ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ଭତ୍ତା ଟଙ୍କା, ଏଣିକି ମିଳିବ ୨୫ହଜାର ଟଙ୍କା

ଭୁବନେଶ୍ୱର,୨୨।୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପୁଣି ବଡ଼ ଘୋଷଣା । ବଢାଇଲେ ଭତ୍ତା । ପାଚକ ଓ ପାଚିକାଙ୍କ ପାରିଶ୍ରମିକ ୧ ହଜାର ଟଙ୍କା ବୃଦ୍ଧିକରି ତାହାକୁ ୩ ହଜାର ଟଙ୍କା କରିବା ପରେ ଭତ୍ତା ବଢାଇବା ନେଇ ପୁଣି ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ମଙ୍ଗଳବାର ପାଚକ ଓ ପାଚିକାଙ୍କ ପାରିଶ୍ରମିକ ବୃଦ୍ଧି କରିବା ସହିତ ଯବାନଙ୍କୁ ମିଳୁଥିବା ସ୍ବତନ୍ତ୍ର ଭତ୍ତା ବା Risk Allowanceରେ ଆଖିଦୃଶିଆ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।
ଯବାନଙ୍କୁ ମିଳୁଥିବା ସ୍ବତନ୍ତ୍ର ଭତ୍ତା (Risk Allowance)ରେ ଏକାବେଳେ ୧୭ ହଜାର ଟଙ୍କା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଅର୍ଥାତ ସ୍ବତନ୍ତ୍ର ଭତ୍ତାରେ ୩ ଗୁଣ ବୃଦ୍ଧି କରାଯାଇଛି ।
ଆଗାମୀ ଦିନରେ ଓଡିଶାରେ ନକ୍ସଲ ବିରୋଧୀ ଅଭିଯାନ ଆହୁରି ବ୍ୟାପକ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଯବାନଙ୍କ ସ୍ବତନ୍ତ୍ର ଭତ୍ତାରେ ବୃଦ୍ଧି ନିହାତି ଭାବେ ସେମାନଙ୍କର ମନୋବଳ ବଢାଇବ ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ CMO ପକ୍ଷରୁ ଟ୍ବିଟ କରି ଭତ୍ତା ବଢାଯିବା ନେଇ ଘୋଷଣା କରାଯାଇଛି । ଯେଉଁ ଯବାନ ମାନେ ଜୀବନକୁ ବାଜି ଲଗାଇ ଶତ୍ରୁଙ୍କ ମୁକାବିଲା କରନ୍ତି ସେମାନଙ୍କ ପ୍ରତି ଅଧିକ ସମ୍ମାନ ଦେଖାଇଛନ୍ତି ରାଜ୍ୟ ସରକାର । ଏଣିକି ସେମାନଙ୍କୁ ୮ ହଜାର ବଦଳରେ ମିଳିବ ୨୫ ହଜାର ଟଙ୍କା । ଏବେ ମିଳୁଥିବା ଆର୍ଥିକ ରାଶିର ପ୍ରାୟ ୩ ଗୁଣରୁ ବି ଅଧିକ ଟଙ୍କା ।

ସୂଚନାଥାଉ କି, ନୂଆପଡ଼ା ଜିଲ୍ଲା ସୀମାନ୍ତ ଛତିଶଗଡ଼ କୁଲହରିଘାଟ ଅଞ୍ଚଳରେ ସୁରକ୍ଷା ବାହିନୀଙ୍କ ମିଳିତ ଅଭିଯାନ ଦ୍ୱାରା ୨୪ ମାଓବାଦୀ ନିହତ ହୋଇଛନ୍ତି। ଏହି ଅଭିଯାନରେ ଓଡିଶା ପୋଲିସର SOG ଯବାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ଏଥିପାଇଁ ସମସ୍ତ ଯବାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକସେବା ଭବନରେ ଲାଗିଲା ନିଆଁ

ଭୁବନେଶ୍ୱର,୧୮।୨: ଲୋକସେବା ଭବନରେ ମଙ୍ଗଳବାର ଅପରାହ୍ନରେ ପୁଣି ଏକ ଅଘଟଣ ଘଟିଛି। ଅପରାହ୍ନ ପ୍ରାୟ ୪ ଟା ୩୮ ମିନିଟରେ ସମବାୟ ବିଭାଗ ଉପରସ୍ଥ ପରିସରରେ...

ସପ୍ତାହେ ଯାଏ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୮ା୨ (ଅନୁରାଧା ମହାରଣା) – ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ...

KIIT student death case: ତାତିଲେ ପିଲା, କିଟ୍‌ରେ ଭଙ୍ଗାରୁଜା

ଭୁବନେଶ୍ୱର,୧୮।୨: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT)ରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ପରେ, ସାରା ରାଜ୍ୟରେ ଚହଳ ପଡିଛି। କେବଳ ରାଜ୍ୟରେ ନୁହେଁ...

KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ଗିରଫ କରୁ କରୁ ମିଳିଗଲା ଜାମିନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟ ଉଠୁଛି ପଡୁଛି। ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ଘଟଣାରେ ଗିରଫ...

କିଟ୍‌ କାଣ୍ଡର ଖୋଲିଲା ବଡ଼ ଗୁମର, ନେପାଳୀ ଛାତ୍ରୀଙ୍କୁ ହୋଇଥିଲା ବ୍ୟାନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟକୁ ତାଜୁବ କରିଦେଇଛି। ଏହାକୁ ନେଇ ରାଜ୍ୟ ରାଜନୀତି ଉଠୁଛିପଡୁଛି। ଘଟଣା ପାଇଁ ଓଡ଼ିଶାକୁ ସାରା...

KIIT student death case: ଛାତ୍ରୀଛାତ୍ରଙ୍କ ଉପରେ କାଲି କରିଥିଲେ ଜୁଲମ, ଆଜି ମାଗିଲେ କ୍ଷମା

ଭୁବନେଶ୍ୱର,୧୮।୨: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT)ରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ପରେ, ସାରା ରାଜ୍ୟରେ ଚହଳ ପଡିଛି। କେବଳ ରାଜ୍ୟରେ ନୁହେଁ...

ମଣ୍ଡିରେ ଧାନପଡ଼ି ସରୁଛି ଟୋକନ ଅବଧି:ଧାନ କିଣାବିକାରେ ଚାଲିଛି ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ୨ଦିନ ପରେ ୩ମାସ ପୂରିବ। କିନ୍ତୁ ଏବେ ମଧ୍ୟ ଜିଲାର ବିଭିନ୍ନ ସ୍ଥାନରେ...

୪୦ଟି ଶିକ୍ଷଣ ସାମଗ୍ରୀ ପ୍ରଦର୍ଶିତ: ୧୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଅଂଶଗ୍ରହଣ

ଦିଗପହଣ୍ଡି,୧୮ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି କ୍ଲଷ୍ଟର ଅନ୍ତର୍ଗତ ମଧୁ ବିଦ୍ୟାପୀଠରେ ସିଆରସିସି ଅନିଲ କୁମାର ଦାସଙ୍କ ସଂଯୋଜନାରେ ୨ ଦିନ ଚାଲିଥିବା ବିଷୟ ଭିତ୍ତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri