ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସୁବର୍ଣ୍ଣପୁରରେ ହେବ ୪ ନଦୀଗର୍ଭ ଜଳାଶୟ

ସୋନପୁର,୭ା୬(ମୃତ୍ୟୁଞ୍ଜୟ ଶତପଥୀ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ସୁବର୍ଣ୍ଣପୁରଠାରେ ପ୍ରାୟ ୩୨୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ୮୦ କୋଟି ଟଙ୍କା ମୂଲ୍ୟର ୧୧ଟି ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ ୨୪୪ କୋଟି ଟଙ୍କା ମୂଲ୍ୟର ୪୫ଟି ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି। ପ୍ରକଳ୍ପଗୁଡ଼ିକ ମଧ୍ୟରେ ମୁଖ୍ୟତଃ ସଡ଼କ ନିର୍ମାଣ, ଜଳସେଚନ, ସେତୁ ନିର୍ମାଣ, ସ୍ବାସ୍ଥ୍ୟସେବା ପ୍ରକଳ୍ପ, ମେଗା ଉଠାଜଳସେଚନ ପ୍ରକଳ୍ପ ଓ ଛାତ୍ରାବାସ ଆଦି ରହିଛି। ଏପରିକି ମୁଖ୍ୟମନ୍ତ୍ରୀ ସୁବର୍ଣ୍ଣପୁର ଜିଲାରେ ୪ଟି ନଦୀଗର୍ଭ ଜଳାଶୟ ନିର୍ମାଣ ପାଇଁ ଘୋଷଣା କରିଥିଲେ। ମହାନଦୀ ଉପରେ ଗୋଧନେଶ୍ବର, ଖଇରମାଳ, ଉଲୁଣ୍ଡା ହରିହର ଯୋର ଓ ବୀରମହାରାଜପୁରର ସୁରୁବାଲି ଯୋରରେ ନିର୍ମାଣ ହେବ।

ସହରସ୍ଥିତ ରାମେଶ୍ୱର ଷ୍ଟାଡିୟମରେ ଆୟୋଜିତ ଜନ ସମାବେଶରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଜୁହାରରୁ ଭାଷଣ ଆରମ୍ଭ କରି ଜିଲାର ଇଷ୍ଟଦେବୀ ସୁରେଶ୍ୱରୀ, ଇଷ୍ଟଦେବ ସୁବର୍ଣ୍ଣମେରୁ ଓ ପାତାଳି ଶ୍ରୀକ୍ଷେତ୍ରର ମହାପ୍ରଭୁଙ୍କୁ ପ୍ରଣାମ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ, ନୂଆ ସରକାର ଆସିବା ପରେ ଲୋକଙ୍କ ବ୍ୟଥାକୁ ଶୁଣିବା ଓ ତା’ର ସମାଧାନ କରିବା ପାଇଁ ଉଦ୍ୟମ ଜାରି ରହିଛି। ଚାଷୀଙ୍କୁ ଆର୍ଥିକ ଦୃଷ୍ଟିରୁ ସଶକ୍ତ କରିବା ପାଇଁ ଧାନ କୁଇଣ୍ଟାଲ ପ୍ରତି ୩୧୦୦ଟଙ୍କା କରାଯାଇଛି। ପିଏମ୍‌ କିଶାନ ଓ ସିଏମ୍‌ କିଶାନରେ ବର୍ଷକୁ ୧୦ ହଜାର ଟଙ୍କା ଦିଆଯାଉଛି। ଅଦିନିଆ ବର୍ଷାରେ ଫସଲ କ୍ଷତିଗ୍ରସ୍ତ ହେଲେ ଚାଷୀ କିଭଳି କ୍ଷତିପୂରଣ ପାଇବେ ଆମ ସରକାର ସେ ବ୍ୟବସ୍ଥା କରିଛନ୍ତି।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ, ଆମେ ପ୍ରତିଶ୍ରୁତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ। ଓଡ଼ିଶାର ରାଜନୈତିକ ଓ ସାଂସ୍କୃତିକ ମାନଚିତ୍ରରେ ସୁବର୍ଣ୍ଣପୁର ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ହସ୍ତତନ୍ତ, ହସ୍ତଶିଳ୍ପ ଓ ବୟନଶିଳ୍ପରେ ଜିଲାର ସ୍ବତନ୍ତ୍ର ପରିଚୟ ରହିଛି। ସନ୍ଥକବି ଭୀମ ଭୋଇଙ୍କ ସିଦ୍ଧି ଓ ସାଧନା ପାଇଁ ଏବଂ ଏଠାରେ ଜଗନ୍ନାଥ ପାତାଳି ହୋଇଥିବାରୁ ଏହି ମାଟି ପବିତ୍ର ହୋଇଛି। ଆଗାମୀ ଦିନରେ ଜିଲାକୁ ସୁନାରେ ପରିଣତ କରାଯିବ। ଜିଲାର ବିକାଶ ପାଇଁ କୌଣସି ପ୍ରତିବନ୍ଧକ ରହିବ ନାହିଁ ବୋଲି କହିଥିଲେ।

ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ ଅପରେଶନ ସିନ୍ଦୂର, ଓଡ଼ିଶାରେ ରେଳପଥ ଓ ଜାତୀୟ ରାଜପଥର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ। ସୋନପୁର ବିଧାୟକ ନିରଞ୍ଜନ ପୂଜାରୀ, ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ ଜଗଦଲା, କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗ ଓ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ପ୍ରମୁଖ ଉପସ୍ଥିତ ରହି ବକ୍ତବ୍ୟ ପ୍ରଦାନ କରିଥିଲେ। ଜିଲାପାଳ ଅନ୍ୟା ଦାସ ଧନ୍ୟବାଦ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ ଯୋଜନାରେ ହିତାଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଦେଶ ଓ ସହାୟତା ବଣ୍ଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?