ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର ସହାୟତା ଯୋଗାଇ ଦିଆଯିବ। ଏଥିପାଇଁ ଭୟଭୀତ ହୁଅନ୍ତୁ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳ ଆକାଶମାର୍ଗରୁ ପରିଦର୍ଶନ କରିବା ପରେ ପ୍ରପୀଡ଼ିତଙ୍କୁ ଆଶ୍ୱାସନା ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମାଝୀ କୋରାପୁଟର ବିଭିନ୍ନ ବନ୍ୟାଞ୍ଚଳ ସହିତ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ନବରଙ୍ଗପୁର, ରାୟଗଡ଼ା ପ୍ରଭୃତି ଜିଲାର ବିଭିନ୍ନ ବନ୍ୟାଞ୍ଚଳ ଆକାଶମାର୍ଗରୁ ପରିଦର୍ଶନ କରିଛନ୍ତି।
ମୁଖ୍ୟମନ୍ତ୍ରୀ ମାଝୀ ହେଲିକପ୍ଟର ଯୋଗେ ରବିବାର ପୂର୍ବାହ୍ନରେ ଜୟପୁରରେ ପହଞ୍ଚି ଜାତୀୟ ରାଜପଥ ୬୩ ଦେଇ କୋଟପାଡ଼କୁ ଗସ୍ତ କରିଥିଲେ। ସେଠାରୁ ଚାନ୍ଦିଲି ପଞ୍ଚାୟତ ଡଙ୍ଗରୀ ଗଁା ଏନ୍‌ଏଚ୍‌ ପାର୍ଶ୍ୱବର୍ତ୍ତୀ ପାଣି ଘେରିରେ ଥିବା ପିରିଞ୍ଜି, ସାରଳାଗୁଡ଼ା ଓ ବିକ୍ରମପୁଟ ଅଞ୍ଚଳକୁ ବୋଟ୍‌ ଯୋଗେ ପରିଦର୍ଶନ କରିଥିଲେ। ପିରିଞ୍ଜି ଓ ଚାନ୍ଦିଲି ଅଞ୍ଚଳର ବନ୍ୟା ସ୍ଥିତି ପରଖିଥିଲେ।

ଚାନ୍ଦିଲି ଉଚ୍ଚ ବିଦ୍ୟାଳୟରେ ହୋଇଥିବା ଆଶ୍ରୟସ୍ଥଳୀରେ ବନ୍ୟା ପୀଡ଼ିତଙ୍କ ସହ ମୁଖ୍ୟମନ୍ତ୍ରୀ ମାଝୀ ଆଲୋଚନା କରିଥିଲେ। ଏହି ଅବସରରେ ସେମାନଙ୍କ ସମସ୍ୟା ଓ ଆବଶ୍ୟକତା ନେଇ ବୁଝିଥିଲେ। ପ୍ରଶାସନ ପକ୍ଷରୁ ମିଳୁଥିବା ସହାୟତା ସମ୍ପର୍କରେ ମଧ୍ୟ ପଚାରି ବୁଝିଥିଲେ। ଏଥିସହ ଆଶ୍ରୟସ୍ଥଳୀରେ ରନ୍ଧା ଖାଦ୍ୟ, ପାନୀୟ ଜଳ, ଶିଶୁ ଖାଦ୍ୟ ଓ ଔଷଧ ଯୋଗାଣ ବ୍ୟବସ୍ଥା ଯାଞ୍ଚ କରିଥିଲେ। କୋଟପାଡ଼ର ୭ ପଞ୍ଚାୟତରେ ପ୍ରବଳ ବର୍ଷା ଯୋଗୁ ୨୦ ଗ୍ରାମର ୨୦ ହଜାରରୁ ଊର୍ଦ୍ଧ୍ୱ ଲୋକେ ପ୍ରଭାବିତ ହୋଇଛନ୍ତି। ପ୍ରଶାସନ ପକ୍ଷରୁ ୩୫୦୦ ଲୋକଙ୍କୁ ବିଭିନ୍ନ ଆଶ୍ରୟସ୍ଥଳରେ ଥଇଥାନ କରାଯାଇଥିବା ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ସୁର୍ଲି ଗ୍ରାମରେ ଜଳଘେରରେ ଥିବା ୩ ବ୍ୟକ୍ତିଙ୍କୁ ଓଡ୍ରାଫ ଟିମ୍‌ ଉଦ୍ଧାର କରିଥିଲା। ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, କୋରାପୁଟ ଜିଲାର ପ୍ରତି ବନ୍ୟା ପୀଡ଼ିତଙ୍କ ସହ ସରକାର ରହିଛନ୍ତି।
ଏହି ଅବସରରେ ଚାନ୍ଦିଲି ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲାର ବନ୍ୟା ସ୍ଥିତି ନେଇ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବନ୍ୟା ପ୍ରଭାବିତ ଅଞ୍ଚଳ, ଉଦ୍ଧାର, ରିଲିଫ କାର୍ଯ୍ୟ, ଆଶ୍ରୟସ୍ଥଳୀର ସୁବିଧା ଓ ବନ୍ୟାଜନିତ କ୍ଷୟକ୍ଷତି ଆକଳନ ନେଇ ବୈଠକରେ ଆଲୋଚନା ହୋଇଛି। ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଥିଲେ, ବାତ୍ୟା ଅର୍ଣ୍ଣଭ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳ ପ୍ରଭାବିତ ହୋଇଛି। ଏବେ ବି ଅନେକ ଅଞ୍ଚଳ ଜଳଘେର ମଧ୍ୟରେ ରହିଛି। ଆଶ୍ରୟସ୍ଥଳୀରେ ରହୁଥିବା ବନ୍ୟା ପୀଡ଼ିତ ପରିବାରଙ୍କୁ ୧୫ ଦିନ ପାଇଁ ଖାଦ୍ୟ, ରାଶନ, ପୋଷାକ ଓ ଅନ୍ୟାନ୍ୟ ଆବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯିବ। ଏଥିସହ ବନ୍ୟା ପୀଡ଼ିତଙ୍କୁ ନିୟମାନୁଯାୟୀ ଅଗ୍ରିମ କ୍ଷତିପୂରଣ ଓ ସହାୟତା ରାଶି ପ୍ରଦାନ ନେଇ ଗୁରୁତ୍ୱ ଦିଆଯାଇଛି। ବନ୍ୟା ପାଣି ଜମି ରହିଥିବା ଚାଷଜମିରୁ ଶୀଘ୍ର ପାଣି ନିଷ୍କାସନ ପାଇଁ ଟେକ୍ନିକାଲ ଟିମ୍‌ ନିୟୋଜିତ କରାଯିବ। ପାଣି ନିଷ୍କାସନ ପରେ ଜମିରେ ପୁନର୍ବାର ଚାଷ କରାଯିବା ନେଇ ଆବଶ୍ୟକ ପଦକ୍ଷେପ ନିଆଯିବ। ବନ୍ୟା ପରବର୍ତ୍ତୀ ପୁନରୁଦ୍ଧାର ସହ ଚାଷ କାର୍ଯ୍ୟକୁ ସ୍ବାଭାବିକ କରିବାକୁ ବିଭାଗଗୁଡ଼ିକ ମଧ୍ୟରେ ସମନ୍ବୟ ରଖି କାମ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ବେଳେ ରାଜ୍ୟ ଅନୁସୂଚିତ ଜାତି, ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସ୍ପେଶାଲ ରିଲିଫ କମିଶନର(ଏସ୍‌ଆର୍‌ସି) ରାଜେଶ ପ୍ରଭାକର ପାଟିଲ, କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ, ଏସ୍‌ପି ରୋହିତ ବର୍ମା, ଜୟପୁର ଉପଜିଲାପାଳ ଶୁଭ୍ରା ପଣ୍ଡା, କୋରାପୁଟ ଉପଜିଲାପାଳ ଫାବି ରଶିଦ, ଅତିରିକ୍ତ ଜିଲାପାଳ ତପନ କୁମାର ନାଏକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲା ପରିଷଦ ନିର୍ବାହୀ ଅଧିକାରୀ ବେଣୁଧର ଶବର ଓ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?