ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍ ଯୋଜନା’କୁ ନେଇ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା । ସମସ୍ତ ଯୋଗ୍ୟଙ୍କୁ ଏହି ଯୋଜନାରେ ସାମିଲ କରାଯିବ। ହିତାଧିକାରୀଙ୍କ ମୃତ୍ୟୁ ଘଟିଲେ ଖାଲି ସ୍ଥାନ ପୂରଣ ନିୟମ ଆଉ ଲାଗୁ ହେବନାହିଁ। ବାଦ ପଡ଼ିଥିବା ୬ ଲକ୍ଷରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କୁ ପେନସନ ମିଳିବ । ପୂର୍ବ ସରକାର ଏନେଇ ଅନ୍ୟାୟ କାର୍ଯ୍ୟ କରିଥିଲେ ବୋଲି ବଜେଟ ଉପସ୍ଥାପନ ବେଳେ କହିଛନ୍ତି ମୁଖ୍ୟମନ୍ତ୍ରୀ ।
ସୂଚନା ଥାଉ କି, ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ ବର୍ଷ ରାଜ୍ୟ ସରକାର ମୂଳ ବଜେଟ ୨ଲକ୍ଷ ୯୦ ହଜାର କୋଟି ଟଙ୍କାର ବ୍ୟୟବରାଦ କରିଥିଲେ। ଏଥର ୩ ଲକ୍ଷ ୧୦ ହଜାର କୋଟିର ବଜେଟ ଉପସ୍ଥାପନ କରୁଛନ୍ତି । ଗତବର୍ଷ ତୁଳନାରେ ଏହା ୬.୯ ପ୍ରତିଶତ ବୃଦ୍ଧି ହୋଇଛି ବୋଲି ସେ ସୂଚନା ଦେଇଛନ୍ତି । ପ୍ରଶାସନିକ ଖର୍ଚ୍ଚ ପାଇଁ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି ।
Dharitri – Odisha’s No.1 Odia Daily