ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ଭତ୍ତା ଟଙ୍କା, ଏଣିକି ମିଳିବ ୨୫ହଜାର ଟଙ୍କା

ଭୁବନେଶ୍ୱର,୨୨।୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପୁଣି ବଡ଼ ଘୋଷଣା । ବଢାଇଲେ ଭତ୍ତା । ପାଚକ ଓ ପାଚିକାଙ୍କ ପାରିଶ୍ରମିକ ୧ ହଜାର ଟଙ୍କା ବୃଦ୍ଧିକରି ତାହାକୁ ୩ ହଜାର ଟଙ୍କା କରିବା ପରେ ଭତ୍ତା ବଢାଇବା ନେଇ ପୁଣି ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ମଙ୍ଗଳବାର ପାଚକ ଓ ପାଚିକାଙ୍କ ପାରିଶ୍ରମିକ ବୃଦ୍ଧି କରିବା ସହିତ ଯବାନଙ୍କୁ ମିଳୁଥିବା ସ୍ବତନ୍ତ୍ର ଭତ୍ତା ବା Risk Allowanceରେ ଆଖିଦୃଶିଆ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।
ଯବାନଙ୍କୁ ମିଳୁଥିବା ସ୍ବତନ୍ତ୍ର ଭତ୍ତା (Risk Allowance)ରେ ଏକାବେଳେ ୧୭ ହଜାର ଟଙ୍କା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଅର୍ଥାତ ସ୍ବତନ୍ତ୍ର ଭତ୍ତାରେ ୩ ଗୁଣ ବୃଦ୍ଧି କରାଯାଇଛି ।
ଆଗାମୀ ଦିନରେ ଓଡିଶାରେ ନକ୍ସଲ ବିରୋଧୀ ଅଭିଯାନ ଆହୁରି ବ୍ୟାପକ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଯବାନଙ୍କ ସ୍ବତନ୍ତ୍ର ଭତ୍ତାରେ ବୃଦ୍ଧି ନିହାତି ଭାବେ ସେମାନଙ୍କର ମନୋବଳ ବଢାଇବ ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ CMO ପକ୍ଷରୁ ଟ୍ବିଟ କରି ଭତ୍ତା ବଢାଯିବା ନେଇ ଘୋଷଣା କରାଯାଇଛି । ଯେଉଁ ଯବାନ ମାନେ ଜୀବନକୁ ବାଜି ଲଗାଇ ଶତ୍ରୁଙ୍କ ମୁକାବିଲା କରନ୍ତି ସେମାନଙ୍କ ପ୍ରତି ଅଧିକ ସମ୍ମାନ ଦେଖାଇଛନ୍ତି ରାଜ୍ୟ ସରକାର । ଏଣିକି ସେମାନଙ୍କୁ ୮ ହଜାର ବଦଳରେ ମିଳିବ ୨୫ ହଜାର ଟଙ୍କା । ଏବେ ମିଳୁଥିବା ଆର୍ଥିକ ରାଶିର ପ୍ରାୟ ୩ ଗୁଣରୁ ବି ଅଧିକ ଟଙ୍କା ।

ସୂଚନାଥାଉ କି, ନୂଆପଡ଼ା ଜିଲ୍ଲା ସୀମାନ୍ତ ଛତିଶଗଡ଼ କୁଲହରିଘାଟ ଅଞ୍ଚଳରେ ସୁରକ୍ଷା ବାହିନୀଙ୍କ ମିଳିତ ଅଭିଯାନ ଦ୍ୱାରା ୨୪ ମାଓବାଦୀ ନିହତ ହୋଇଛନ୍ତି। ଏହି ଅଭିଯାନରେ ଓଡିଶା ପୋଲିସର SOG ଯବାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ଏଥିପାଇଁ ସମସ୍ତ ଯବାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri