ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରାଜ୍ୟରେ ପୁଣି ହେବ ଉପନିର୍ବାଚନ!

ଭୁବନେଶ୍ୱର, ୧୧ା୪: ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି। ସେଥି ମଧ୍ୟରୁ ୫ଟି ଜିଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ, ୪୫ଟି ସରପଞ୍ଚ, ୨୭୨ଟି ୱାର୍ଡ ମେମ୍ବର ପାଇଁ ଉପନିର୍ବାଚନ ହେଉଥିବାବେଳେ ୭୭୧ଟି ୱାର୍ଡରେ ନୂତନ ଭାବେ ନିର୍ବାଚନ ଅନୁଷ୍ଠିତ ହେବ। ଗତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସଂରକ୍ଷିତ ବର୍ଗ ପାଇଁ ଉଦ୍ଦିଷ୍ଟ ଥିବା ୭୭୧ଟି ୱାର୍ଡରେ କୌଣସି ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲକରି ନ ଥିବାରୁ ଉକ୍ତ ୱାର୍ଡ ଗୁଡିକରେ ନିର୍ବାଚନ ବନ୍ଦ ରହିଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ସମ୍ପୃକ୍ତ ଜିଲାପାଳଙ୍କ ସୁପାରିସକ୍ରମେ ଉକ୍ତ ୱାର୍ଡଗୁଡ଼ିକୁ ଅଣସଂରକ୍ଷିତ କରାଯିବା ପରେ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।

ରାଜ୍ୟ ନିର୍ବାଚନ ଆୟୁକ୍ତ ସଚିବଙ୍କ ସୂଚନା ଅନୁଯାୟୀ, ଉକ୍ତ ୱାର୍ଡଗୁଡ଼ିକ ପାଇଁ ଏପ୍ରିଲ ୧୭ରୁ ୨୨ ତାରିଖ ମଧ୍ୟରେ ନିର୍ବାଚନ ଅଧିକାରୀମାନେ କେନ୍ଦ୍ର ନିର୍ବାଚନ ଆୟୋଗ ଦ୍ୱାରା ପ୍ରକାଶିତ ଭୋଟର ତାଲିକାରୁ ସମ୍ପୃକ୍ତ ୱାର୍ଡ ୱାରି ଭୋଟର ତାଲିକା ପ୍ରସ୍ତୁତ କରିବେ। ଏପ୍ରିଲ ୨୪ରେ ସମ୍ପୃକ୍ତ ଗ୍ରାମପଞ୍ଚାୟତ ମୁଖ୍ୟାଳୟରେ ୱାର୍ଡୱାରି ପ୍ରାଥମିକ ଭୋଟର ତାଲିକା ପ୍ରକାଶନ ହେବ। ଆସନ୍ତା ୩୦ ସୁଦ୍ଧା ଅଭିଯୋଗ ଗ୍ରହଣ କରାଯାଇ ମେ ୨ରୁ ୫ ତାରିଖ ମଧ୍ୟରେ ସମ୍ପୃକ୍ତ ଅଭିଯୋଗଗୁଡ଼ିକୁ ବିଚାରକୁ ନିଆଯାଇ ଉପଯୁକ୍ତ ପଦକ୍ଷେପ ନିଆଯିବ। ସଂଶୋଧିତ ଭୋଟର ତାଲିକାକୁ ନିର୍ବାଚନ ଅଧିକାରୀମାନେ ମେ ୯ ତାରିଖରେ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ପ୍ରଦାନ କରିବେ ବୋଲି ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ସାରେ ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri