ଭୁବନେଶ୍ୱର,୧୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୀପାବଳି ପୂର୍ବରୁ ଗୁରୁବାର ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତ ଅର୍ଥାତ୍ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ସରକାର। ଏହା ଜୁଲାଇ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ।
ଏହା ସହିତ ପେନ୍ସନ୍ଭୋଗୀମାନଙ୍କ ଟି.ଆଇରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନ୍ରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ୮ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନ୍ଭୋଗୀ ଉପକୃତ ହେବେ।