ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭଦ୍ରକରେ ହେବ ବୟନ ପାର୍କ, ଏତିକି କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର,୨୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ଭଦ୍ରକରେ ବୟନ ପାର୍କ ପାଇଁ ୪୩୮୨ କୋଟି ଟଙ୍କା ମଞ୍ଜୁର କରିଥିବା ନେଇ ସୂଚନା ଦେଇଛନ୍ତି। ଆଇଓସିଏଲ୍‌ ଏନେଇ ଅର୍ଥ ମଞ୍ଜୁର କରିଥିବା ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି। ଏମ୍‌ସିପିଏଲ୍‌ ସହଯୋଗରେ ଭଦ୍ରକରେ ବୟନ ପାର୍କ କରାଯିବ। ଏହି ମିଳିତ ଉଦ୍ୟମ ଓଡ଼ିଶାର ଅର୍ଥନୀତିକୁ ଯଥେଷ୍ଟ ବୃଦ୍ଧି କରିବା ସହ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ସ୍ଥିର ହୋଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

 

ଏହି ପ୍ରକଳ୍ପରେ ୪୩୮୨.୨୧ କୋଟି ଟଙ୍କା ବିନିଯୋଗ ହେବ। ଏଥିରେ ୯୦୦ ଟିପିଡି କ୍ରମାଗତ ପଲିମେରାଇଜେଶନ (ସିପି) ୟୁନିଟ୍‌ ସହିତ ଟେକ୍ସଚରଡ ୟାର୍ନ (ଡିଟିଓ୍ବାଇ), ଏଫ୍‌ଡିଓ୍ବାଇ, ପଲିଷ୍ଟର ଚିପ୍ସ ଏବଂ ଆନୁଷଙ୍ଗିକ ସୁବିଧା ରହିଛି।

ଉଲ୍ଲେଖଯୋଗ୍ୟ, ଭଦ୍ରକ ଜିଲା  ଭଣ୍ଡାରିପୋଖରୀ ବ୍ଲକ୍ ଅଧୀନ ଧାମନଗର ଛକଠାରେ ହେବ। ଧାମନଗର ଛକଠାରେ ପ୍ରସ୍ତାବିତ ଟେକ୍ସଟାଇଲ ପାର୍କ ନିର୍ମାଣ ନିମନ୍ତେ ପୂର୍ବରୁ ଜମି ଅଧିଗ୍ରହଣ ହୋଇସାରିଥିଲା। କିନ୍ତୁ କାମ ଆରମ୍ଭ ହୋଇପାରୁ ନ ଥିଲା। ପ୍ରଥମେ ଏହି ସ୍ଥାନରେ ଧରଣୀ ସୁଗାର କମ୍ପାନି ଚିନିକଳ ନିର୍ମାଣ ପାଇଁ ୧୯୯୫ରେ ଧାମନଗର ଛକ ଜାତୀୟ ରାଜପଥ ପାର୍ଶ୍ୱରେ ୨୩୫ ଏକରରୁ ଅଧିକ ଜମି ଅଧିଗ୍ରହଣ ହୋଇଥିଲା। ଯାହା ଏବେ
ଇଡ୍‌କୋ ଅଧୀନରେ ଅଛି। କିନ୍ତୁ ଚିନିକଳ ବସିଲା ନାହିଁ। ଅଧିକୃତ ହୋଇଥିବା ଜମିରେ ରାଜ୍ୟ ସରକାର ଫୁଡ୍ ପାର୍କ କରିବାକୁ କହିଥିବା ବେଳେ କେନ୍ଦ୍ର ସରକାର ଟେକ୍ସଟାଇଲ୍ ପାର୍କ ନିର୍ମାଣ ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନେଇଥିଲେ। ଅଧୀକୃତ ଜମି ମଧ୍ୟରୁ ଟେକ୍ସଟାଇଲ୍ ପାର୍କ ପାଇଁ ୫୬ ଏକର ଜମି ଇଡ୍‌କୋ ପ୍ରଦାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri