Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା:ଏଣିକି ମାତ୍ର ୫୦୦ ଟଙ୍କାରେ ମିଳିବ ଗ୍ୟାସ୍‌ ସିଲିଣ୍ଡର, ଜାଣନ୍ତୁ କିଏ ଉଠାଇ ପାରିବେ ଲାଭ

ଚଣ୍ଡିଗଡ,୭।୮: ହରିୟାଣା ମୁଖ୍ୟମନ୍ତ୍ରୀ ନାୟବ ସିଂ ସଇନି ତିଜ୍‌ ଅବସରରେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା ଅଧୀନରେ ୧୨ ଲକ୍ଷ ହିତାଧିକାରୀ ଭଉଣୀ ବର୍ତ୍ତମାନ ମାତ୍ର ୫୦୦ ଟଙ୍କା ପାଇଁ ଗ୍ୟାସ ସିଲିଣ୍ଡର ପାଇବେ। ୪୬ ଲକ୍ଷ ପରିବାର ଯାହାଙ୍କ ଆୟ ୧.୮୦ ଲକ୍ଷରୁ କମ, ସେମାନେ ଏହି ସୁବିଧା ପାଇବେ।

ସଇନି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ପ୍ରତ୍ୟେକ ପରିବାରକୁ ଗ୍ୟାସ ସଂଯୋଗ ଯୋଗାଇବା ପାଇଁ କାର୍ଯ୍ୟ କରିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ପ୍ରତ୍ୟେକ ଘରକୁ ଗ୍ୟାସ ସଂଯୋଗ ଯୋଗାଇବା ପାଇଁ ବ୍ୟବସ୍ଥା କରିଥିଲେ।

ସଇନି ଜିନ୍ଦସ୍ଥିତ‘ରାଜ୍ୟ ସ୍ତରୀୟ ତିଜ ମହୋତ୍ସବ’ରେ ସମ୍ବୋଧନ ସମୟରେ ଏହି ଘୋଷଣା କରିଛନ୍ତି। ସେ ନିଜକୁ ମହିଳାଙ୍କ ‘ଭାଇ’ ବୋଲି ବର୍ଣ୍ଣନା କରିଥିଲେ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାଇ ଘରକୁ ଆସିବା ପରେ ଭଉଣୀଙ୍କ ସ୍ବର ବଢିଥାଏ। ଆଜିକାଲି ଶ୍ରାବଣ ମାସ ଏବଂ ମା’ ଏବଂ ଭଉଣୀଙ୍କ ପବିତ୍ର ପର୍ବ ତିଜ୍‌ର ମାହୋଲ ଚାଲିଛି।
ସଇନି କହିଛନ୍ତି, ତିଜ ମହୋତ୍ସବକୁ ଆସିବା ମୋ ପାଇଁ ଗର୍ବର ବିଷୟ। ମୁଁ ସମସ୍ତ ଭଉଣୀମାନଙ୍କୁ ହାତଯୋଡି ଅଭିବାଦନ ଜଣାଉଛି। ମୋର ଭଉଣୀମାନଙ୍କ ମଧ୍ୟରେ ଆସିବାର ସୁଯୋଗ ପାଇଛି।

ସଇନି ଆହୁରି ମଧ୍ୟ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୨୩ରେ ’ଲକ୍ଷ୍ମୀ ଦିଦି’ ଆରମ୍ଭ କରିଥିଲେ। ଲକ୍ଷ୍ୟ ହେଉଛି ହରିୟାଣାରେ ଦୁଇ ଲକ୍ଷ ଭଉଣୀ ଏବଂ ଝିଅଙ୍କୁ ଲକ୍ଷ୍ମୀ ଦିଦି କରିବା ଏବଂ ଆମେ ସେଥିରେ ଦ୍ରୁତ ଗତିରେ ଆଗକୁ ବଢୁଛୁ। ଆମର ଲକ୍ଷ୍ୟ ହେଉଛି ପ୍ରଥମ ପର୍ଯ୍ୟାୟରେ ୬୨ ହଜାର ଲକ୍ଷପତି ଦିଦି ସୃଷ୍ଟି କରିବା।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri