ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବିଭିନ୍ନ ଜିଲାରେ ହେବ…

ସମ୍ବଲପୁର,୭ା୯(ପ୍ରମୋଦ ବହିଦାର): ରାଜ୍ୟ ସରକାର ଜନସାଧାରଣଙ୍କ ଅଭିଯୋଗଗୁଡ଼ିକର ପ୍ରତ୍ୟକ୍ଷ ଶୁଣାଣି କରୁଛନ୍ତି। ଏହିକ୍ରମେ ସେମାନଙ୍କ ସୁବିଧା ଅସୁବିଧା ବୁଝିବା ପାଇଁ ଆବଶ୍ୟକ ହେଲେ ବିଭିନ୍ନ ଜିଲାରେ କ୍ୟାବିନେଟ୍‌ ବୈଠକ କରାଯିବ ବୋଲି ଶନିବାର ସମ୍ବଲପୁରରେ ରାଜ୍ୟସ୍ତରୀୟ ନୂଅଁାଖାଇ ଭେଟ୍‌ଘାଟ୍‌ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ପାରିବାରିକ ପ୍ରେମ ଓ ସମୃଦ୍ଧିର ପ୍ରତୀକ ହେଉଛି ନୂଆଁଖାଇ। ଏହା କେବଳ ପଶ୍ଚିମ ଓଡ଼ିଶାରେ ସୀମିତ ରହିଛି ତାହା ନୁହେଁ ଏହାକୁ ସମଗ୍ର ରାଜ୍ୟବାସୀଙ୍କ ସହ ଦେଶ ବିଦେଶରେ ମଧ୍ୟ ପାଳନ କରାଯାଉଛି। ସମ୍ବଲପୁରଠାରେ ଶନିବାର ସନ୍ଧ୍ୟାରେ ଆୟୋଜିତ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟ୍‌ଘାଟ୍‌ ଉତ୍ସବକୁ ମୁଖ୍ୟଅତିଥି ଭାବେ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହା କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ନୂଆଁଖାଇ ଆମକୁ ଚାଷୀଙ୍କ ପ୍ରତି କୃତଜ୍ଞ କରିଥାଏ। ନୂଆଁଖାଇ ଉତ୍ସବ ଚାଷୀଙ୍କ ପରିଶ୍ରମର ଫଳ ସ୍ବରୂପ। ତେଣୁ ରାଜ୍ୟ ସରକାର ଚାଷୀଙ୍କ ଆୟ ବହୁଗୁଣିତ କରିବା ଲକ୍ଷ୍ୟରେ ପ୍ରତିବଦ୍ଧ। ସମ୍ବଲପୁର ହେଉଛି ବୀରଭୂମି। ତେଣୁ ସମ୍ବଲପୁରର ଐତିହାସିକ ସ୍ବାଧୀନତା ସଂଗ୍ରାମୀ ପୀଠ ଖିଣ୍ଡା ସମେତ ଅନ୍ୟାନ୍ୟ ସଂଗ୍ରାମ ପୀଠର ଉନ୍ନତୀକରଣ ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିବେ। କେବଳ ସମ୍ବଲପୁର ନୁହେଁ, ପଶ୍ଚିମ ଓଡ଼ିଶାର ପ୍ରତ୍ୟେକ ଜିଲାର ସ୍ବତନ୍ତ୍ର ବୈଶିଷ୍ଟ୍ୟ ରହିଛି। ଗତ ଏପ୍ରିଲ୍‌ ୨୧ରେ ଓଡ଼ିଶା ଇତିହାସରେ ପ୍ରଥମ ଥର ପାଇଁ ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ହୋଇଥିଲା। ଏଥିରେ ୯,୩୭୭ଟି ଅଭିଯୋଗ ମିଳିଥିଲା। ସେଥିମଧ୍ୟରୁ ପ୍ରାୟ ୮୮% ତୁରନ୍ତ ସମାଧାନ କରାଯାଇଥିଲା। ଆଗାମୀ ଦିନରେ କେବଳ ଜନଶୁଣାଣି ନୁହେଁ, ବରଂ ଆଗକୁ କ୍ୟାବିନେଟ୍‌ ମିଟିଂ ମଧ୍ୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେ ଆହୁରି କହିଛନ୍ତି, ଭାଜପା ସରକାର ରାଜ୍ୟର ପ୍ରତି ଜିଲାରେ ଶିଳ୍ପ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏପରି କି ପୂର୍ବ ଓଡ଼ିଶାରୁ ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ ପାରାଦୀପ, ଚୌଦ୍ୱାର, ଢେଙ୍କାନାଳ, ଅନୁଗୋଳ ସହିତ ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ରାଉରକେଲାକୁ ସଂଯୋଗ କରି ଏକ ସମୃଦ୍ଧ ଶିଳ୍ପ କରିଡର କରିବାକୁ ନିଷ୍ପତ୍ତି ନିଆଯାଇଛି। ସେହିପରି ପଶ୍ଚିମ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ଏକ ସ୍ବତନ୍ତ୍ର ପର୍ଯ୍ୟଟନ କ୍ଷେତ୍ର ବିକଶିତ କରିବାକୁ ଯୋଜନା କରୁଛୁ। ଏଥିରେ ହୀରାକୁଦ ଜଳଭଣ୍ଡାର, ସୌନ୍ଦର୍ଯ୍ୟଭରା ଦେବ୍ରିଗଡ଼ ଅଭୟାରଣ୍ୟ ନିକଟବର୍ତ୍ତୀ ସମ୍ବଲପୁର ସହର ଏବଂ ମା’ସମଲେଇଙ୍କ ମନ୍ଦିରର ବିକାଶ କରିବାକୁ ପଦକ୍ଷେପ ଗ୍ରହଣ କରାଯାଇଛି। ବଲାଙ୍ଗୀର ଜିଲାର ହରିଶଙ୍କର ଓ ବରଗଡ଼ ଜିଲାର ନୃସିଂହନାଥ ପୀଠକୁ ମଧ୍ୟ ସ୍ବତନ୍ତ୍ର ଭାବେ ବିକଶିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ଏକ ସ୍ବତନ୍ତ୍ର ବିମାନରେ ଆସି ସମ୍ବଲପୁର ଜମାଦାରପାଲି ବିମାନ ଅବତରଣ କେନ୍ଦ୍ରରେ ଓହ୍ଲାଇଥିଲେ। ସ୍ଥାନୀୟ ସର୍କିଟ ହାଉସକୁ ଯାଇ କିଛି ସମୟ ରହଣି ପରେ ମାଁ ସମଲେଶ୍ୱରୀଙ୍କ ମନ୍ଦିର ଅଭିମୁଖେ ବାହାରିଥିଲେ। ସେଠାରେ ୪ଟା ୫୦ରେ ମା’ସମଲେଶ୍ୱରୀଙ୍କ ଆଳତିରେ ଭାଗ ନେଇ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ ଉତ୍ସବରେ ଯୋଗ ଦେବାକୁ ବାହାରିଥିଲେ। ନୂଆଁଖାଇ ଭେଟ୍‌ଘାଟ ଉତ୍ସବରେ ଆୟୋଜକ କମିଟି ସଭାପତି ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଅଧ୍ୟକ୍ଷତା କରିଥିଲେ। ଉତ୍ସବରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ମନ୍ତ୍ରୀ ସୁରେଶ ପୂଜାରୀ, ରବିନାରାୟଣ ନାଏକ, ମୁକେଶ ମହାଲିଙ୍ଗଙ୍କ ସମେତ ରେଢ଼ାଖେଲା ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ବକ୍ତବ୍ୟ ଦେଇଥିଲେ। ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲ, ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ, ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ, ବିଜେପୁର ବିଧାୟକ ସନତ ଗଡ଼ିଆ, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ବୀରମହାରାଜପୁର ବିଧାୟକ ରଘୁନାଥ ଜଗଦଲା, ଜିଲାପରିଷଦ ଅଧ୍ୟକ୍ଷା କୁମୁଦିନୀ ନାଏକ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ପୂର୍ବତନ ବିଧାୟକ ନାଉରି ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri