କେନ୍ଦୁଝରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମଧୁବାବୁଙ୍କ ଆଦର୍ଶରେ ଗଢ଼ାହେବ…

କେନ୍ଦୁଝର,୨୭।୪ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଓଡ଼ିଆ ଜାତିର ଅସ୍ମିତା, ସ୍ବାଭିମାନ ଓ ସଂକଳ୍ପର ମୂର୍ତ୍ତିମନ୍ତ ପ୍ରତୀକ ‘ଉତ୍କଳ ଗୌରବ’ ମଧୁସୂଦନ ଦାସଙ୍କ ୧୭୮ ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝରଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମଧୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଏମ୍‌ପି ଅନନ୍ତ ନାଏକ ଏବଂ ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ତେଲକୋଇ ବିଧାୟକ ଫକୀର ମୋହନ ନାଏକ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମଧୁବାବୁଙ୍କୁ ସ୍ବତନ୍ତ୍ର ଓଡ଼ିଶା ଗଠନର ମୁଖ୍ୟ ସୂତ୍ରଧାର ଭାବେ ବର୍ଣ୍ଣନା କରିବା ସହ ତାଙ୍କ ଆଦର୍ଶରେ ଏକ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆହ୍ବାନ ଦେଇଛନ୍ତି। ମଧୁବାବୁଙ୍କ ସହ କେନ୍ଦୁଝରର ଥିବା ଆତ୍ମିକ ଓ ଐତିହାସିକ ସମ୍ପର୍କକୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦୁଝର ପ୍ରଜା ଆନ୍ଦୋଳନ ସମୟରେ ଜଣେ ବିଚକ୍ଷଣ ଓକିଲ ଭାବେ ନ୍ୟାୟ ପ୍ରଦାନରେ ମଧୁବାବୁଙ୍କ ଭୂମିକା ଅବିସ୍ମରଣୀୟ। ଏହି ମାଟିରେ ତାଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ ନିଜକୁ ଧନ୍ୟ ମନେ କରିଛନ୍ତି।

ରାଜ୍ୟ ସରକାର ‘ପୂଜ୍ୟ ପୂଜା ପରମ୍ପରା’କୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁରକୁ ଏକ ପ୍ରମୁଖ ପର୍ଯ୍ୟଟନ ଓ ପ୍ରେରଣାସ୍ଥଳୀ ଭାବେ ଗଢ଼ିତୋଳିବା ପାଇଁ ସରକାର ସ୍ବତନ୍ତ୍ର ଭିତ୍ତିଭୂମି ପ୍ୟାକେଜ କାର୍ଯ୍ୟକାରୀ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମଧୁବାବୁଙ୍କ ଶିଳ୍ପାୟନର ସ୍ବପ୍ନକୁ ସାକାର କରିବା ପାଇଁ କେନ୍ଦୁଝର ସମେତ ସମଗ୍ର ଓଡ଼ିଶାର ସ୍ଥାନୀୟ କାରିଗରଙ୍କୁ ସରକାର ପ୍ରୋତ୍ସାହନ ଯୋଗାଇ ଦେଉଛନ୍ତି।

ଚଳିତ ବର୍ଷ ଉତ୍କଳ ଦିବସକୁ ବ୍ୟାପକ ଭାବେ ପାଳନ କରାଯାଇଛି ଏଣୁ ମଧୁବାବୁଙ୍କ ଭଳି ମହାପୁରୁଷଙ୍କ ବଳିଦାନକୁ ପ୍ରତିଟି ଓଡ଼ିଆଙ୍କ ପାଖରେ ପହଞ୍ଚାଇବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ରାଜ୍ୟର ସମସ୍ତ ଉପାନ୍ତ ଅଞ୍ଚଳର ବିକାଶକୁ ମୁଖ୍ୟଧାରା ସହ ଯୋଡ଼ିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ମନ୍ଦରଧର ମହାଳିକ, ରବୀନ୍ଦ୍ର କୁମାର ପ୍ରଧାନ, ଜିଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ସୁକାନ୍ତ ମାଝୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ରାୟ, ଜିଲା ସଂସ୍କୃତି ଅଧିକାରୀ ରମେଶ ଚନ୍ଦ୍ର ନାଏକ, ସମସ୍ତ ଡେପୁଟି କଲେକ୍ଟର ଓ ଆସିଷ୍ଟାଣ୍ଟ କଲେକ୍ଟର, ଜନସାଧାରଣ ଏବଂ ଜିଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ଉପସ୍ଥିତ ଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri