ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ପଢ଼ିବେ ଛାତ୍ରୀଛାତ୍ର, ଖର୍ଚ୍ଚର ବୋଝ ଆଉ…

ଭୁବନେଶ୍ୱର,୧୨ା୬: ମୋହନ ସରକାରକୁ ଶୁକ୍ରବାର ପୂରିଛି ୨ ବର୍ଷ। ଏହି ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଅଭିଭାଷଣ ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଠିକ୍‌ ୨ ବର୍ଷ ତଳେ ଆଜିର ଦିନରେ ଆମ ସରକାର ଦାୟିତ୍ୱ ଗ୍ରହଣ କରିଥିଲା। ଏହା ପରଠୁ ଆରମ୍ଭ ହୋଇଥିଲା ଲୋକଙ୍କ ସରକାର, ଜନତାଙ୍କ ସହ ମିଶିଛୁ। ଓଡ଼ିଶାବାସୀଙ୍କ ଅଗ୍ରଗତି ପାଇଁ ଆମେ ଆଗକୁ ବଢ଼ିଛୁ। ଡବଲ ଇଞ୍ଜିନ ସରକାରର ଡବଲ ପ୍ରଭାବ ପଡ଼ିଛି। ୨ ବର୍ଷରେ ୧୨୧ଟି ଯୋଜନା କାର୍ଯ୍ୟକାରୀ ହୋଇଛି। ଏହା ସମୃଦ୍ଧ ଓଡ଼ିଶା ଗଠନରେ ପ୍ରଭାବ ପକାଇଛି। ପ୍ରତ୍ୟେକ ଗାଁକୁ ମୌଳିକ ସୁବିଧା ପହଞ୍ଚାଇ ପାରି ନ ଥିଲା ୨୪ ବର୍ଷିଆ ସରକାର। ବିଦ୍ୟୁତ୍‌, ପାନୀୟ ଜଳ, ଗାଁକୁ ରାସ୍ତାଟିଏ ଦେଇ ପାରି ନ ଥିଲେ ପୂର୍ବ ସରକାର।

ଏଥିସହିତ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କେଜିରୁ ପିଜି ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ମାଗଣା ପଢ଼ିବେ ଛାତ୍ରୀଛାତ୍ର। ରାଜ୍ୟର ଆର୍ଥିକ ଅନଗ୍ରସର ପିଲା ଏଥିରୁ ଉପକୃତ ହେବ। ପାଠପଢ଼ା ନିମନ୍ତେ ଖର୍ଚ୍ଚର ବୋଝ ଆଉ କାହା କାନ୍ଧରେ ପଡ଼ିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?