ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମହାନଗର ନିଗମ ହେବ ପୁରୀ ଜଗନ୍ନାଥ ଧାମ

ଭୁବନେଶ୍ୱର,୪।୭: ପବିତ୍ର ରଥଯାତ୍ରା ଅବସରରେ ଲୋକସେବା ଭବନରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ପୁରୀ ଆଉ ପୌରାଞ୍ଚଳ ମାନ୍ୟତାରେ ରହିବ ନାହିଁ । ଏଣିକି ପୁରୀ ଜଗନ୍ନାଥ ଧାମ ମହାନଗର ନିଗମ ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ଏବଂ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ଏପରିକି ପୁରୀ ସହରକୁ ନୂଆ ଢାଞ୍ଚାରେ ଗଡ଼ିବାର ଆବଶ୍ୟକତା ରହିଛି। ୨୦୩୬ ସୁଦ୍ଧା ପୁରୀ ସୁନ୍ଦର, ସବୁଜ ଓ ବିକଶିତ ହେବ। ସମୃଦ୍ଧ ପୁରୀ ବିନା ବିକଶିତ ଓଡ଼ିଶା ସମ୍ଭବ ନୁହେଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ଅନ୍ୟପକ୍ଷେ ପୁରୀ ସହରରେ ବିଶ୍ବସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ ପ୍ରତିଷ୍ଠା ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ଗୋଟିଏ ପରିସରରେ ମ୍ୟୁଜିୟମ, ଗବେଷଣା କେନ୍ଦ୍ର ଓ ଲାଇବ୍ରେରୀ କେନ୍ଦ୍ର ରହିବ। ପରିସରରେ ୩୦୦ ଆସନ ବିଶିଷ୍ଟ ଅଡିଟୋରିୟମ ପ୍ରତିଷ୍ଠା ହେବ। ଅଡିଟୋରିୟମରେ ପ୍ରତିଦିନ ଲାଇଟ ଆଣ୍ଡ ସାଉଣ୍ଡ ଶୋ’ ପ୍ରଦର୍ଶିତ ହେବ। ଅଡିଟୋରିୟମ ସହ ମୁକ୍ତାକାଶ ରଙ୍ଗମଞ୍ଚ ମଧ୍ୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁକ୍ତାକାଶ ରଙ୍ଗମଞ୍ଚରେ କଳାକାରଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri