ଶିଶୁ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଛାତ୍ରୀଛାତ୍ରଙ୍କ ପାଇଁ…

ଭୁବନେଶ୍ୱର,୧୪।୧୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହରେ ବଡ଼ ଘୋଷଣା କରିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ରଙ୍କ ମାସିକ ୨ହଜାର ଟଙ୍କା ଖର୍ଚ୍ଚକୁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଛାଡ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଣିକି ପିଲାମାନେ ଆଦର୍ଶ ସ୍କୁଲ ହଷ୍ଟେଲରେ ମାଗଣାରେ ରହିବେ। ରାଜ୍ୟ ସରକାର ସେମାନଙ୍କ ହଷ୍ଟେଲ ଖର୍ଚ୍ଚ ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ରାଜ୍ୟର ୩୧୪ ବ୍ଲକରେ ଥିବା ଓଡ଼ିଶା ଆଦର୍ଶ ସ୍କୁଲ ମଧ୍ୟରୁ ୧୭୩ଟି ଆଦର୍ଶ ସ୍କୁଲରେ କସ୍ତୁରବା ବାଳିକା ବିଦ୍ୟାଳୟ ଅଧୀନରେ ବାଳିକା ହଷ୍ଟେଲ ନିମନ୍ତେ କେନ୍ଦ୍ର ସରକାର ଅନୁମୋଦନ ଦେଇସାରିଛନ୍ତି । ସେଠାରେ ଛାତ୍ରୀଙ୍କ ନିମନ୍ତେ ମାଗଣା ରହିବା ଓ ଖାଇବାର ବ୍ୟବସ୍ଥା ରହିଛି । ବାକି ୧୪୧ଟି ବାଳିକା ହଷ୍ଟେଲ ଓ ୩୧୪ଟି ବାଳକ ହଷ୍ଟେଲରେ ଏହି ମାଗଣା ବ୍ୟବସ୍ଥା କାର୍ଯ୍ୟକ୍ଷମ ପାଇଁ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଉଛି । ଓଡ଼ିଶା ଆଦର୍ଶ ସ୍କୁଲର ମୋଟ ୪୫୫ଟି ହଷ୍ଟେଲରେ ଅନ୍ତେବାସୀଙ୍କଠୁ ନିଆଯାଉଥିବା ମାସିକ ୨ହଜାର ଟଙ୍କା ଲେଖାଏ ଖାଇବା ଖର୍ଚ୍ଚକୁ ଏଣିକି ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri