୁ ନିଷ୍ପତ୍ତି ନେଇସାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଙ୍ଗଳବାର ସାରେ ପାରାଦୀପରେ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଉଦ୍‌ଘାଟନ କରିବା ଅବସରରେ ସୂଚନା ଦେଇଛନ୍ତି। ଏତଦ୍‌ବ୍ୟତୀତ ପାରାଦୀପରେ ଏକ ଏୟାରପୋର୍ଟ କରିବା ପାଇଁ ସରକାର ଏବେ ଯାଞ୍ଚ କରୁଛନ୍ତି। ଖୁବଶୀଘ୍ର ଏହି ଏୟାରପୋର୍ଟ ପାଇଁ ଘୋଷଣା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୬ରେ ଘୋଷଣା କରିଥିଲେ ଯେ, ପାରାଦୀପ ହେବ ପୂର୍ବ ଭାରତର ବିକାଶ ପଥ। ଏବେ ତାହା ପୂର୍ଣ୍ଣାଙ୍ଗ ହେବାକୁ ଯାଉଛି। ଶିଳ୍ପ କରିଡର ପାଇଁ ଆବଶ୍ୟକ ଭିତ୍ତିଭୂମି ରାସ୍ତା, ରେଳପଥ, ବନ୍ଦର, ଏୟାରପୋର୍ଟ ଆଦି କାମ ଚାଲିଛି। ଓଡ଼ିଶାର ପ୍ରଥମ ୮ ଲେନ ରାସ୍ତା ପାରାଦୀପଠାରୁ ବଡ଼ବିଲ ପର୍ଯ୍ୟନ୍ତ କାମ ଚାଲିଛି। ଏଥିସହ ୪ଟି ନୂଆ ପ୍ରକଳ୍ପ ପାଇଁ ସଦ୍ୟ ବୁଝାମଣାପତ୍ର (ଏମ୍‌ଓୟୁ)ସରିଛି। ସେଗୁଡିକ ହେଲା ଗଞ୍ଜାମ ଜିଲାର ବାହୁଦା ବନ୍ଦର, କେନ୍ଦ୍ରାପଡା ଜିଲା ମହାନଦୀ ମୁହାଣ ପାଖରେ ଜାହାଜ ନିର୍ମାଣ କାରଖାନା, ପୁରୀରେ କ୍ରୁଜ ଟର୍ମିନାଲ ଓ ସବୁଜ ହାଇଡ୍ରୋଜେନ ପ୍ରକଳ୍ପ। ଭୁବନେଶ୍ୱରରେ ଚିପ୍‌ (କମ୍ପ୍ୟୁଟରରେ ବ୍ୟବହୃତ ସାମଗ୍ରୀ)ନିର୍ମାଣ ପାଇଁ ମଧ୍ୟ ଏମ୍‌ଓୟୁ ହୋଇ ସାରିଛି। ଏହା କାର୍ଯ୍ୟକାରୀ ହେଲେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା ଚିପଠାରୁ ଶିପ୍‌ ନିର୍ମାଣ କାର୍ଯ୍ୟ ଏହି ଓଡ଼ିଶାରୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରାଜ୍ୟ ସରକାର ୧୬ ମାସ ମଧ୍ୟରେ ୨୧ ପ୍ରତିଶ୍ରୁତିରୁ ୧୧ଟି କାର୍ଯ୍ୟକାରୀ କରିସାରିଲେଣି। ୨୦୩୬ରେ ସ୍ବତନ୍ତ୍ର ଓଡ଼ିଶାର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକଶିତ ଓଡ଼ିଶା ଲକ୍ଷ୍ୟ କରାଯାଇଛି। ଏହି ଦିଶା ଓ ଦଶାକୁ ଆମ ସରକାର ସଫଳ କରିବା ପାଇଁ ଅନବରତ ଚେଷ୍ଟା କରୁଛି ବୋଲି ମୁଖ୍ୟମନ୍ତ୍ରୀ ମାଝୀ କହିଥିଲେ। କଳିଙ୍ଗ ବାଲିଯାତ୍ରା କମିଟିର ଅଧ୍ୟକ୍ଷ ତଥା ଜଗତସିଂହପୁର ଜିଲାପାଳ ଜେ.ସୋନାଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉଦଘାଟନୀ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ, ଜଗତସିଂହପୁର ଏମ୍‌ପି ବିଭୁପ୍ରସାଦ ତରାଇ, ତିର୍ତ୍ତୋଲ ବିଧାୟକ ରମାକାନ୍ତ ଭୋଇ, ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳ, ବନ୍ଦର ଅଧ୍ୟକ୍ଷ ପି.ଏଲ. ହାରାନ୍ଧ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri