ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସୁବର୍ଣ୍ଣପୁରରେ ହେବ ୪ ନଦୀଗର୍ଭ ଜଳାଶୟ

ସୋନପୁର,୭ା୬(ମୃତ୍ୟୁଞ୍ଜୟ ଶତପଥୀ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ସୁବର୍ଣ୍ଣପୁରଠାରେ ପ୍ରାୟ ୩୨୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ୮୦ କୋଟି ଟଙ୍କା ମୂଲ୍ୟର ୧୧ଟି ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ ୨୪୪ କୋଟି ଟଙ୍କା ମୂଲ୍ୟର ୪୫ଟି ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି। ପ୍ରକଳ୍ପଗୁଡ଼ିକ ମଧ୍ୟରେ ମୁଖ୍ୟତଃ ସଡ଼କ ନିର୍ମାଣ, ଜଳସେଚନ, ସେତୁ ନିର୍ମାଣ, ସ୍ବାସ୍ଥ୍ୟସେବା ପ୍ରକଳ୍ପ, ମେଗା ଉଠାଜଳସେଚନ ପ୍ରକଳ୍ପ ଓ ଛାତ୍ରାବାସ ଆଦି ରହିଛି। ଏପରିକି ମୁଖ୍ୟମନ୍ତ୍ରୀ ସୁବର୍ଣ୍ଣପୁର ଜିଲାରେ ୪ଟି ନଦୀଗର୍ଭ ଜଳାଶୟ ନିର୍ମାଣ ପାଇଁ ଘୋଷଣା କରିଥିଲେ। ମହାନଦୀ ଉପରେ ଗୋଧନେଶ୍ବର, ଖଇରମାଳ, ଉଲୁଣ୍ଡା ହରିହର ଯୋର ଓ ବୀରମହାରାଜପୁରର ସୁରୁବାଲି ଯୋରରେ ନିର୍ମାଣ ହେବ।

ସହରସ୍ଥିତ ରାମେଶ୍ୱର ଷ୍ଟାଡିୟମରେ ଆୟୋଜିତ ଜନ ସମାବେଶରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଜୁହାରରୁ ଭାଷଣ ଆରମ୍ଭ କରି ଜିଲାର ଇଷ୍ଟଦେବୀ ସୁରେଶ୍ୱରୀ, ଇଷ୍ଟଦେବ ସୁବର୍ଣ୍ଣମେରୁ ଓ ପାତାଳି ଶ୍ରୀକ୍ଷେତ୍ରର ମହାପ୍ରଭୁଙ୍କୁ ପ୍ରଣାମ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ, ନୂଆ ସରକାର ଆସିବା ପରେ ଲୋକଙ୍କ ବ୍ୟଥାକୁ ଶୁଣିବା ଓ ତା’ର ସମାଧାନ କରିବା ପାଇଁ ଉଦ୍ୟମ ଜାରି ରହିଛି। ଚାଷୀଙ୍କୁ ଆର୍ଥିକ ଦୃଷ୍ଟିରୁ ସଶକ୍ତ କରିବା ପାଇଁ ଧାନ କୁଇଣ୍ଟାଲ ପ୍ରତି ୩୧୦୦ଟଙ୍କା କରାଯାଇଛି। ପିଏମ୍‌ କିଶାନ ଓ ସିଏମ୍‌ କିଶାନରେ ବର୍ଷକୁ ୧୦ ହଜାର ଟଙ୍କା ଦିଆଯାଉଛି। ଅଦିନିଆ ବର୍ଷାରେ ଫସଲ କ୍ଷତିଗ୍ରସ୍ତ ହେଲେ ଚାଷୀ କିଭଳି କ୍ଷତିପୂରଣ ପାଇବେ ଆମ ସରକାର ସେ ବ୍ୟବସ୍ଥା କରିଛନ୍ତି।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ, ଆମେ ପ୍ରତିଶ୍ରୁତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ। ଓଡ଼ିଶାର ରାଜନୈତିକ ଓ ସାଂସ୍କୃତିକ ମାନଚିତ୍ରରେ ସୁବର୍ଣ୍ଣପୁର ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ହସ୍ତତନ୍ତ, ହସ୍ତଶିଳ୍ପ ଓ ବୟନଶିଳ୍ପରେ ଜିଲାର ସ୍ବତନ୍ତ୍ର ପରିଚୟ ରହିଛି। ସନ୍ଥକବି ଭୀମ ଭୋଇଙ୍କ ସିଦ୍ଧି ଓ ସାଧନା ପାଇଁ ଏବଂ ଏଠାରେ ଜଗନ୍ନାଥ ପାତାଳି ହୋଇଥିବାରୁ ଏହି ମାଟି ପବିତ୍ର ହୋଇଛି। ଆଗାମୀ ଦିନରେ ଜିଲାକୁ ସୁନାରେ ପରିଣତ କରାଯିବ। ଜିଲାର ବିକାଶ ପାଇଁ କୌଣସି ପ୍ରତିବନ୍ଧକ ରହିବ ନାହିଁ ବୋଲି କହିଥିଲେ।

ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ ଅପରେଶନ ସିନ୍ଦୂର, ଓଡ଼ିଶାରେ ରେଳପଥ ଓ ଜାତୀୟ ରାଜପଥର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ। ସୋନପୁର ବିଧାୟକ ନିରଞ୍ଜନ ପୂଜାରୀ, ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ ଜଗଦଲା, କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗ ଓ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ପ୍ରମୁଖ ଉପସ୍ଥିତ ରହି ବକ୍ତବ୍ୟ ପ୍ରଦାନ କରିଥିଲେ। ଜିଲାପାଳ ଅନ୍ୟା ଦାସ ଧନ୍ୟବାଦ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ ଯୋଜନାରେ ହିତାଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଦେଶ ଓ ସହାୟତା ବଣ୍ଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri