ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଅଘୋଷିତ ବିଦ୍ୟୁତ୍‌ କାଟ୍‌ ହେଲେ ଜେଲ୍‌ ଯିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଦୁଇ ସହରବାସୀଙ୍କୁ ନିରବଚ୍ଛିନ୍ନ ତଥା ଗୁଣାତ୍ମକ ବିଦ୍ୟୁତ୍‌ ସେବା ଯୋଗାଇବା ପାଇଁ ଆଜି ବାଲିଅନ୍ତାଠାରେ ୬୧୬ରୁ ଅଧିକ କୋଟି ଟଙ୍କା ବ୍ୟୟରେ ନିର୍ମିତ ଅତ୍ୟାଧୁନିକ ଗ୍ରୀଡ୍‌ ସବ୍‌ଷ୍ଟେଶନଗୁଡ଼ିକର ଲୋକାର୍ପଣ କରିଛି। ବାଲିଅନ୍ତା, ସତ୍ୟନଗର, ନୟାପଲ୍ଲୀ ଏବଂ ଏସ୍‌ସ୍‌ବି ମେଡିକାଲଠାରେ ସ୍ଥାପିତ ଏହି ପ୍ରକଳ୍ପଗୁଡ଼ିକ ଟ୍ବିନ୍‌-ସିଟିର ପ୍ରାୟ ୩୩ ଲକ୍ଷ ଉପଭୋକ୍ତାଙ୍କୁ ବିଦ୍ୟୁତ୍‌ ସମସ୍ୟାରୁ ମୁକ୍ତି ଦେବ। ବହୁ ବର୍ଷ ଧରି ଆଇନଗତ ଓ ବୈଷୟିକ ସମସ୍ୟାରେ ଛନ୍ଦି ହୋଇ ପଡ଼ିରହିଥିବା ଏହି ପ୍ରକଳ୍ପଗୁଡ଼ିକୁ ଆମ ସରକାର ଦୃଢ଼ ଇଚ୍ଛାଶକ୍ତି ବଳରେ ମାତ୍ର ଏକ ବର୍ଷ ମଧ୍ୟରେ ସଫଳତାର ସହ ସମ୍ପୂର୍ଣ୍ଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri