ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମୃତ ପୋଲିସ ପରିବାରଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା

ଭୁବନେଶ୍ୱର,୨୨।୨: ଝାରସୁଗୁଡ଼ା ଜିଲା ସଦର ଥାନାରୁ ପ୍ରାୟ ଶହେ ମିଟର ଦୂର ଏଚ୍‌ କଣ୍ଟାପାଲି ଏନ୍‌ଏଚ୍‌ ୪୯ରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୩ ଜଣ ଗୁରୁତର ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି। କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କ ପ୍ରାଣହାନି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି।

ଏପରିକି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ମୃତ ୫ ପୋଲିସ ପରିବାର ଲୋକଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି।

Share