Posted inରାଜ୍ୟ

ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ୧୧ଟି ଜିଲାକୁ ଅତିରିକ୍ତ ୫ କେଜି ଚାଉଳ ମାଗଣା

ଭୁବନେଶ୍ୱର,୧୫।୮: ୭୯ତମ ସ୍ବାଧୀନତା ଦିବସ ଅବସରରେ ଭୁବନେଶ୍ୱରର ଗାନ୍ଧୀ ମାର୍ଗରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିବା ସହ ରାଜ୍ୟବାସୀଙ୍କ ପାଇଁ କେତେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ଟି. କମ୍ଭପପାଟି, ମନ୍ତ୍ରୀମାନେ, ବରିଷ୍ଠ ଅଧିକାରୀ ଓ ବହୁ ସଂଖ୍ୟାରେ ଜନସାଧାରଣ ଉପସ୍ଥିତ ଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ ଗରିବ କଲ୍ୟାଣ ଅନ୍ନ ଯୋଜନା ଅଧୀନରେ ୧୧ଟି ଜିଲ୍ଲାର ୨୭ ଲକ୍ଷରୁ ଅଧିକ ପରିବାରକୁ ୩ ମାସ ପାଇଁ ଅତିରିକ୍ତ ୫ କେଜି ଚାଉଳ ମାଗଣାରେ ଯୋଗାଇ ଦିଆଯିବ। ଏହି ଯୋଜନା ୮ଟି KBK ଜିଲ୍ଲା (କଳାହାଣ୍ଡି, ବଲାଙ୍ଗୀର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, ସୁବର୍ଣ୍ଣପୁର) ସହ ବୌଦ୍ଧ, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ସାମିଲ କରାଯାଇଛି। ମୋଟ ୪୧,୦୮୨ ମେଟ୍ରିକ ଟନ୍ ଚାଉଳ ବଣ୍ଟନ ପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ପ୍ରାୟ ୧୮୦ କୋଟି ଟଙ୍କା ଖର୍ଚ୍ଚ କରିବେ।

ସେହିପରି ମୁଖ୍ୟମନ୍ତ୍ରୀ ଆଗାମୀ ୫ ବର୍ଷରେ ୭୫,୦୦୦ କିଲୋମିଟର ଉଚ୍ଚମାନର ସଡ଼କ ନିର୍ମାଣ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏହା ସହ ଇଞ୍ଚୁଡ଼ି, ବାହୁଡ଼ା, ସୁବର୍ଣ୍ଣରେଖା ଓ ଅସ୍ତରଙ୍ଗରେ ୪ଟି ନୂଆ ବନ୍ଦର ନିର୍ମାଣ ପାଇଁ ଯୋଜନା ଘୋଷଣା କରିଛନ୍ତି, ଯାହା ରାଜ୍ୟର ଅର୍ଥନୀତି ଓ ସଂଯୋଗିକତାକୁ ମଜବୁତ କରିବ।

ରାଜ୍ୟର ମାତ୍ର ୧୭% ଜନସଂଖ୍ୟା ସହରାଞ୍ଚଳରେ ରହୁଥିବାରୁ ଦ୍ରୁତ ବିକାଶ ଓ ଅଭିବୃଦ୍ଧି ପାଇଁ ୨୧ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ (NAC) ଗଠନ କରାଯିବ। ଏହା ସହରୀକରଣ ଓ ସ୍ଥାନୀୟ ପ୍ରଶାସନକୁ ଆହୁରି ସୁଦୃଢ଼ କରିବ।


Enter your email to get our daily news in your inbox.

All Right Reserved By Dharitri.Com

LPG ସଙ୍କଟ: ୧୨ ହଜାର ସ୍ଥାନରେ ରେଡ୍, ୧୫ ହଜାର ସିଲିଣ୍ଡର ଜବତ

ନୂଆଦିଲ୍ଲୀ,୧୭।୫: ଦେଶରେ LPG ସିଲିଣ୍ଡରର ଅଭାବକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସମୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଇରାନ…

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ

କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri