ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୩୫ ହଜାରରୁ ଊର୍ଦ୍ଧ୍ୱ ଯୁବପିଢ଼ିଙ୍କୁ ମିଳିବ ନିଯୁକ୍ତି

ଖୋର୍ଦ୍ଧା,୩ା୪(ପ୍ରଭାତ ପାଣିଗ୍ରାହୀ): ବିକାଶ ପ୍ରକ୍ରିୟାରେ ଆହୁରି ଆଗକୁ ଯିବ ଖୋର୍ଦ୍ଧା ଜିଲା। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜିଲାର ପ୍ରଗତିଧାରାକୁ ଆହୁରି ତ୍ୱରାନ୍ବିତ କରିବା ଲକ୍ଷ୍ୟରେ ବିବିଧ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଖୋର୍ଦ୍ଧା ହଳଦୀପଦା ଏବଂ ମୁଣ୍ଡାମ୍ବ କାଳିବେତୀରେ ୧୪ଟି ଶିଳ୍ପ ପ୍ରକଳ୍ପ ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ହଳଦୀପଦାରେ ଆୟୋଜିତ ସମାବେଶକୁ ସମ୍ବୋଧିତ କରି ମୁଖମନ୍ତ୍ରୀ କହିଲେ ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ଶା ଗଠନ ଲକ୍ଷ୍ୟ ରହିଛି। ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ। ତଥାପି ଓଡ଼ିଶାକୁ ପ୍ରଗତିପଥରେ ଆଗେଇ ନେବାକୁ ହେଲେ ଦ୍ରୁତ ଶିଳ୍ପାୟନ ଜରୁରୀ। ଶିଳ୍ପାୟନ ପାଇଁ ମାନବ ସମ୍ବଳ ଜରୁରୀ। ଯୁବପିଢି ଶିଳ୍ପାୟନର ଇଞ୍ଜିନ ସଦୃଶ। ଶିଳ୍ପର ଅଭିବୃଦ୍ଧି ସହ ବେକାର ଯୁବତୀଯୁବକଙ୍କୁ ନିଯୁକ୍ତିକୁ ସରକାର ପ୍ରାଧାନ୍ୟ ଦେଉଛନ୍ତି। ଏହି ପ୍ରକଳ୍ପରେ ୧୬ହଜାର କୋଟି ପୁଞ୍ଜିନିବେଶ ସହ ୩୫ହଜାର ଯୁବତୀଯୁବକଙ୍କୁ କର୍ମ ନିଯୁକ୍ତି ଦିଆଯିବ। ପୂର୍ବ ସକାର ଏମ୍‌ଓୟୁ ସ୍ବାକ୍ଷର କରୁଥିଲେ, ଶିଳ୍ପ ପ୍ରକଳ୍ପ ଆରମ୍ଭ ହୋଇ ପାରି ନଥିଲା। ଆମ ସରକାର ଯାହା ପ୍ରତିଶ୍ରୁତି ଦେଇଛନ୍ତି ତାହା କାର୍ଯ୍ୟକାରୀ କରୁଛନ୍ତି। ଦିଲ୍ଲୀପ ମୁମ୍ବାଇ ଓ ସିଙ୍ଗାପୁରରେ ଶିଳ୍ପାୟନ ପାଇଁ ସରକାର ରୋଡ୍‌ ଶୋ’ କରିଥିଲେ। ଶିଳ୍ପସଂସ୍ଥାକୁ ସ୍ବାଗତ କରିବା ସହ ଭିତ୍ତିଭୂମି ଯୋଗାଇ ଦିଆଯାଇଛି। ରାଜ୍ୟର ବିକାଶରେ ସହଭାଗୀ ହେବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି। ଏହି ଅବସରରେ ଶିଳ୍ପ ସଂସ୍ଥାର ସିଇଓମାନେ ଉପସ୍ଥିତ ରହି ଅନୁଭୂତି ପ୍ରଦାନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ, ଶାସନ ସଚିବ ହେମନ୍ତ ଶର୍ମା, ଇପିକଲ ନିଦ୍ଦେର୍ଶକ ଭୂପିନ୍ଦର ପୁନିଆ, ବିଧାୟକ ପ୍ରଶାନ୍ତ ଜଗଦେବ ଓ ବିଭୂତି ବଳବନ୍ତରାୟ ଓ ଜିଲାପାଳ ଚଞ୍ଚଳ ରାଣା ଉପସ୍ଥିତ ଥିଲେ।
ଆଜି ମଧ୍ୟାହ୍ନ ହେଲିକପ୍ଟର ଯୋଗେ ହଳଦିପଦା ଅସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇଥିଲେ। ପାରମ୍ପରିକ ଲୋକନୃତ୍ୟ, ବାଦ୍ୟଯନ୍ତ୍ରର ତାଳେ ତାଳେ ବିଧାୟକ, ପ୍ରଶାସନିକ ଅଧିକାରୀ, ସ୍ଥାନୀୟ ଜନତା ସ୍ବାଗତ କରିଥିଲେ। ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ବିଶାଳ ଫୁଲମାଳରେ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri