ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦିନ ଖାତାକୁ ଆସିବ ‘ସୁଭଦ୍ରା’ର ଦ୍ୱିତୀୟ କିସ୍ତି

କଟକ,୨୬ା୧: ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କଟକସ୍ଥିତ ବିଡ଼ାନାସୀଠାରେ ପତାକା ଉତ୍ତୋଳନ କରିଛନ୍ତି। ଏଠାରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ମହିଳାମାନଙ୍କୁ ଆସନ୍ତା ମାର୍ଚ୍ଚ ୮ରେ ‘ସୁଭଦ୍ରା’ର ଦ୍ୱିତୀୟ କିସ୍ତି ଟଙ୍କା ମିଳିବ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳାଙ୍କ ବିକାଶ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ହେଉଛି। ବର୍ତ୍ତମାନ ସୁଦ୍ଧା ୮୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇସାରିଲାଣି। ଏଥିରୁ କେହି ବାଦ୍‌ ପଡ଼ିବେ ନାହିଁ। ସର୍ଭେ ଚାଲିଛି। ଯୋଗ୍ୟ ହିତାଧିକାରୀମାନଙ୍କୁ ନିଶ୍ଚିତ ସୁଭଦ୍ରା ଟଙ୍କା ମିଳିବ।

ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି, ଦେଶ ପାଇଁ ଜୀବନକୁ ଉତ୍ସର୍ଗ କରିଥିବା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି। ଆଜିର ଦିନରେ ମହାନ ଜନନାୟକଙ୍କୁ ମନେ ପକାଇବା ପରମ ସୁଯୋଗ ମିଳିଛି। ଅଖଣ୍ଡତା ବଜାୟ ସହ ସୁଶାସନ ଯୋଗାଇବା ପରମ ଲକ୍ଷ୍ୟ। ଦେଶର ଗଣତନ୍ତ୍ର ବଜାୟ ରଖିବାରେ କୋଟି କୋଟି ଜନତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ନିରବଚ୍ଛିନ୍ନ ଭାବେ ଗଣତନ୍ତ୍ରକୁ ବଜାୟ ସହ ଦେଶର ଅଗ୍ରଗତି ହେଉଛି। ଖୁବ୍‌ଶୀଘ୍ର ଆମ ଦେଶ ତୃତୀୟ ଶ୍ରେଷ୍ଠ ଅର୍ଥନୀତି ହେବାକୁ ଯାଉଛି। ୧୪୦ କୋଟି ଭାରତୀୟଙ୍କ ଜୀବନଯାପନ ଶୈଳୀରେ ପରିବର୍ତ୍ତନ ଆସିଛି। ଲୋକଙ୍କ ଶିକ୍ଷା, ସ୍ବାସ୍ଥ୍ୟ ଭଳି ମୌଳିକ ଅଧିକାର ଯୋଗାଇବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଅଦ୍ଭୂତପୂର୍ବ ପରିବର୍ତ୍ତନ ହେବାକୁ ଯାଉଛି। ଗାଁରୁ ବିକାଶ ଆରମ୍ଭ ହେଉଛି, ସରକାର ଏନେଇ ଭିତ୍ତିଭୂମି ପ୍ରସ୍ତୁତ କରୁଛନ୍ତି। ଓଡ଼ିଆ ଅସ୍ମିତା ସହ ଓଡ଼ିଶାର ବିକାଶ ଆଗେଇ ଚାଲିଛି। ରାଜ୍ୟର ବିକାଶ ପାଇଁ ରାଜ୍ୟ ସରକାର ଅନବରତ କାମ କରୁଛନ୍ତି। ଆଜି ଉତ୍ସବର ଦିନ ନୁହେଁ, ସମ୍ବିଧାନକୁ ସୁରକ୍ଷା ଦେବା ଆମ ସମସ୍ତଙ୍କ ଦାୟିତ୍ୱ। ସମୃଦ୍ଧ ଓ ବିକଶିତ ଓଡ଼ିଶା ନିର୍ମାଣରେ ହାତ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।

ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୧୭ ତାରିଖରେ, ଅକ୍ଟୋବର ୯ ଓ ନଭେମ୍ବର ୨୪ ତାରିଖରେ ୩ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରାଯାଇ ସାରିଛି। ଜାନୁଆରୀ ଶେଷ ସୁଦ୍ଧା ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା ମିଳିବ ବୋଲି କିଛି ଦିନ ତଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri